ପାଠ୍ୟପୁସ୍ତକରେ ଭୁଲ୍‌ ପିଲାଙ୍କ ଭବିଷ୍ୟତ ଉପରେ ସିଧା ଆକ୍ରମଣ: ଲେନିନ୍‌

ଭୁବନେଶ୍ବର: ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ନୂତନ ଭାବେ ପ୍ରକାଶିତ ସ୍କୁଲ ପାଠ୍ୟପୁସ୍ତକଗୁଡ଼ିକରେ ୧୬୭୮ଟି ଭୁଲ୍‌ ଏବଂ ତଥ୍ୟ ବିକୃତି ଘଟଣାକୁ ନେଇ ବିରୋଧୀ କଂଗ୍ରେସ ଓ ବିଜେଡି ରାଜ୍ୟ ସରକାରଙ୍କୁ ଦାୟୀ କରିଛନ୍ତି । ଏଭଳି କରି ଶିକ୍ଷା ବିଭାଗ ପିଲାଙ୍କ ଭବିଷ୍ୟତ ସହ ଖେଳୁଛି ବୋଲି ବିରୋଧୀ ଦଳମାନେ କହିଛନ୍ତି । ବିଜେପି ସରକାର ଓଡ଼ିଆ ଶିକ୍ଷା ବ୍ୟବସ୍ଥାକୁ ନଷ୍ଟ କରୁଥିବାର ଜ୍ୱଳନ୍ତ ଚିତ୍ର ସର୍ବସମ୍ମୁଖକୁ ଆସିଛି । ଏନ୍‌ଇପି-୨୦୨୦ ଅନୁଯାୟୀ ପ୍ରସ୍ତୁତ ହୋଇଥିବା ପାଠ୍ୟପୁସ୍ତକରେ ଅଭୂତପୂର୍ବ ଓ ଲଜ୍ଜାଜନକ ତ୍ରୁଟି ହୋଇଛି । ବିଜୁ ଜନତା ଦଳ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ଏପରି କୁହାଯାଇଛି ।

ସାମ୍ବାଦିକ ସମ୍ମିଳନୀରେ ଦଳ ମୁଖପାତ୍ର ଲେନିନ୍‌ ମହାନ୍ତି କହିଛନ୍ତି, ଏହା ଜାତୀୟ ଲଜ୍ଜା । ଓଡ଼ିଆ ଭାଷା, ସଂସ୍କୃତି ଏବଂ ଲକ୍ଷ ଲକ୍ଷ ପିଲାଙ୍କ ଭବିଷ୍ୟତ ଉପରେ ସିଧା ଆକ୍ରମଣ ହୋଇଛି । ଯାହାକି ଓଡିଆ ଭାଷା, ସାହିତ୍ୟ, ସଂସ୍କୃତିକୁ ନଷ୍ଟ କରିବା ସହ ଛାତ୍ରଛାତ୍ରୀ ମାନଙ୍କ ଭବିଷ୍ୟତ ସହ ଖେଳୁଛନ୍ତି । ଏହା କେବଳ ଛୋଟ କିମ୍ବା ପରୀକ୍ଷାମୂଳକ ତ୍ରୁଟି ନୁହେଁ, ଏହା ପିଲାଙ୍କୁ ସେମାନଙ୍କ ଇତିହାସ, ଭୂଗୋଳ, ସଂସ୍କୃତି ଓ ପରିଚୟ ବିଷୟରେ ତ୍ରୁଟିପୂର୍ଣ୍ଣ ତଥ୍ୟ ପ୍ରଦାନ କରି ଭ୍ରାନ୍ତି ସୃଷ୍ଟି କରିବ । ଗଣଶିକ୍ଷା ବିଭାଗ ନିଜର ତ୍ରୁଟି ଲୁଚାଇବାକୁ ଯାଇ ତୁରନ୍ତ ସଂଶୋଧନ ତାଲିକା ପ୍ରସ୍ତୁତ କରିଛନ୍ତି । ସେମାନଙ୍କ ଦାୟିତ୍ୱହୀନତାର ପରିଚୟ ପ୍ରଦାନ କରୁଛି । ତେଣୁ ସବୁ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକକୁ ପ୍ରତ୍ୟାହର କରାଯାଉ । ପ୍ରସ୍ତୁତି, ପ୍ରୁଫ୍‌ ରିଡିଂରେ ହୋଇଥିବା ଅବହେଳାର ଉଚ୍ଚସ୍ତରୀୟ ତଦନ୍ତ ହେଉ । ଆଗାମୀ ଶିକ୍ଷା ବର୍ଷ ପୂର୍ବରୁ ତ୍ରୁଟିମୁକ୍ତ ପାଠ୍ୟପୁସ୍ତକ ପ୍ରକାଶ କରିବାକୁ ବିଜେଡି ଦାବି କରିଛି ।

  • Related Posts

    ପାଠ୍ୟପୁସ୍ତକରେ ଭୁଲ୍‌ ସଂଶୋଧନ ହୋଇ ପାଠପଢ଼ା ହେବ: ମନ୍ତ୍ରୀ

    ଭୁବନେଶ୍ବର: ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ନୂତନ ଭାବେ ପ୍ରକାଶିତ ସ୍କୁଲ ପାଠ୍ୟପୁସ୍ତକଗୁଡ଼ିକରେ ୧୬୭୮ଟି ଭୁଲ୍‌ ଏବଂ ତଥ୍ୟ ବିକୃତି ଘଟଣାକୁ ନେଇ ବିରୋଧୀ କଂଗ୍ରେସ ଓ ବିଜେଡି ରାଜ୍ୟ ସରକାରଙ୍କୁ ଦାୟୀ କରିଛନ୍ତି । ଏଭଳି କରି ଶିକ୍ଷା ବିଭାଗ…

    Continue reading
    ପାଠ୍ୟପୁସ୍ତକରେ ଭୁଲ୍‌ ରାଜ୍ୟ ଶିକ୍ଷା ବ୍ୟବସ୍ଥାକୁ ଉପହାସ:ପିସିସି ସଭାପତି

    ଭୁବନେଶ୍ବର: ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ନୂତନ ଭାବେ ପ୍ରକାଶିତ ସ୍କୁଲ ପାଠ୍ୟପୁସ୍ତକଗୁଡ଼ିକରେ ୧୬୭୮ଟି ଭୁଲ୍‌ ଏବଂ ତଥ୍ୟ ବିକୃତି ଘଟଣାକୁ ନେଇ ବିରୋଧୀ କଂଗ୍ରେସ ଓ ବିଜେଡି ରାଜ୍ୟ ସରକାରଙ୍କୁ ଦାୟୀ କରିଛନ୍ତି । ଏଭଳି କରି ଶିକ୍ଷା ବିଭାଗ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ