କନଷ୍ଟେବଳଙ୍କ ଆତ୍ମହୂତି ଉଦ୍ୟମ

ବ୍ରହ୍ମପୁର: ବ୍ରହ୍ମପୁର ସହରର ଜଣେ ପୁଲିସ କନଷ୍ଟେବଳ ଶୁକ୍ରବାର ସନ୍ଧ୍ୟାରେ ଆତ୍ମହୂତି ଉଦ୍ୟମ କରିଛନ୍ତି। ସେ ହେଲେ ବିଜିପୁର ପୁଲିସ କଲୋନୀର ଆଶୁତୋଷ ମୃଦଙ୍ଗିଆ(୪୨)। ନିଜ ଶରୀରରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେବାରୁ ତାଙ୍କ ପିଠି ସମେତ ଅନ୍ୟାନ୍ୟ ସ୍ଥାନ ପୋଡି ଯାଇଛି। ଗୁୁରୁତର ଅବସ୍ଥାରେ ତାଙ୍କୁ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନାପ୍ରକାରେ, ଆଶୁତୋଷ ଓ ତାଙ୍କ କନଷ୍ଟେବଳ ପତ୍ନୀ ଟାଉନ୍ ଥାନା ଅନ୍ତର୍ଗତ ବିଜିପୁର ପୁଲିସ କ୍ୱାଟରରେ ରହୁଛନ୍ତି। ​‌ତେବେ ଆଶୁତୋଷ ନିଜ କନଷ୍ଟେବଳ ପତ୍ନୀଙ୍କୁ ନିର୍ଯ୍ୟାତନା ଦେଉଥିବା ଅଭିଯୋଗ ପରେ ମହିଳା ଥାନା ପୁଲିସ ଆଜକୁ ମାସେ ତଳେ ତାଙ୍କୁ ଗିରଫ କରି ଅଦାଲତ ଚାଲାଣ କରିଥିଲା। ଯାହାକୁ ନେଇ ପରିବାରରେ ଅଶାନ୍ତି ଲାଗି ରହିଥିଲା। ଆଜି ସନ୍ଧ୍ୟାରେ ଆଶୁତୋଷ କ୍ବାଟରରେ ଥିବା ବେଳେ ମାନସିକ ଭାରସାମ୍ୟ ହରାଇ ନିଜ ଶରୀରରେ ପୋଟ୍ରାଲ ଢାଳି ନିଆଁ ଲଗାଇ ଦେଇଥିଲେ। ସେ ଜଳୁଥିବା ଅବସ୍ଥାରେ ସିଡିରେ ତଳକୁ ଓହ୍ଲାଇ ନିଜ ଜୀବନ ବଞ୍ଚାଇବା ପାଇଁ ନିକଟରେ ରହୁଥିବା ଜଣେ ପୁଲିସ ହାବିଲଦାରଙ୍କ ଘରେ ପଶି ଯାଇଥିଲେ। ଏହାଯୋଗୁ ସଂପୃକ୍ତ ହାବିଲଦାରଙ୍କ ଘରର ଆସବାବପତ୍ର ପୋଡ଼ିଯାଇଛି । କ୍ବାଟରରେ ରହୁଥିବା ଅନ୍ୟ ପୁଲିସ କର୍ମଚାରୀ ଆଶୁତୋଷଙ୍କୁ ଉଦ୍ଧାର କରି ଶରୀରରୁ ନିଆଁ ଲିଭାଇବା ପରେ ସଙ୍କଟାପନ୍ନ ଅବସ୍ଥାରେ ଏମକେସିଜି ମେଡିକାଲରେ ଭର୍ତ୍ତି କରିଛନ୍ତି । ଟାଉନ୍ ଥାନା ପୁଲିସ ଓ ଟ୍ରାଫିକ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

  • Related Posts

    ମିଥ୍ୟା ସମ୍ପତ୍ତି ତଥ୍ୟ ଦେଲେ ବାବୁଙ୍କୁ ମିଳିବ ଦଣ୍ଡ

    ଭୁବନେଶ୍ୱର:ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ କର୍ମଚାରୀ ନିଜ ସମ୍ପତ୍ତି ବିବରଣୀ ଦେବାରେ ବିଳମ୍ବ କରୁଥିବାରୁ ଏହାକୁ ନେଇ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍‌ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଯେଉଁ ଅଧିକାରୀ କିମ୍ବା କର୍ମଚାରୀ ସମ୍ପତ୍ତି ସଂକ୍ରାନ୍ତୀୟ ମିଥ୍ୟା ତଥ୍ୟ ଦେବେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ

    କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି ଶୁକ୍ରବାର ଇ-ମେଲ୍‌ ଯୋଗେ ପଠାଇଛନ୍ତି। ଏଥିରେ ପଞ୍ଚାୟତର ଉନ୍ନୟନ କାର୍ଯ୍ୟ ପାଇଁ ବ୍ଲକ ଅଫିସ୍‌ ଯାଇଥିବା ସମୟରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ