ବିଜେପି ଛାଡ଼ିଲେ କେ ଅନ୍ନାମଲାଇ

ଚେନ୍ନାଇ: କେ ଅନ୍ନାମଲାଇ ବିଜେପି ଛାଡ଼ିବା ନେଇ ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। ବିଜେପି ଶୁକ୍ରବାର ତାମିଲନାଡୁରେ ଦଳର ପୂର୍ବତନ ମୁଖ୍ୟ କେ ଆନ୍ନାମଲାଇ ଇସ୍ତଫା ଦେଇଥିବା କହିଛି। ବିଜେପି ଏକ ବିଜ୍ଞପ୍ତିରେ କହିଛି ଯେ, ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଦଳର ପ୍ରାଥମିକ ସଦସ୍ୟତାରୁ ଅନ୍ନାମଲାଇଙ୍କ ଇସ୍ତଫା ଗ୍ରହଣ କରିଛନ୍ତି।

କୁପ୍ପୁସାମୀ ଅନ୍ନାମଲାଇ ଜଣେ ପୂର୍ବତନ ଆଇପିଏସ୍ ଅଧିକାରୀ। ବିଜେପିରେ ଯୋଗଦେବା ଓ ଦକ୍ଷିଣ ଭାରତୀୟ ରାଜ୍ୟରେ ବିଜେପିର ନେତୃତ୍ୱ ନେବା ପରେ ତାମିଲନାଡୁରେ ଚର୍ଚ୍ଚିତ ହୋଇଯାଇଥିଲେ। ତାମିଲନାଡ଼ୁ ବିଧାନସଭା ନିର୍ବାଚନ ଫଳାଫଳ ଆସିବାର ମାସକ ମଧ୍ୟରେ ବିଜେପିକୁ ତାମିଲନାଡ଼ୁରେ ଏତେ ବଡ଼ ଝଟ୍‌କା ମିଳିଛି। ତାମିଲନାଡ଼ୁ ବିଧାନସଭା ନିର୍ବାଚନରେ ବିଜେପି ଅନ୍ନାମଲାଇଙ୍କୁ ପ୍ରାର୍ଥୀ ନ କରିବା ପରେ ପୂର୍ବତନ ଆଇପିଏସ୍‌ ଦଳ ଛାଡ଼ି ପାରନ୍ତି ବୋଲି ଚର୍ଚ୍ଚା ହେଉଥିଲା। ଦଳର ବଡ଼ ପରାଜୟ ପରେ ନିକଟରେ ଅନ୍ନାମଲାଇ ଦିଲ୍ଲୀ ଯାଇ ଦଳର କେନ୍ଦ୍ରୀୟ ନେତୃବୃନ୍ଦଙ୍କୁ ଭେଟିଥିଲେ। ଅନ୍ନାମଲାଇ ନୂତନ ଦଳ ଆରମ୍ଭ କରିବାକୁ ଯୋଜନା କରୁଥିବା କୁହାଯାଇଥିଲା।

  • Related Posts

    ବିଜେଡି ଭାଡ଼ି ଖାଲି ହେଉଛି :ଦେବାଶିଷ

    ଭୁବନେଶ୍ୱର: ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀଭାବେ ଦେବାଶିଷ ସାମନ୍ତରାୟ ଶୁକ୍ରବାର ନାମାଙ୍କନ ଭରିଛନ୍ତି । ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ଶ୍ର୍ରୀ ସାମନ୍ତରାୟ ନାମାଙ୍କନ ଭରିଛନ୍ତି । ତେବେ ନାମାଙ୍କନ ଭରିବା ପରେ ଶ୍ରୀ ସାମନ୍ତରାୟ ପୁଣି ବିଜେଡି ଉପରେ…

    Continue reading
    ନାମାଙ୍କନ କଲେ ଦେବାଶିଷ

    ଭୁବନେଶ୍ୱର: ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜେପି ପ୍ରାର୍ଥୀଭାବେ ଦେବାଶିଷ ସାମନ୍ତରାୟ ଶୁକ୍ରବାର ନାମାଙ୍କନ ଭରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଶ୍ରୀ ସାମନ୍ତରାୟ ନାମାଙ୍କନ ଭରିଛନ୍ତି । ବିଧାନସଭା ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ଶ୍ର୍ରୀ ସାମନ୍ତରାୟ ନାମାଙ୍କନ ଭରିଛନ୍ତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ