ହାତୀ ଛୁଆର ମୃତଦେହ ଉଦ୍ଧାର

ରିଆମାଳ : ଦେବଗଡ଼ ଜିଲ୍ଲା ରିଆମାଳ ରେଞ୍ଜ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ସଙ୍ଘାପଶି ଖସଡ଼ା ଜଙ୍ଗଲରୁ ହାତୀ ଛୁଆର ମୃତଦେହ ଉଦ୍ଧାର। ମୃତ ହାତୀଟି ଏକ ଅଣ୍ଡିରା ହାତୀ ଶାବକ ବୋଲି ଜଣାପଡ଼ିଛି। ତେବେ ହାତୀ ଛୁଆର କେମିତି ମୃତ୍ୟୁ ତାହା ଅସ୍ପଷ୍ଟ ରହିଛି। ଖବର ପାଇ ବନ ବିଭାଗ ଘଟଣାସ୍ଥଳରେ ତଦନ୍ତ କରୁଛି। ଶବ ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି କୁହାଯାଉଛି।

ସୂଚନା ଅନୁସାରେ, ଶୁକ୍ରବାର ଅପରାହ୍ନ ସମୟରେ ଅନୁଗୁଳ ଜିଲ୍ଲା ପଟୁ ଦଳବଦ୍ଧ ଭାବେ ହାତୀପଲ ଆସିଥିଲେ। ମାତ୍ର କୌଣସି କାରଣରୁ ଏହି ଅଣ୍ଡିରା ହାତୀ ଛୁଆର ମୃତ୍ୟୁ ଘଟିଥିଲା। ଆଜି ସକାଳ ହେବାରୁ ଅନ୍ୟ ହାତୀ ଛାଡ଼ି ଯାଇଥିଲେ। ଫଳରେ କିଛି ସ୍ଥାନୀୟ ଜନସାଧାରଣ ଦେଖି ବନ ବିଭାଗକୁ ଖବର ଦେଇଥିଲେ। ଫରେଷ୍ଟର ମନ୍ମଥ ବେହେରା, ଫରେଷ୍ଟ ଗାର୍ଡ ବାହାନ ବେହେରା ସଦଳବଳେ ପହଞ୍ଚି ହାତୀ ଶାବକର ଶବ ଜବତ କରି ଉପରିସ୍ଥ ଅଧିକାରୀଙ୍କୁ ଜଣାଇଥିଲେ । ରେଞ୍ଜର ନିରଞ୍ଜନ ଧରୁଆଙ୍କ ସମେତ ଅନ୍ୟ ଅଧିକାରୀମାନେ ଘଟଣାସ୍ଥଳରେ ପହଁଚି ତଦନ୍ତ କରିବା ସହିତ ଶବ ବ୍ୟବଚ୍ଛେଦ ପରେ ଘଟଣା ସମ୍ପର୍କରେ ଜଣା ପଡିବ ବୋଲି କହିଛନ୍ତି।

  • Related Posts

    ଓଡିଶା ଦ୍ରୁତ ଗତିରେ ବିକାଶ ହେଉଛି:ପ୍ରଧାନମନ୍ତ୍ରୀ

    ଭୁବନେଶ୍ବର: ଓଡିଶା ଦ୍ରୁତ ଗତିରେ ବିକାଶ ହେଉଛି । ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ବରେ ଗରିବ କଲ୍ୟାଣ ଯୋଜନାରେ ସାଧାରଣ ଲୋକଙ୍କ ଜୀବନ ବଦଳୁଛି । ଓଡିଶା ଅର୍ଥ ବ୍ୟବସ୍ଥା ମଜଭୂତ ହେଲେ ଭାରତ ମଜଭୂତ ହେବ । ଓଡ଼ିଶା ଗସ୍ତରେ ଆସି ରାଇରଙ୍ଗପୁରରେ…

    Continue reading
    ପାହାଡ଼ପୁର ହେବ ‘ସୂର୍ଯ୍ୟଗ୍ରାମ’

    ରାଜ୍ୟ ସରକାରଙ୍କ ଦ୍ବିତୀୟ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଇରଙ୍ଗପୁର ସମାବେଶରେ ତାଙ୍କ ଅଭିଭାଷଣ ରଖିଛନ୍ତି । ରାଜ୍ୟରେ ବିଜେପି ସରକାର ୨ ବର୍ଷ ପୂରଣ କରିଛି । ୨ ବର୍ଷରେ ମହାପୁରୁଷଙ୍କ ସ୍ବପ୍ନ ପୂରଣ ପାଇଁ ପ୍ରଶଂସନୀୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ