
ଭୁବନେଶ୍ୱର: ବିଜେପିର ରାଜ୍ୟସଭା ପ୍ରାର୍ଥୀ ହେଲେ ଦେବାଶିଷ ସାମନ୍ତରାୟ । ଓଡ଼ିଶା ପାଇଁ ହେବାକୁ ଥିବା ଉପନିର୍ବାଚନ ପରିପ୍ରେକ୍ଷୀରେ ତାଙ୍କୁ ବିଜେପି ପ୍ରାର୍ଥୀ କରିଛି । ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ବିଧିବଦ୍ଧଭାବେ ତାଙ୍କ ନାମ ଘୋଷଣା କରାଯାଇଛି ।
ନିକଟରେ ବିଜେଡି ଓ ରାଜ୍ୟସଭା ସଦସ୍ୟ ପଦ ଛାଡ଼ିଥିଲେ ଦେବାଶିଷ। ଏଥିସହ ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଥିଲେ। ବିଜେପି ଟିକେଟରେ ଦେବାଶିଷ ପୁଣି ରାଜ୍ୟସଭାକୁ ଯିବା ଏକପ୍ରକାର ନିଶ୍ଚିତ। ଆସନ୍ତା ୧୮ ତାରିଖରେ ରାଜ୍ୟସଭା ନିର୍ବାଚନ ଅନୁଷ୍ଠିତ ହେବ।


