ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ

ଦେବଗଡ଼:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆଜି ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ୧୦ ବର୍ଷ ପୂର୍ତ୍ତି ଉପଲକ୍ଷେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ବାଳ, ଜିଲ୍ଲାପରିଷଦ ସଭାପତି କୌଶିକ ପ୍ରଧାନ,ଜିଲ୍ଲାପାଳ କବୀନ୍ଦ୍ର ସାହୁ,ପୂର୍ବ ବିଧାୟକ ତଥା ସାଂସଦଙ୍କ ପ୍ରତିନିଧି ସୁବାସ ଚନ୍ଦ୍ର ପାଣିଗ୍ରାହୀ, ସିଡିଏମଓ ଡା.ସଂଘମିତ୍ରା ପଣ୍ଡା ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ। ଏହି ଅବସରରେ ଜ଼ିଲ୍ଲାର ସମସ୍ତ ଗର୍ଭବତୀ ମହିଳାମାନଙ୍କ ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ଦ୍ୱାରା ସ୍ୱାସ୍ଥ୍ୟ ପରୀକ୍ଷା ସହିତ ରକ୍ତ ଏବଂ ପରିସ୍ରାy ନମୁନା ପରୀକ୍ଷଣ କରାଯାଇଥିଲା।କାର୍ଯ୍ୟକ୍ରମରେ ଜ଼ିଲ୍ଲାର ପ୍ରାୟ ୫୦୦ରୁ ଉର୍ଦ୍ଧ୍ବ ଗର୍ଭବତୀ ମହିଳା ସେବା ପାଇବା ସହ କିପରି ଭାବରେ ତାଙ୍କର ସୁରକ୍ଷିତ ମାତୃତ୍ୱ ଲାଭ କରିପାରିବେ ସେ ନେଇ ସ୍ତ୍ରୀ ଓ ପ୍ରସୂତି ରୋଗ ବିଭାଗର ଡାକ୍ତରମାନେ ପରାମର୍ଶ ଦେଇଥିଲେ। ଏଥିରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଅଧୀକ୍ଷକ ଡା.ମନୋରଞ୍ଜନ ସାମଲ,ଡା.ପ୍ରଭାତ ଓଝା,ଡା.ମାନସାଙ୍ଗ ମୁର୍ମୁ, ଏନଏଚଏମ ଡିପିଏମ ସୁଶାନ୍ତ ପ୍ରହରାଜ,ଦୁଷ୍ମନ୍ତ ସୂତାର, ମେଡିକାଲ ପରିଚାଳକ ଯତିନ ଭଇଁଷାଙ୍କ ସମତେ ସ୍ବାସ୍ଥ୍ୟ ବିଭାଗର କର୍ମଚାରୀମାନେ ଉପସ୍ଥିତ ଥିଲେ।

  • Related Posts

    ସ୍ୱାମୀ ଲକ୍ଷ୍ମଣାନନ୍ଦ କମିସନ୍‌ ରିପୋର୍ଟ ହଜିବା ଦୁର୍ଭାଗ୍ୟଜନକ ଘଟଣା :ଜଷ୍ଟିସ ଏ.ଏସ୍‌ ନାଇଡୁ

    ଭୁବନେଶ୍ୱର: ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟା ଘଟଣା ନାଇଡୁ କମିସନ୍‌ ରିପୋର୍ଟ ହଜିବା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ଜଷ୍ଟିସ ଏ.ଏସ୍‌ ନାଇଡୁ। ଏହା ଏକ ଦୁର୍ଭାଗ୍ୟ ଜନକ ଘଟଣା ବୋଲି କହିଛନ୍ତି। ଦେଢ଼ ହଜାର ପୃଷ୍ଠାର ରିପୋର୍ଟ ପ୍ରସ୍ତୁତ ହୋଇ ସରକାରଙ୍କୁ ଦିଆ…

    Continue reading
    ଥାର୍ଡ ଡିଗ୍ରୀ : ୨ ଅବକାରୀ ଅଧିକାରୀ ନିଲମ୍ବିତ

    କେନ୍ଦ୍ରାପଡ଼ା : ଚୋରାମଦ ବିକ୍ରି ନେଇ ଅଭିଯୋଗ କରିଥିବା ଯୁବକଙ୍କୁ ଥାର୍ଡ ଡିଗ୍ରୀ କରିବା ଘଟଣା। କେନ୍ଦ୍ରାପଡ଼ା ଜିଲ୍ଲାର ଦୁଇ ଅବକାରୀ ଅଧିକାରୀ ନିଲମ୍ବନ ହୋଇଛନ୍ତି।ନିଲମ୍ବିତ ଅଧିକାରୀ ଦୁଇ ଜଣ ହେଲେ ଅବକାରୀ SI ଛାୟାକାନ୍ତ ନାୟକ, ASI ପ୍ରଦୀପ ମଲ୍ଲିକ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ