ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର : ଆଜି ପବିତ୍ର ମକର ସଂକ୍ରାନ୍ତି। କେନ୍ଦୁଝର ଜିଲ୍ଲାର ଗଣପର୍ବ ହେଉଛି ମକର ସଂକ୍ରାନ୍ତି। ଏହି ଅବସରରେ କେନ୍ଦୁଝର ଜିଲ୍ଲା ପାଟଣାରେ ପହଞ୍ଚି ବୈତରଣୀ ନଦୀରେ ବୁଡ଼ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କେନ୍ଦୁଝରର ଗଣପର୍ବ ହେଉଛି ମକର ପର୍ବ। ଏହି ପର୍ବରେ ସାମିଲ ହେବା ନିମନ୍ତେ ଗତ ରାତିରେ ନୂଆଦିଲ୍ଲୀରୁ ଫେରିବା ପରେ ଆଜିଠୁ ମୁଖ୍ୟମନ୍ତ୍ରୀ ୩ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତରେ ଯାଇଛନ୍ତି। ଭୁବନେଶ୍ୱରରୁ ବିମାନରେ ଆସି ସକାଳ ୯ଟା ୪୦ ମିନିଟ୍ ରେ ରାଇସୁଆଁ ଏୟାର ଷ୍ଟ୍ରିପ୍ରେ ପହଞ୍ଚିଥିଲେ । ଏହାପରେ ସେଠାରୁ କେନ୍ଦୁଝର ଦେଇ ସଡ଼କ ପଥରେ ୧୦ ଟା ୪୦ ମିନିଟ୍ରେ ପାଟଣାରେ ପହଞ୍ଚିଥିଲେ । ସେଠାରେ ବୈତରଣୀ ନଦୀରେ ମୁଖ୍ୟମନ୍ତ୍ରୀ ମକର ବୁଡ଼ ପକାଇଛନ୍ତି । ଏହାପରେ ନଦୀ କୂଳରେ ଥିବା ପରମେଶ୍ଵର ମନ୍ଦିରରେ ପ୍ରଭୁଙ୍କ ଦର୍ଶନ କରିଛନ୍ତି । ସେଠାରୁ ଯାଇ ସେ ପାଟଣାର ପୁରାତନ ଆନନ୍ଦେଶ୍ୱର ମନ୍ଦିରରେ ପ୍ରଭୁଙ୍କ ଦର୍ଶନ ସହ ଜଳାଭିଷେକ କରିଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ ଆଜି ସ୍ଥାନୀୟ ଅଞ୍ଚଳରେ ଥିବା ଦ୍ୱାଦଶ ଜ୍ୟୋର୍ତିଲିଙ୍ଗ ମନ୍ଦିର ଦର୍ଶନ କରିବେ। ଏହାପରେ ସେ ମା’ ତାରିଣୀଙ୍କ ଦର୍ଶନ କରିବେ। ଆଜିଠୁ ୩ ଦିନ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କର କେନ୍ଦୁଝର ଜିଲ୍ଲାରେ ବିଭିନ୍ନ କାର୍ଯ୍ୟକ୍ରମ ଥିବା ବେଳେ ସେ ୧୭ ତାରିଖରେ ଭୁବନେଶ୍ୱର ଫେରିବେ ବୋଲି ଜଣାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ବୁଡ଼ ପକାଇବା କାର୍ଯ୍ୟକ୍ରମ ନିମନ୍ତେ ବୈତରଣୀ ନଦୀ କୂଳରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ବହୁ ସଂଖ୍ୟାରେ ପୁଲିସ୍ ଓ ଅଗ୍ନିଶମ କର୍ମଚାରୀ ନିୟୋଜିତ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ ବହୁ ସଂଖ୍ୟାରେ ଲୋକ ବି ଭିଡ଼ ଜମାଇଥିଲେ। ମୁଖ୍ୟମନ୍ତ୍ରୀ ଆଜି ସପତ୍ନୀକ କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି।

  • Related Posts

    ରାଜରାଜଶ୍ୱେର ବେଶରେ ଦର୍ଶନ ଦେବେ ମହାପ୍ରଭୁ

    ପୁରୀ: ଶ୍ରୀମନ୍ଦିରରେ ଆଜି ପାଳନ ହେଉଛି ପବିତ୍ର ଦଶହରା ତଥା ବିଜୟା ଦଶମୀ । ଏହି ଅବସରରେ ଭକ୍ତମାନଙ୍କୁ ସୁନାବେଶ ତଥା ରାଜରାଜଶ୍ୱେର ବେଶରେ ସଜ୍ଜିତ ହୋଇ ଦର୍ଶନ ଦିଅନ୍ତି ଶ୍ରୀଜିଉ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ…

    Continue reading
    ଅପରାଧୀଙ୍କୁ ତାଙ୍କ ଭାଷାରେ ଜବାବ ଦିଆଯିବ: ପୋଲିସ ଡିଜି

    କଟକ: ‘ନକ୍ସଲ ହୁଅନ୍ତୁ କିମ୍ବା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ କିମ୍ବା ଯେକୌଣସି ଅପରାଧୀ । ଅପରାଧୀଙ୍କୁ ସେମାନଙ୍କ ଭାଷାରେ ହିଁ ଜବାବ୍ ଦିଆଯିବ । ଏଥିପାଇଁ ପୋଲିସ ଶହୀଦ ହେବା ପାଇଁ ବି ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି । ଆଜି(ବୁଧବାର) କଟକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି