ସରଳ ହେଲା ପ୍ରାକ୍-ରେରା ଆପାର୍ଟମେଣ୍ଟ ପଞ୍ଜୀକରଣ

ଭୁବନେଶ୍ୱର : ଓଡ଼ିଶାର ଘର କ୍ରେତା, ଜମି ମାଲିକ ଏବଂ ପ୍ରମୋଟରମାନଙ୍କୁ ଏକ ବଡ଼ ଆଶ୍ୱସ୍ତି ଦେଇ ରାଜ୍ୟ ସରକାର ଏକ ସ୍ୱତନ୍ତ୍ର ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏହାଦ୍ୱାରା ୫ ଅକ୍ଟୋବର, ୨୦୧୬ ରେ ରିଅଲ୍ ଇଷ୍ଟେଟ୍ (ରେଗୁଲେସନ୍ ଆଣ୍ଡ ଡେଭେଲପମେଣ୍ଟ) ଆକ୍ଟ ବା ‘ରେରା’ ଲାଗୁ ହେବା ପୂର୍ବରୁ ସମ୍ପୂର୍ଣ୍ଣ ହୋଇଥିବା ପ୍ରକଳ୍ପଗୁଡ଼ିକରେ ଆପାର୍ଟମେଣ୍ଟ ୟୁନିଟ୍ ଗୁଡ଼ିକର ପଞ୍ଜୀକରଣ ସହଜ ହୋଇପାରିବ ।

ଏହି ନିଷ୍ପତ୍ତି ସମ୍ପର୍କରେ ସୂଚନା ଦେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର କହିଛନ୍ତି ଯେ, ଆପାର୍ଟମେଣ୍ଟ ମାଲିକାନା ଏବଂ ପରିଚାଳନାରେ ଅଧିକ ସ୍ୱଚ୍ଛତା ଓ ଦକ୍ଷତା ଆଣିବା ପାଇଁ ଓଡ଼ିଶା ଆପାର୍ଟମେଣ୍ଟ (ମାଲିକାନା ଏବଂ ପରିଚାଳନା) ଅଧିନିୟମ, ୨୦୨୩ ପ୍ରଣୟନ କରାଯାଇଥିଲା।

ତଥାପି, ପ୍ରାକ୍-ରେରା ପ୍ରକଳ୍ପଗୁଡ଼ିକରେ ବହୁ ସଂଖ୍ୟକ ଆପାର୍ଟମେଣ୍ଟ କ୍ରେତା ହସ୍ତାନ୍ତର ଦଲିଲ ପଞ୍ଜୀକରଣ କରିବାରେ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଯଦିଓ ୩ ଡିସେମ୍ବର, ୨୦୨୫ ରେ ଜାରି ହୋଇଥିବା ଏକ ସ୍ୱତନ୍ତ୍ର ନିର୍ଦ୍ଦେଶନାମା ବ୍ୟକ୍ତିଗତ ଆଲଟିମାନଙ୍କୁ ଆଶ୍ୱସ୍ତି ଦେଇଥିଲା, କିନ୍ତୁ ପ୍ରମୋଟର ଏବଂ ଜମି ମାଲିକଙ୍କ ପାଖରେ ରହିଯାଇଥିବା ଆପାର୍ଟମେଣ୍ଟଗୁଡ଼ିକ ଏହାର ପରିସରଭୁକ୍ତ ହୋଇନଥିଲା ।

ଏହି ସମସ୍ୟାର ସମାଧାନ ପାଇଁ ସରକାର ‘ଓଡ଼ିଶା ଆପାର୍ଟମେଣ୍ଟ ଆକ୍ଟ, ୨୦୨୩’ ର ଧାରା ୩୫ ଅନ୍ତର୍ଗତ ତାଙ୍କ କ୍ଷମତାର ପ୍ରୟୋଗ କରିଛନ୍ତି ଏବଂ ଯୋଗ୍ୟ ପ୍ରକଳ୍ପଗୁଡ଼ିକ ପାଇଁ ଏକ ସ୍ୱତନ୍ତ୍ର ଛାଡ଼ ବ୍ୟବସ୍ଥା ଆରମ୍ଭ କରିଛନ୍ତି, ଯାହାଫଳରେ ଏଭଳି ଆପାର୍ଟମେଣ୍ଟଗୁଡ଼ିକର ପଞ୍ଜୀକରଣ ସମ୍ଭବ ହେବ ଏବଂ ଦୀର୍ଘ ଦିନରୁ ପଡ଼ି ରହିଥିବା ପୁରୁଣା ମାମଲାଗୁଡ଼ିକର ସମାଧାନ ହୋଇପାରିବ। ନିର୍ଦ୍ଦେଶନାମା ଅନୁଯାୟୀ, ଏହି କୋହଳ ବ୍ୟବସ୍ଥା କେବଳ ୫ ଅକ୍ଟୋବର, ୨୦୧୬ ପୂର୍ବରୁ ସମ୍ପୂର୍ଣ୍ଣ ହୋଇଥିବା ପ୍ରକଳ୍ପଗୁଡ଼ିକର ଆପାର୍ଟମେଣ୍ଟ ପାଇଁ ଲାଗୁ ହେବ।

ଏହି ସୁବିଧା କେବଳ ସେହି କ୍ଷେତ୍ରରେ ଉପଲବ୍ଧ ହେବ ଯେଉଁଠାରେ ପ୍ରକଳ୍ପର ଅତିକମରେ ୫୦ ପ୍ରତିଶତ ଆପାର୍ଟମେଣ୍ଟ ୟୁନିଟ୍ ରେରା କଟ୍-ଅଫ୍ ତାରିଖ କିମ୍ବା ତା’ ପୂର୍ବରୁ ପଞ୍ଜୀକୃତ ବିକ୍ରୟ ଦଲିଲ ମାଧ୍ୟମରେ ହସ୍ତାନ୍ତର କରାଯାଇ ସାରିଥିବ। ଏହା ବ୍ୟତୀତ, ପଞ୍ଜୀକରଣ ପାଇଁ ପ୍ରସ୍ତାବିତ ଆପାର୍ଟମେଣ୍ଟଟି ଓଡ଼ିଶା ବିକାଶ କର୍ତ୍ତୃପକ୍ଷ ଅଧିନିୟମ, ୧୯୮୨ କିମ୍ବା ଓଡ଼ିଶା ସହର ଯୋଜନା ଏବଂ ଉନ୍ନୟନ ଟ୍ରଷ୍ଟ ଅଧିନିୟମ, ୧୯୫୬ ଅଧୀନରେ ସକ୍ଷମ କର୍ତ୍ତୃପକ୍ଷଙ୍କ ଦ୍ୱାରା ବିଧିବଦ୍ଧ ଭାବେ ଅନୁମୋଦିତ ବିଲ୍ଡିଂ ପ୍ଲାନର ଅଂଶ ବିଶେଷ ହୋଇଥିବା ଆବଶ୍ୟକ।

ସ୍ୱଚ୍ଛତା ସୁନିଶ୍ଚିତ କରିବା ଏବଂ କ୍ରେତାମାନଙ୍କ ସ୍ୱାର୍ଥ ରକ୍ଷା କରିବା ପାଇଁ, ପ୍ରମୋଟର କିମ୍ବା ଜମି ମାଲିକମାନଙ୍କୁ ପ୍ରକଳ୍ପ ପରିସର ମଧ୍ୟରେ ଅନୁମୋଦିତ ବିଲ୍ଡିଂ ପ୍ଲାନକୁ ସ୍ପଷ୍ଟ ଭାବରେ ପ୍ରଦର୍ଶିତ କରିବାକୁ ହେବ । ଅବଶିଷ୍ଟ ବିକ୍ରି ହୋଇନଥିବା ଆପାର୍ଟମେଣ୍ଟର ପ୍ରଥମ ବିକ୍ରୟ ଦଲିଲ ପଞ୍ଜୀକରଣ ପୂର୍ବରୁ, ଆଲଟି ଆସୋସିଏସନ ଠାରୁ ଏକ ଅନାପତ୍ତି ପ୍ରମାଣପତ୍ର ହାସଲ କରିବାକୁ ହେବ, ଯାହା ପ୍ରମାଣିତ କରିବ ଯେ ଅନୁମୋଦିତ ପ୍ଲାନରେ ଥିବା ଆପାର୍ଟମେଣ୍ଟ ନମ୍ବର ସଠିକ୍ ଅଛି। ପଞ୍ଜୀକରଣ କର୍ତ୍ତୃପକ୍ଷଙ୍କ ସମ୍ମୁଖରେ ସମସ୍ତ ଯୋଗ୍ୟତା ସର୍ତ୍ତ ପୂରଣ କରୁଥିବା ନେଇ ଏକ ଅଣ୍ଡରଟେକିଂ ମଧ୍ୟ ଦାଖଲ କରିବାକୁ ହେବ।

  • Related Posts

    ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ

    ଦେବଗଡ଼:ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ କରାଯାଇଛି। ଦେବଗଡ କଲେଜସ୍ଥିତ ବିଜୁ ପଟ୍ଟନାୟକ ପ୍ରେକ୍ଷାଳୟରେ ଜିଲ୍ଲା ଯୋଗାଣ ଅଧିକାରୀ କିଶୋର ମହାରଣାଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ କବୀନ୍ଦ୍ର ସାହୁ ମୁଖ୍ୟଅତିଥି, ଉପଜିଲ୍ଲାପାଳ ପରୀକ୍ଷିତ…

    Continue reading
    ବ୍ଲକସ୍ତରୀୟ ବରିଷ୍ଠ ନାଗରିକ ମଞ୍ଚର ବୈଠକ

    ଦେବଗଡ଼: ବାରକୋଟସ୍ଥିତ ଡାକବଙ୍ଗଳାରେ ଆଜି ବ୍ଲକ୍‌ସ୍ତରୀୟ ବରିଷ୍ଠ ନାଗରିକ ମଞ୍ଚର ବୈଠକ ଅନୁଷ୍ଠିତ ହୋଇଯାଇଛି। ମଞ୍ଚର ସଭାପତି ପଞ୍ଚାନନ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ବାରକୋଟଠାରେ ନିର୍ମିତ ଶବ ବ୍ୟବଚ୍ଛେଦ ଗୃହ କାର୍ଯ୍ୟକ୍ଷମ କରିବା, ଉଭୟ ବ୍ଲକ୍‌ ଓ ବଣେଇ ଛକରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ