ବିଦ୍ୟୁତ ସ୍ପର୍ଶରେ ଆସି ଯୁବକ ମୃତ

ଦେବଗଡ:ବିଦ୍ୟୁତ ସ୍ପର୍ଶରେ ଆସି ଜଣେ ଯୁବକର ମୃତ୍ୟୁ ଘଟିଛି।ମୃତକ ହେଲେ ରିଆମାଳ ଥାନାଚଂଳର କାକୁଡିଆଖମଣ ଗ୍ରାମର ଆରନଲ ତିର୍କୀ(୪୧)। ସୂଚନା ଅନୁଯାୟୀ, ୪ ବର୍ଷ ହେବ ବାରକୋଟ ବ୍ଲକର ଖଜୁରୀଖମଣ ଗ୍ରାମରେ ଥିବା ମା ସନ୍ତୋଷୀ ଇଣ୍ଟର ପ୍ରାଇଜେସରେ ଆରନଲ ମିଲର ଅପରେଟର ଭାବେ କାମ କରୁଥିଲେ।ତେବେ ଗତକାଲି ରାତିରେ ଆରନଲ ବିଦ୍ୟୁତ ସଂସ୍ପର୍ଶରେ ଆସି ଗୁରୁତର ହୋଇପଡିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ବାରକୋଟ ମେଡିକାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଡାକ୍ତର ତାଙ୍କୁ ମୃତ ଘୋ‌ଷଣା କରିଥିଲେ।ସୂଚନାପାଇ ବାରକୋଟ ଥାନା ପୁଲିସ ଶବ ଜବତ କରି ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

  • Related Posts

    SIR କାମ ଚାପରେ ଜୀବନ ହାରିଲେ ପ୍ରଧାନଶିକ୍ଷକ!

    ବୌଦ୍ଧ: ବୌଦ୍ଧ ଜିଲା ଡିମିରିଖୋଲ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। SIR କାମ ଚାପରେ ଜଣେ ପ୍ରଧାନଶିକ୍ଷକ ଜୀବନ ହାରିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ବୌଦ୍ଧ ଡିମିରିଖୋଲ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶୟନ ସାହୁ। ସେ SIR କାମରେ…

    Continue reading
    ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି: ୩୨ ମୂଲ୍ୟବାନ ପ୍ଲଟ, ୨ ଫାର୍ମ ହାଉସ ଠାବ

    ଜୟପୁର : କୋରାପୁଟ କୋଟପାଡ଼ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟ ନାରାୟଣ ସେଠୀଙ୍କ ଅମାପ ସମ୍ପତ୍ତି। ମାଳ ମାଳ ପ୍ଲଟ୍, ବିଡା ବିଡ଼ା ଟଙ୍କା, ପୁଳା ପୁଳା ସୁନା ଗହଣା ଏବଂ ଗଣ୍ଡା ଗଣ୍ଡା ହାତୀ ମୂର୍ତ୍ତି। ଘରେ ରେଡ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ