ନିଳାଦ୍ରୀ ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ

ପୁରୀ: ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ ହୋଇଛି । ବୈଠକ ସରିବା ପରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ରାଜେନ୍ଦ୍ରାଭିଷେକଠାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ଛତିଶା ନିଯୋଗ ଏବଂ ନୀତି ସବ୍ କମିଟି ବୈଠକରେ ଚୁଡ଼ାନ୍ତ ହୋଇଥିବା ନୀତି ନିର୍ଘଣ୍ଟକୁ ମୋହର ମାରିଛି ପରିଚାଳନା କମିଟି । ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି ନେଇ ପରିଚାଳନା କମିଟିକୁ ଅବଗତ କରାଯାଇଛି । ଆଗକୁ ସ୍ନାନଯାତ୍ରା ଓ ଘୋଷଯାତ୍ରା ଥିବାରୁ ଗଣତି ପ୍ରକ୍ରିୟା ସ୍ଥଗିତ ରଖାଯିବ ।

ନିଳାଦ୍ରୀ ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ। ଭିତର ରତ୍ନଭଣ୍ଡାରରେ ଥିବା ପୁରୁଣା ଆଲମିରା ଗୁଡ଼ିକ ବାହାରକୁ ଆସିବ । ମୂଲ୍ୟବାନ ସାମଗ୍ରୀ ଓ ରତ୍ନ ଅଳଙ୍କାର ବହୁତ ବଡ଼ ଥିବାରୁ ଭିତର ରତ୍ନଭଣ୍ଡାର ଭିତରେ ଗଣତି କରିବା ସମ୍ଭବ ନୁହେଁ । ଖଟ ଶେଯ ଘରେ ଏହାର ଗଣତି କାର୍ଯ୍ୟ କରାଯିବ । ନରେନ୍ଦ୍ର ପୁଷ୍କରିଣୀରେ ଏକ ନୂତନ ଭାବେ ସୂଚନା କେନ୍ଦ୍ର ଓ ଅଭ୍ୟର୍ଥନା ପ୍ରକୋଷ୍ଠ ନିର୍ମାଣ ହେବ । ଅଦିନିଆ ରଥଯାତ୍ରାକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ଗଜପତି। ଇସ୍କନ୍ ଏବଂ ଅନ୍ୟ ସଂସ୍ଥା ଅଦିନିଆ ରଥଯାତ୍ରା ଓ ଯାନି ଯାତ୍ରା ଆୟୋଜନ ଉଚିତ୍ ନୁହେଁ । ଏହାକୁ ନେଇ ପରିଚାଳନା କମିଟି ବୈଠକରେ ଉଦବେଗ ପ୍ରକାଶ ପାଇଛି। ରାଜ୍ୟ ସରକାରଙ୍କୁ ଜଣାଇବା ପରେ କେନ୍ଦ୍ର ସରକାରଙ୍କୁ ଏ ବିଷୟରେ ଅବଗତ କରାଯିବ । ଅଦିନିଆ ରଥଯାତ୍ରା ଓ ଯାନିଯାତ୍ରା ବନ୍ଦ କରିବା ପାଇଁ ନିଳାଦ୍ରୀ ବିଜେ ପରେ ଏକ ସ୍ବତନ୍ତ୍ର ପ୍ରତିନିଧି ଦଳ ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ।

ଜମିଜମା ସଂପର୍କିତ ନେଇ ଆଲୋଚନା ହୋଇଛି । ଶ୍ରୀମନ୍ଦିର ଆଇନ୍ ସଂଶୋଧନ ନେଇ ପରିଚାଳନା କମିଟି ସରକାରଙ୍କୁ ଚିଠା ଦେଇଛନ୍ତି । ଶ୍ରୀମନ୍ଦିର ସେବକ ମାନଙ୍କ ପାଇଁ ଗୁରୁକୁଳ ପ୍ରକଳ୍ପକୁ ଓବିସିସି ଠିକ୍ ସମୟରେ ଶେଷ ନ କଲେ ଅନ୍ୟ ସଂସ୍ଥାକୁ ଦିଆଯିବ । ବାହାର ରତ୍ନଭଣ୍ଡାର ୬ଟି ତାଲା ପଡ଼ିଥାଏ । ଭଣ୍ଡାର ମେକାପ ଯେଉଁ ତାଲା ବ୍ୟବହାର କରୁଛନ୍ତି ତାହା ପୁରୁଣା ହୋଇଯାଇଛି । ନୂତନ ତାଲା ପାଇଁ ପରିଚାଳନା କମିଟି ଅନୁମତି ଦେଇଛି । ଶ୍ରୀମନ୍ଦିର ସୁରକ୍ଷା ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା । ଆଗାମୀ ସ୍ନାନଯାତ୍ରାଠାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ ହେବ ବୋଲି ଆଶା ରଖିଛି ପରିଚାଳନା କମିଟି ।

  • Related Posts

    ସୌମ୍ୟ ହତ୍ୟା ମାମଲା:ଏଯାବତ୍ ୩୦ ଜଣଙ୍କୁ ଜେରା

    ଭୁବନେଶ୍ଵର:ବହୁ ଚର୍ଚ୍ଚିତ ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ଆସିଲା ଚାଞ୍ଚଲ୍ୟ ଖବର। ସୌମ୍ୟ ହତ୍ୟା ମାମଲାରେ ଏଯାବତ୍ ୩୦ ଜଣଙ୍କୁ ଜେରା କଲା କ୍ରାଇମବ୍ରାଞ୍ଚ। ଏ ନେଇ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସାଙ୍ଗ, ପରିବାର ସମେତ ୩୦ ଜଣଙ୍କୁ…

    Continue reading
    ଭିଜିଲାନ୍ସ ଜାଲରେ TPCODL କର୍ମଚାରୀ

    ନରସିଂହପୁର:କ୍ଷତିଗ୍ରସ୍ତ ବିଦ୍ୟୁତ୍ ଖୁଣ୍ଟ ବଦଳାଇବା ପାଇଁ ମୋଟ ୨୫,୦୦୦ ଟଙ୍କା ଲାଞ୍ଚ ଦାବିରୁ ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ସମୟରେ TPCODL କର୍ମଚାରୀଙ୍କୁ ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି। ପୂର୍ବରୁ UPI କାରବାର ମାଧ୍ୟମରେ ୮,୦୦୦ ଟଙ୍କା ନିଆଯାଇଥିଲା । ଆଜି,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ