କ୍ୟାବିନେଟର: ବୃତଙ୍ଗ ପ୍ରକଳ୍ପରେ ସ୍ପିଲୱେ ପାଇଁ ୧୯୪ କୋଟି

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ୫ଟି ବିଭାଗର ୧୦ଟି ପ୍ରସ୍ତାବ ଅନୁମୋଦନ ମିଳିଛି । ଶିଳ୍ପ ବିଭାଗର ୨ଟି, ଗୃହ ଓ ନଗର ଉନ୍ନୟନ ବିଭାଗର ୪ ଟି, ଜଳ ସମ୍ପଦ ବିଭାଗର ୨ଟି, ରାଜସ୍ବ ଗୋଟିଏ, ପର୍ଯ୍ୟଟନ ବିଭାଗର ଗୋଟିଏ ପ୍ରସ୍ତାବକୁ କ୍ୟାବିନେଟ ମୋହର ମାରିଛି । ବୈଠକ ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇଛନ୍ତି ।
ବୃତଙ୍ଗ ଜଳସେଚନ ପ୍ରକଳ୍ପ ଅଧୀନରେ ନୟାଗଡ଼ ଜିଲ୍ଲାର ମଞ୍ଜରୀ ଗ୍ରାମ ନିକଟରେ ୫୫୨ ମିଟର ଲମ୍ବର ଏକ ମାଟି ବନ୍ଧ ଓ ସ୍ପିଲୱେ ନିର୍ମାଣ ହେବ । ଏଥିପାଇଁ ୧୯୪ କୋଟି ୭ ଲକ୍ଷ ୨୮ ହଜାର ୮୭୦ ଟଙ୍କା ୬୧ ପଇସାର ଟେଣ୍ଡର ଅନୁମୋଦନ ହୋଇଛି । କାର୍ଯ୍ୟକୁ ୩୦ ମାସ ମଧ୍ୟରେ ସମ୍ପୂର୍ଣ୍ଣ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି । ଏହି ପ୍ରକଳ୍ପ ସମ୍ପୂର୍ଣ୍ଣ ହେବା ପରେ ୨୩, ୩୦୦ ହେକ୍ଟର ଅଞ୍ଚଳରେ ଜଳସେଚନ ହେବ । ନୟାଗଡ଼ ଜିଲ୍ଲାର ଦଶପଲ୍ଲା ବ୍ଲକର ୬ଟି ଗାଁ, ନୂଆଗାଁ ବ୍ଲକର ୯୫ଟି ଗାଁ, ନୟାଗଡ଼ ବ୍ଲକର ୯୮ଟି ଗାଁ, ଖଣ୍ଡପଡ଼ା ବ୍ଲକର ୯୫ଟି ଗାଁ ଏବଂ ଓଡ଼ଗାଁ ବ୍ଲକର ୧୫ଟି ଗାଁକୁ ମିଶାଇ ୩୦୯ଟି ଗାଁକୁ ସୁନିଶ୍ଚିତ ଜଳସେଚନ ସୁବିଧା ଯୋଗାଇଦେବ ।

  • Related Posts

    ‘ଡବଲ୍ ଇଞ୍ଜିନ’ ସରକାରର ମିଳିତ ପ୍ରୟାସରେ ଓଡ଼ିଶାର ପ୍ରଗତି ଶିଖର ଛୁଇଁଛି :ମୁଖ୍ୟମନ୍ତ୍ରୀ

    ଆଜିର ଏହି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ତଥା ମହତ୍ତ୍ୱପୂର୍ଣ୍ଣ ପ୍ରେସ୍ ସମ୍ମିଳନୀରେ ମୁଁ ଆପଣ ସମସ୍ତଙ୍କୁ ଆନ୍ତରିକ ସ୍ୱାଗତ ଓ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି। ଜୁନ୍ ୯ ତାରିଖ ହେଉଛି ଆମ ଦେଶର ଗଣତାନ୍ତ୍ରିକ ଇତିହାସରେ ଏକ ସ୍ୱର୍ଣ୍ଣିମ, ଯୁଗାନ୍ତକାରୀ ତଥା ଅଭୂତପୂର୍ବ…

    Continue reading
    ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ:ଶୁଭେନ୍ଦୁ ଅଧିକାରୀ

    ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା। ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ। ଦୀଘା ଜଗନ୍ନାଥ ଧାମ ବଦଳରେ ହେବ ଦୀଘା ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଚିଠି ପାଇବା ପରେ ଶୁଭେନ୍ଦୁ ଅଧିକାରୀଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ