୭ ଦିନ ମଧ୍ୟରେ ଭତ୍ତା ସମସ୍ୟାର ସମାଧାନ:ମନ୍ତ୍ରୀ

ଭୁବନେଶ୍ଵର : ଆଉ ସାତ ଦିନ ମଧ୍ୟରେ ଭତ୍ତା ସମସ୍ୟାର ସମାଧାନ। ଏଣିକି ସିଧାସଳଖ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ଭତ୍ତା ଟଙ୍କା। ସାମାଜିକ ସଶକ୍ତିକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏନେଇ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ଭତ୍ତାକୁ ନେଇ କେନ୍ଦ୍ର ସରକାରଙ୍କର କିଛି ଟେକ୍ନିକାଲ ପ୍ରୋବ୍ଲେମ ଥିଲା। ଏଣିକି କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶରେ ଏସଏନଏସ ସ୍ପର୍ଶ ମାଧ୍ୟମରେ ଆକାଉଣ୍ଟ ଭେଟିଂ ଚାଲିଛି। ଯାହା ମାଧ୍ୟମରେ ଆଇଏଫଏମଏସ ସେବା ମାଧ୍ୟମରେ ରିଏଲ ଟାଇମ ପେମେଣ୍ଟ ହେବ। ସେଥିପାଇଁ ଭତ୍ତା ପ୍ରଦାନରେ ଅସୁବିଧା ରହୁଛି। ଆଉ ସାତ ଦିନ ମଧ୍ୟରେ ଆକାଉଣ୍ଟ ଭେଟିଂ ହୋଇଗଲା ପରେ ଭତ୍ତା ସମସ୍ୟା ଆଉ ରହିବ ନାହିଁ। ଏକାସାଙ୍ଗେ ହିତାଧିକାରୀଙ୍କୁ ଭତ୍ତା ମିଳିଯିବ ବୋଲି ହିତାଧିକାରୀଙ୍କୁ ଆଶ୍ୱସ୍ତ କଲେ ସାମାଜିକ ସଶକ୍ତିକରଣ ମନ୍ତ୍ରୀ।

ସୂଚନାନୁଯାୟୀ, ଜାତୀୟ ପେନସନ ଯୋଜନାରେ ଦୁଇ ମାସ ହେବ ଭତ୍ତା ମିଳିନି। ହିତାଧିକାରୀମାନେ ବ୍ୟାଙ୍କ ପଞ୍ଚାୟତ ଅଫିସକୁ ଦୌଡ଼ି ହନ୍ତସନ୍ତ ହେଉଛନ୍ତି। ହିତାଧିକାରୀଙ୍କୁ ତୁରନ୍ତ ଭତ୍ତା ନଦେଲେ ବିଜେଡି ଓ କଂଗ୍ରେସ ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଥିଲେ। ୭ ଦିନ ଭିତରେ ଭତ୍ତା ମିଳିବ ବୋଲି ମନ୍ତ୍ରୀ କହିଛନ୍ତି।

  • Related Posts

    ଏ ବର୍ଷ ଏଲ୍ ନିନୋ ପ୍ରଭାବରେ କମ୍ ବର୍ଷା ସମ୍ଭାବନା

    ଚଳିତ ବର୍ଷ ମୌସୁମୀ ପ୍ରବାହ ସମୟରେ ଏଲ୍ ନିନୋ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିଯୋଗୁଁ ଚଳିତ ବର୍ଷ ମୌସୁମୀ ଋତୁ ଅର୍ଥାତ ଜୁନ୍ ରୁ ସେପ୍ଟମ୍ବର ମଧ୍ୟରେ ବର୍ଷାର ପରିମାଣ କମ୍ ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ…

    Continue reading
    ବିପର୍ଯ୍ୟୟ ବିପଦ ହ୍ରାସ ପାଇଁ ଗଠିତ ବ୍ରିକ୍ସ ଗୋଷ୍ଠୀର ଦ୍ୱିତୀୟ ବୈଠକ ଆଜିଠାରୁ ପୁରୀରେ ଆରମ୍ଭ

    ଭୁବନେଶ୍ୱର: ଭାରତ ୨୦୨୬ ବ୍ରିକ୍ସ ରାଷ୍ଟ୍ର ଗୋଷ୍ଠୀ ବୈଠକର ଅଧ୍ୟକ୍ଷତା କରୁଥିବା ବେଳେ ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଏନଡିଏମଏ) ପକ୍ଷରୁ ପୁରୀ ଠାରେ ବ୍ରିକ୍ସ ବିପର୍ଯ୍ୟୟ ବିପଦ ହ୍ରାସ ଗୋଷ୍ଠୀର ଦ୍ୱିତୀୟ ବୈଠକ ଆୟୋଜନ କରାଯାଉଛି । ଆଜି ଠାରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ