ଭୁବନେଶ୍ବରରେ କାଳବୈଶାଖୀ ତାଣ୍ଡବ

ଭୁବନେଶ୍ୱର : ରାଜଧାନୀରେ କାଳବୈଖାଖୀ ତାଣ୍ଡବ । କାଳବୈଖାଖୀ ପ୍ରଭାବରେ କୁଆପଥର ବର୍ଷା ହେବା ସହ ଜୋରରେ ପବନ ହୋଇଛି। ପ୍ରାୟ ୪୦ରୁ ୫୦ କି.ମି ବେଗରେ ପବନ ହୋଇଛିa। ପବନରେ ବହୁ ଗଛ ଭାଙ୍ଗି ରାସ୍ତା ଅବରୋଧ ହୋଇଛି। ଏପରିକି କେତେକ ସ୍ଥାନରେ ଗଛ ଭାଙ୍ଗି କାର ଉପରେ ପଡିଥିବାର ଦେଖିବାକୁ ମିଳିଛି। ଏଥିଯୋଗୁ ବହୁ କାର କ୍ଷତିଗ୍ରସ୍ତ ହୋଇଛି। ବିଶେଷ କରି ପବନରେ କଳିଙ୍ଗ ଷ୍ଟାଡିୟମ ନିକଟରେ ବହୁ ଗଛ ଭାଙ୍ଗିଯାଇଛି।
ଶନିବାର ସକାଳେ ପାରଦ ଉପରମୁହାଁ ଥିଲା । ସକାଳ ସମୟରେ ଘରୁ ବାହାରିବା ବେଶ୍ ମୁସ୍କିଲ ଥିଲା । ଗୁଳୁଗୁଳିରେ ଲୋକେ ଅସ୍ତବ୍ୟସ୍ତ ହୋଇପଡୁଥିଲେ। ଶନିବାର ମଧ୍ୟାହ୍ନ ସମୟରେ ହଠାତ୍‌ ପାଗରେ ଆସିଲା ପରିବର୍ତ୍ତନ । କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ହୋଇଥିଲା । ସ୍ଥାନେ ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇଛି । ୪୦ରୁ ୫୦ କିମି ବେଗରେ ପବନ ବହୁଥିଲା । ପବନରେ ବହୁ ସ୍ଥାନରେ ଗଛ ଭାଙ୍ଗି ରାସ୍ତା ଅବରୋଧ ହୋଇଛି।

ଏପରିକି କେତେକ ସ୍ଥାନରେ ଗଛ ଭାଙ୍ଗି କାର ଉପରେ ପଡିଛି। ଏଥିଯୋଗୁ ବହୁ କାର କ୍ଷତିଗ୍ରସ୍ତ ହୋଇଛି। ଗଛ ପଡିବାରୁ ଟ୍ରାଫିକ ବ୍ୟବସ୍ଥା ବେହାଲ ହୋଇଯାଇଛି । ଜୟଦେବ ବିହାର ଓ ନୂଆପଲ୍ଲୀରେ ବହୁ ଗଛ ଭାଙ୍ଗିଯାଇଛି। ଜାତୀୟ ରାଜପଥରେ ଗଛ ଭାଙ୍ଗି ପଡିଥିବାରୁ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି। ଅଗ୍ନିଶମବାହିନୀ ପହଞ୍ଚି ରାସ୍ତାରୁ ଗଛ କାଟି ସଫା କରୁଛନ୍ତି। ଅନ୍ୟପକ୍ଷ କାଳବୈଶାଖୀ ବର୍ଷା ଲାଗି ଗରମ ଓ ଗୁଳିଗୁଳିରୁ ସାମାନ୍ୟ ଆଶ୍ବସ୍ତି ମିଳିଛି ।

  • Related Posts

    ରାଜ୍ୟ ସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକ: ୩,୭୯୩ କୋଟି ଟଙ୍କାର ପୁଞ୍ଜିନିବେଶକୁ ଅନୁମୋଦନ

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦୂରଦର୍ଶୀ ନେତୃତ୍ୱରେ ଓଡ଼ିଶା ସରକାର ଶିଳ୍ପାୟନ ଓ ଆର୍ଥôକ ବିକାଶ କ୍ଷେତ୍ରରେ ନିରନ୍ତର ଭାବେ ଅଗ୍ରଗତି କରୁଛନ୍ତି । ଏହି ପରିପ୍ରେକ୍ଷୀରେ ଆଜି ରାଜ୍ୟ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

    Continue reading
    ଯନ୍ତ୍ରୀଙ୍କ ଲକରରୁ ମିଳିଲା ୨ କୋଟି

    ଭିଜିଲାନ୍ସ ରେଡ୍ ବେଳେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ)ର ସହକାରୀ ନିର୍ବାହୀ ଯନ୍ତ୍ରୀ (AEE) ବୈକୁଣ୍ଠ ନାଥ ବେହେରାଙ୍କ ଲକରରୁ ୨ କୋଟି ଟଙ୍କା ଠାବ କରାଯାଇଛି। ଏହି ଲକର ତାଙ୍କ ପତ୍ନୀଙ୍କ ନାମରେ ଥିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ