ସରକାର ସଜାଗ, ଆତଙ୍କିତ ହୁଅନ୍ତୁନି

ଭୁବନେଶ୍ୱର: ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଏବଂ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ହ୍ୟୁମାନ ମେଟାନ୍ୟୁମୋ ଭାଇରସ୍ (ଏଚ୍‌ଏମ୍‌ପିଭି)ଭୂତାଣୁ ନେଇକୁ ନେଇ ସଂପୂର୍ଣ୍ଣ ସଜାଗ ରହିଛନ୍ତି। ତେଣୁ ଏହାକୁ ନେଇ ଓଡ଼ିଶାବାସୀ ବିଚଳିତ କିମ୍ବା ଆତଙ୍କିତ ହେବାର ଆବଶ୍ୟକତା ନାହିଁ। ସଚେତନ ହେଲେ ସୁରକ୍ଷିତ ରହିବା। ବୁଧବାର ଏଚ୍‌ଏମ୍‌ପିଭି ସଂପର୍କିତ ଏକ ସମୀକ୍ଷା ବୈଠକ ପରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏଭଳି ପରାମର୍ଶ ଦିଆଯାଇଛି।
ବିଭାଗୀୟ କମିଶନର ତଥା ଶାସନ ସଚିବ ଅଶ୍ୱତୀ ଏସ୍‌ଙ୍କ ଅଧ୍ୟକ୍ଷତାରେ ବୁଧବାର ବିଭାଗୀୟ ସମ୍ମିଳନୀ କକ୍ଷଠାରେ ଏହି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା।
ବୈଠକରେ ହୋଇଥିବା ଆଲୋଚନା ଅନୁଯାୟୀ ଅଦ୍ୟାବଧି ଏଚ୍‌ଏମ୍‌ପିଭିର କୌଣସି ପ୍ରଭାବ ଓଡ଼ିଶାରେ ପରିଲକ୍ଷିତ ହୋଇନାହିଁ । ତା’ ସତ୍ତ୍ୱେ ଓଡ଼ିଶା ସରକାର ସମସ୍ତ ପରିସ୍ଥିତି ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। ଆଇଡିଏସ୍‌ପି, ଏନ୍‌ସିଡିସି ଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ସମସ୍ତ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶାଳୟ, ଏମସ୍‌, ଭୁବନେଶ୍ୱର, ଆରଏମ୍‌ଆରସି, ଭୁବନେଶ୍ୱର, ଆଇ.ଏଲ୍‌.ଏସ୍‌, ଭୁବନେଶ୍ୱର ପ୍ରଭୃତି ପ୍ରମୁଖ ଅନୁଷ୍ଠାନ ଏହା ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି। ତେଣୁ ଜନସାଧାରଣ ତଥା ଗଣମାଧ୍ୟମ ଅଯଥା ବ୍ୟସ୍ତବିବ୍ରତ କିମ୍ବା ବିଚଳିତ ହେବାର କୌଣସି କାରଣ ନାହିଁ। ବ୍ୟାପକ ଜନସଚେତନତା ଓ ସତର୍କତା ଦ୍ୱାରା ସଂକ୍ରମଣକୁ ସହଜରେ ପ୍ରତିହତ କରାଯାଇପାରେ। ତେଣୁ ସଦାସର୍ବଦା ବ୍ୟକ୍ତିଗତ ତଥା ପରିବେଶର ପରିଷ୍କାରପରିଚ୍ଛନ୍ନତା ପ୍ରତି ବିଶେଷ ଧ୍ୟାନଦେବା ପାଇଁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ଅନୁରୋଧ କରାଯାଇଛି।
ଏହି ବୈଠକରେ ସ୍ୱାସ୍ଥ୍ୟସେବା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଡ. ବିଜୟ କୁମାର ମହାପାତ୍ର, ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଡ. ନୀଳକଣ୍ଠ ମିଶ୍ର, ଡିଏମ୍‌ଇଟି ଡ. ସନ୍ତୋଷ କୁମାର ମିଶ୍ର, ଭାରତ ସରକାରଙ୍କ ଆଞ୍ଚଳିକ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶାଳୟର ନିର୍ଦ୍ଦେଶିକା ଡ. ସୁମିତ୍ରା ସାସମଲ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ଟିମ୍ ଲିଡ୍‌ର ଡ. ନିହାର ରାୟ, ଆରଏମ୍‌ଆରସିର ଡ. ଶୁଭ୍ର ସୁଭଦ୍ରା, ଡ. ଇରା ପ୍ରହରାଜ, ଅତିରିକ୍ତ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶିକା ଡ. ପ୍ରମିଳା ବରାଳ, ଏପିଏଚ୍‌ଓ ଡ. ବିଶ୍ୱରଞ୍ଜନ ଦାସ, ଉପଶାସନ ସଚିବ ଅରୁଣା ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ।

  • Related Posts

    ରାଜରାଜଶ୍ୱେର ବେଶରେ ଦର୍ଶନ ଦେବେ ମହାପ୍ରଭୁ

    ପୁରୀ: ଶ୍ରୀମନ୍ଦିରରେ ଆଜି ପାଳନ ହେଉଛି ପବିତ୍ର ଦଶହରା ତଥା ବିଜୟା ଦଶମୀ । ଏହି ଅବସରରେ ଭକ୍ତମାନଙ୍କୁ ସୁନାବେଶ ତଥା ରାଜରାଜଶ୍ୱେର ବେଶରେ ସଜ୍ଜିତ ହୋଇ ଦର୍ଶନ ଦିଅନ୍ତି ଶ୍ରୀଜିଉ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ…

    Continue reading
    ଅପରାଧୀଙ୍କୁ ତାଙ୍କ ଭାଷାରେ ଜବାବ ଦିଆଯିବ: ପୋଲିସ ଡିଜି

    କଟକ: ‘ନକ୍ସଲ ହୁଅନ୍ତୁ କିମ୍ବା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ କିମ୍ବା ଯେକୌଣସି ଅପରାଧୀ । ଅପରାଧୀଙ୍କୁ ସେମାନଙ୍କ ଭାଷାରେ ହିଁ ଜବାବ୍ ଦିଆଯିବ । ଏଥିପାଇଁ ପୋଲିସ ଶହୀଦ ହେବା ପାଇଁ ବି ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି । ଆଜି(ବୁଧବାର) କଟକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି