ଜୁନ୍‌ ୨୦ ପାଇଁ ୧୦ ବିଭାଗର ତତ୍ପରତା

ଭୁବନେଶ୍ୱର:ରାଜ୍ୟର ବିକାଶକୁ ଶୀର୍ଷରେ ପହଞ୍ଚାଇବା ଲକ୍ଷ୍ୟ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ରାଜ୍ୟବାସୀଙ୍କୁ ପାନୀୟଜଳ ଯୋଗାଇବାଠାରୁ ଆରମ୍ଭ କରି ଗମନାଗମନ ସହ ଛାତ୍ରୀଛାତ୍ର, ମହିଳା, କୃଷକ, ଯୁବବର୍ଗଙ୍କ ବିକାଶକୁ ଦୃଷ୍ଟିରେ ରଖି ବିଭିନ୍ନ ପ୍ରକାର ଯୋଜନା ହାତକୁ ନିଆଯାଉଛି। ସେଥିମଧ୍ୟରୁ କେତେକ ଯୋଜନା କାର୍ଯ୍ୟାନ୍ବୟନ ହୋଇସାରିଥିବାବେଳେ ଆଉ କେତେକ ପ୍ରକ୍ରିୟା ମଧ୍ୟରେ ରହିଛି।
ଏହି ପରିପ୍ରେକ୍ଷୀରେ ଜୁନ୍‌ ୨୦ରେ ମୟୂରଭଞ୍ଜ ରାଇରଙ୍ଗପୁରକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଗମନ ରହିଛି। ଏହି ଗସ୍ତକୁ ସଫଳ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ ସବୁ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଥିବାବେଳେ ୧୦ଟି ବିଭାଗର ଅଧିକାରୀ ଏବଂ କର୍ମଚାରୀ ପୂରାଦମ୍‌ରେ ଲାଗିପଡ଼ିଛନ୍ତି। କେଉଁଠାରେ ପାନୀୟଜଳ ପ୍ରକଳ୍ପ ଉଦ୍‌ଘାଟନ ହେବ ତ ଅନ୍ୟ କେଉଁଠି ଶିଳ୍ପସଂସ୍ଥାର ଭିତ୍ତିଭୂମି ପଡ଼ିବ, ତାହାକୁ ନେଇ ସଂପୃକ୍ତ ବିଭାଗଗୁଡ଼ିକରେ ଚଳଚଞ୍ଚଳ ଦେଖାଦେଇଛି। ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତ ଯେପରି ସମ୍ପୂର୍ଣ୍ଣ ଭାବେ ସଫଳ ହେବ ତାକୁ ନେଇ ସରକାରଙ୍କ ପକ୍ଷରୁ ବିଭିନ୍ନ ପ୍ରକାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।
ସୂଚନା ଅନୁଯାୟୀ, ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତ ଅବସରରେ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଏକାଥରକେ ୧୧ଟି ବୃହତ୍‌ ପାନୀୟଜଳ ପ୍ରକଳ୍ପର ଉଦ୍‌ଘାଟନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ସେହିପରି ସରକାରଙ୍କ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପୂର୍ତ୍ତ ବିଭାଗ ପକ୍ଷରୁ ପ୍ରାୟ ୮ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦ୍‌ଘାଟନ ପର୍ବ ରହିଛି। ଏହାସହିତ ଗ୍ରାମ୍ୟ ଉନ୍ନୟନ ବିଭାଗ, ଜଳସମ୍ପଦ ବିଭାଗ, ଶିଳ୍ପ ବିଭାଗ, କ୍ରୀଡ଼ା ବିଭାଗ, ସ୍ବାସ୍ଥ୍ୟ ବିଭାଗ, ନଗର ଉନ୍ନୟନ ବିଭାଗ, ଗଣଶିକ୍ଷା ଏବଂ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ମଧ୍ୟ ଅନୁରୂପ ଭାବେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କାର୍ଯ୍ୟ ପ୍ରଧାନମନ୍ତ୍ରୀଙ୍କ ହାତରେ କରାଇବା ପାଇଁ ପ୍ରକ୍ରିୟା ଜୋର୍‌ ଧରିଛି।

  • Related Posts

    ଖୁବଶୀଘ୍ର ଭୁବନେଶ୍ୱର-ଜୟପୁର ବିମାନସେବା:ଅପରାଜିତା

    ଭୁବନେଶ୍ୱର : ଖୁବଶୀଘ୍ର ଭୁବନେଶ୍ୱର-ଜୟପୁର ବିମାନସେବା। ଏଥିସହିତ ଭୁବନେଶ୍ୱର ବିମାନ ବନ୍ଦର ତୃତୀୟ ଏୟାର ଟର୍ମିନାଲ କୁ ଖୁବ୍ ଶୀଘ୍ର କାର୍ଯ୍ୟକ୍ଷମ କରାଯିବା ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଙ୍କ ସହିତ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦର ର…

    Continue reading
    ତେଲ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

    ସୁବର୍ଣ୍ଣପୁର: ସୁବର୍ଣ୍ଣପୁରରେ ଭୟାବହ ଅଗ୍ନିକାଣ୍ଡ। ଉଲୁଣ୍ଡା ବ୍ଲକ ସାହାଣୀଡିହ ଶ୍ରୀ ଜଗଦମ୍ବା ତେଲ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟିଛି । ଏନେଇ ଖବର ପାଇ ନିଆଁକୁ ଆୟତ୍ତ କରିବା ପାଇଁ ବିନିକା ଅଗ୍ନିଶମ ବିଭାଗ ଉଦ୍ୟମ ଜାରି ରଖିଛି । ଫ୍ୟାକ୍ଟ୍ରିରେ ନିଆଁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ