ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପରିଦର୍ଶନ କଲେ ରାଜ୍ୟପାଳ

ପୁରୀ: ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଶନିବାର ଦିନ ରାଜ୍ୟର ମାନ୍ୟବର ପ୍ରଥମ ମହିଳା ଡକ୍ଟର ଜୟଶ୍ରୀ କମ୍ଭମପାଟିଙ୍କ ସହ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପରିଦର୍ଶନ କରିଥିଲେ। ମନ୍ଦିରରେ ପହଞ୍ଚିବା ପରେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ (ଏସ୍‌ଜେଟିଏ)ର ମୁଖ୍ୟ ପ୍ରଶାସକ ଶ୍ରୀ ଅରବିନ୍ଦ କୁମାର ପାଢ଼ୀ ଏବଂ ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା ରାଜ୍ୟପାଳଙ୍କୁ ସ୍ୱାଗତ କରିଥିଲେ।

ରାଜ୍ୟପାଳ ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ଶ୍ରୀବଳଭଦ୍ର ଏବଂ ଦେବୀ ସୁଭଦ୍ରାଙ୍କ ଦର୍ଶନ କରି ଓଡ଼ିଶାର ନିରନ୍ତର ଶାନ୍ତି, ପ୍ରଗତି ଓ ସମୃଦ୍ଧି ସହ ରାଜ୍ୟବାସୀଙ୍କ କଲ୍ୟାଣ କାମନା କରିଥିଲେ।

ଦର୍ଶନ ପରେ ରାଜ୍ୟପାଳ ମନ୍ଦିର ପରିସରର ବିଭିନ୍ନ ସ୍ଥାନ ପରିଦର୍ଶନ କରିଥିଲେ। ଏହି ଅବସରରେ ମୁଖ୍ୟ ପ୍ରଶାସକ ଶ୍ରୀ ପାଢ଼ୀ ଓ ଜିଲ୍ଲାପାଳ ଶ୍ରୀ ପରିଡ଼ା ରାଜ୍ୟପାଳଙ୍କୁ ମନ୍ଦିର ପ୍ରଶାସନ, ପରିଚାଳନା ଏବଂ ଭକ୍ତମାନଙ୍କ ପାଇଁ କରାଯାଉଥିବା ବିଭିନ୍ନ ସୁବିଧା ସମ୍ପର୍କରେ ଅବଗତ କରାଇଥିଲେ।

  • Related Posts

    ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ

    ଦେବଗଡ଼:ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନାର ଶୁଭାରମ୍ଭ କରାଯାଇଛି। ଦେବଗଡ କଲେଜସ୍ଥିତ ବିଜୁ ପଟ୍ଟନାୟକ ପ୍ରେକ୍ଷାଳୟରେ ଜିଲ୍ଲା ଯୋଗାଣ ଅଧିକାରୀ କିଶୋର ମହାରଣାଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ କବୀନ୍ଦ୍ର ସାହୁ ମୁଖ୍ୟଅତିଥି, ଉପଜିଲ୍ଲାପାଳ ପରୀକ୍ଷିତ…

    Continue reading
    ବ୍ଲକସ୍ତରୀୟ ବରିଷ୍ଠ ନାଗରିକ ମଞ୍ଚର ବୈଠକ

    ଦେବଗଡ଼: ବାରକୋଟସ୍ଥିତ ଡାକବଙ୍ଗଳାରେ ଆଜି ବ୍ଲକ୍‌ସ୍ତରୀୟ ବରିଷ୍ଠ ନାଗରିକ ମଞ୍ଚର ବୈଠକ ଅନୁଷ୍ଠିତ ହୋଇଯାଇଛି। ମଞ୍ଚର ସଭାପତି ପଞ୍ଚାନନ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ବୈଠକରେ ବାରକୋଟଠାରେ ନିର୍ମିତ ଶବ ବ୍ୟବଚ୍ଛେଦ ଗୃହ କାର୍ଯ୍ୟକ୍ଷମ କରିବା, ଉଭୟ ବ୍ଲକ୍‌ ଓ ବଣେଇ ଛକରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ