୧୦ ଯାଏ ଗ୍ରୀଷ୍ମ ପ୍ରବାହ, କାଳବୈଶାଖୀ

ଭୁବନେଶ୍ୱର: ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଶନିବାର ସକାଳୁ ଗୁଳୁଗୁଳି ଜନଜୀବନକୁ ପ୍ରଭାବିତ କରିଥିଲା। ଦିନ ବଢ଼ିବା ସହ ଖରାତାତି ଓ ଝାଞ୍ଜି ପବନ ଦେହମୁହଁକୁ ପୋଡ଼ି ଦେବାଭଳି ଅନୁଭବ ହୋଇଥିଲା। ଅପରାହ୍ନରୁ ବିଶେଷକରି ଖୋର୍ଦ୍ଧା ଜିଲା ସମେତ କେନ୍ଦ୍ରାପଡ଼ା, ବାଲେଶ୍ୱର, ସୁନ୍ଦରଗଡ଼ ଆଦି ବିଭିନ୍ନ ଜିଲାରେ କାଳବୈଶାଖୀ ପାଗରେ ପରିବର୍ତ୍ତନ ଆଣିଥିଲା। ଝଡ଼ବର୍ଷା ସହ ଘଡ଼ଘଡ଼ି ବିଜୁଳି ଡରାଇଥିଲେ ମଧ୍ୟ ବର୍ଷା ଯୋଗୁ ଲୋକେ ତାତିରୁ ମୁକ୍ତି ପାଇଥିଲେ। ରାଜଧାନୀ ଭୁବନେଶ୍ୱରରେ କାଳବୈଶାଖୀ ପରେ ତାପମାତ୍ରା ୧୪ ଡିଗ୍ରୀ କମିଯାଇଥିଲା। ୪୭.୭ରୁ ୨୭ ଡିଗ୍ରୀକୁ ଖସି ଆସିଥିଲା। ତେବେ ଆଗାମୀ ୩ଦିନ ମଧ୍ୟରେ ତାପମାତ୍ରା ୨ ରୁ ୩ ଡିଗ୍ରୀ ବଢିବ ବୋଲି ପୂର୍ୱାନୁମାନ କରାଯାଇଛି। ଫଳରେ ପ୍ରଚଣ୍ଡ ଗ୍ରୀଷ୍ମ ତାପରେ ଜନଜୀବନ ଆହୁରି ଅସ୍ତବ୍ୟସ୍ତ ହୋଇପଡିବ ବୋଲି ଆଶଙ୍କା କରାଯାଉଛି।

ତେବେ ରବିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ୱଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ କାଳବୈଶାଖୀ ପାଇଁ ୟେଲୋ ଓ୍ୱାର୍ନିଂ ଜାରି କରାଯାଇଛି। ଏଥିସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଝାରସୁଗୁଡା, କଟକ, ସମ୍ୱଲପୁର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, ବଲାଙ୍ଗୀର, ଗଜପତି, ମାଲକାନଗିରି, ଗଞ୍ଜାମ, ପୁରୀ ଏବଂ ନୟାଗଡ଼ ଜିଲାକୁ ଗ୍ରୀଷ୍ମ ପ୍ରବାହ ନେଇ ୟେଲୋ ଓ୍ୱାର୍ନିଂ ଦେଇଛି ପାଣିପାଗ କେନ୍ଦ୍ର।

  • Related Posts

    ‘ଡବଲ୍ ଇଞ୍ଜିନ’ ସରକାରର ମିଳିତ ପ୍ରୟାସରେ ଓଡ଼ିଶାର ପ୍ରଗତି ଶିଖର ଛୁଇଁଛି :ମୁଖ୍ୟମନ୍ତ୍ରୀ

    ଆଜିର ଏହି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ତଥା ମହତ୍ତ୍ୱପୂର୍ଣ୍ଣ ପ୍ରେସ୍ ସମ୍ମିଳନୀରେ ମୁଁ ଆପଣ ସମସ୍ତଙ୍କୁ ଆନ୍ତରିକ ସ୍ୱାଗତ ଓ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି। ଜୁନ୍ ୯ ତାରିଖ ହେଉଛି ଆମ ଦେଶର ଗଣତାନ୍ତ୍ରିକ ଇତିହାସରେ ଏକ ସ୍ୱର୍ଣ୍ଣିମ, ଯୁଗାନ୍ତକାରୀ ତଥା ଅଭୂତପୂର୍ବ…

    Continue reading
    ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ:ଶୁଭେନ୍ଦୁ ଅଧିକାରୀ

    ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା। ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ। ଦୀଘା ଜଗନ୍ନାଥ ଧାମ ବଦଳରେ ହେବ ଦୀଘା ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଚିଠି ପାଇବା ପରେ ଶୁଭେନ୍ଦୁ ଅଧିକାରୀଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ