ରେଙ୍ଗାଳି ବିସ୍ଥାପିତ ସମସ୍ୟା ଓ ତୃଟି ଶୂନ୍ୟ ହାଇଟେକ ସର୍ଭେ ଉପରେ ଗୁରୁତ୍ୱ ଦିଆଯିବ : ମନ୍ତ୍ରୀ

ଦେବଗଡ଼:ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ବିକାଶର ଧାରା, ଓଡିଶା ସାରା ନିମନ୍ତେ ନୂଆବାଲିରୋଇସ୍ଥିତ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ସଭାଗୃହ ବୈଠକ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲାପାଳ କବୀନ୍ଦ୍ର ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଜସ୍ଵ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଜିଲ୍ଲାର ବିକାଶ ଧାରା କିପରି ଆଗକୁ ଯିବ ଏବଂ ରେଙ୍ଗାଳି ବିସ୍ଥାପିତଙ୍କ ସମସ୍ୟାର ସମାଧାନ,ହାଇଟେକ ସର୍ଭେର ତ୍ରୁଟିର ସଂଶୋଧନ,ପର୍ଯ୍ୟଟନର ବିକାଶ ହୋଇପାରିବ ସେ ସଂପର୍କରେ ନିଜର ବକ୍ତବ୍ୟ ରଖିଥିଲେ।ଏହାସହିତ ଦେବଗଡ ଜିଲ୍ଲାର ବିକାଶ ପାଇଁ ଅର୍ଥର ଅଭାବ ରହିବ ନାର୍ହି ବୋଲି ମନ୍ତ୍ରୀ ଶ୍ରୀ ପୂଜାରୀ କହିଥିଲେ।ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ଵାଳ,ଜିଲ୍ଲାପରିଷଦ ସଭାପତି କୌଶିକ ପ୍ରଧାନ,ପୂର୍ବ ବିଧାୟକ ତଥା ସାଂସଦଙ୍କ ପ୍ରତିନିଧି ସୁବାସ ଚନ୍ଦ୍ର ପା‌ଣିଗ୍ରାହୀ, ଏସପି କିଶୋର ଚନ୍ଦ୍ର ମୁଣ୍ଡ, ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ରାଜେନ୍ଦ୍ର ମିଞ୍ଜ,ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ପ୍ରଶାନ୍ତ ବେହେରା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ନିଜର ବକ୍ତବ୍ୟ ରଖିଥିଲେ। ପରେ ସରକାରଙ୍କ ପୁସ୍ତକ ପ୍ରଗତି ପ୍ରବାହ ଦୁଇ ବର୍ଷରେ ଦୁଇ ଗୁଣା ବିକାଶ ବିକାଶ ଧାରା ଓଡ଼ିଶା ସାରା ପୁସ୍ତକକୁ ଅତିଥିମାନେ ଉନ୍ମୋଚନ କରିଥିଲେ। ଏହାସହିତ ସିଏମ୍ କିଷାନ,ଲକ୍ଷପତି ଦିଦିଙ୍କୁ ମୋବାଇଲ,ପ୍ରଧାନମନ୍ତ୍ରୀ ଆବାସ ଯୋଜନା ତଥା ବିଭିନ୍ନ ଯୋଜନାର ହିତାଧିକାରୀମାନଙ୍କୁ ସହାୟତା ପ୍ରଦାନ କରାଯାଇଥିଲା।କାର୍ଯ୍ୟକ୍ରମରେ ଜିଲ୍ଲାସ୍ତରୀୟ ଅଧିକାରୀ,,ସ୍ଵୟଂ ସହାୟକ ଗୋଷ୍ଠୀର ମହିଳା,ଅଙ୍ଗନୱାଡ଼ି କର୍ମୀ,ଆଶାକର୍ମୀ,ଜନସାଧାରଣ ଉପସ୍ଥିତ ଥିଲେ।କାର୍ଯ୍ୟକ୍ରମକୁ ସିଆରସିସି ପ୍ରାଣବନ୍ଧୁ ଘଡେଇ ଓ ଶିକ୍ଷକ ବିଜୟ ସାହୁ ପରିଚାଳନା କରିଥିଲେ।

  • Related Posts

    ପାଠ୍ୟପୁସ୍ତକରେ ଭୁଲ୍‌କୁ ନେଇ ମୁଖ୍ୟମନ୍ତ୍ରୀ ଗମ୍ଭୀର, ତୁରନ୍ତ ତ୍ରୁଟି ସୁଧାରିବାକୁ ନିର୍ଦ୍ଦେଶ

    ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପରିଲକ୍ଷିତ ହୋଇଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଆଭାସୀ ମାଧ୍ୟମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ…

    Continue reading
    ରାଇକିଆ ବଣିକ ସଂଘର ନୂତନ କର୍ମକର୍ତ୍ତା ଚୟନ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ବଣିକ ସଂଘର ନୂତନ ପରିଚାଳନା ସମିତି ଗଠନ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ପଦ୍ମ ଚରଣ ପଣ୍ଡା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସାଧାରଣ ସମ୍ପାଦକ ଦୁର୍ଯ୍ୟୋଧନ ଲେଙ୍କାଙ୍କ ଦ୍ୱାରା ଗତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ