ପାଠ୍ୟ ପୁସ୍ତକରେ ତ୍ରୁଟି:ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଗଠନ ହେଲା କମିଟି

ଭୁବନେଶ୍ବର : ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ପାଠ୍ୟ ପୁସ୍ତକରେ ବ୍ୟାପକ ମୁଦ୍ରଣ ଜନିତ ତ୍ରୁଟି ଘଟଣା। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଗଠନ ହେଲା କମିଟି। ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂହଙ୍କ ଅଧ୍ୟକ୍ଷତାରେ ଏହି କମିଟି ଗଠିତ ହୋଇଛି। ସଂସ୍କୃତି ବିଭାଗ ସଚିବ ବିଜୟ କେତନ ଉପାଧ୍ୟାୟ ଏବଂ ସାଧାରଣ ପ୍ରଶାସନ ବିଭାଗ ଉପ-ସଚିବ ଶ୍ରୀମତୀ ସ୍ମିତା ପାଣି ଏହାର ସଦସ୍ୟ ରହିଛନ୍ତି। ଏହି କମିଟି ମୁଦ୍ରଣ ଜନିତ ତ୍ରୁଟିର ତଦନ୍ତ କରି ଏହା କେଉଁ ସ୍ତରରେ ହୋଇଛି ଏବଂ କେଉଁ ଅଧିକାରୀ ବା ସଂସ୍ଥାମାନେ ଦାୟୀ ତାହା ନିର୍ଣ୍ଣୟ କରିବେ। ସାତ ଦିନ ମଧ୍ୟରେ ତଦନ୍ତ ସମ୍ପୂର୍ଣ୍ଣ କରି ରିପୋର୍ଟ ପ୍ରଦାନ କରିବେ।

ସୂଚନାଯୋଗ୍ୟ ଯେ, ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ମୁଦ୍ରଣ ଜନିତ ତ୍ରୁଟି ଯୋଗୁ ପିଲାମାନଙ୍କ ପାଠ ପଢାରେ ସମସ୍ୟା ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ଏହା ଉପରେ କଡା ଆଭିମୁଖ୍ୟ ପ୍ରକାଶ କରି ଗତକାଲି ଏ ସମ୍ପର୍କରେ ସମୀକ୍ଷା କରିଥିଲେ। ମୁଖ୍ୟମନ୍ତ୍ରୀ ଏହି ତ୍ରୁଟି ଗୁଡିକୁ ତୁରନ୍ତ ସୁଧାରିବା ସହିତ ଏହି ଘଟଣାରେ ସମ୍ପୃକ୍ତ ବ୍ୟକ୍ତିମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ନିର୍ଦ୍ଦେଶ ଦେଇଥିଲେ।

  • Related Posts

    ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆଇନଜୀବୀଙ୍କ ସହାୟତା ରାଶି ୪୦% ବୃଦ୍ଧି

    ଭୁବନେଶ୍ବର : ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ରାଜ୍ୟର ବିଭିନ୍ନ କୋର୍ଟରେ କାର୍ଯ୍ୟରତ ଆଇନଜୀବୀମାନଙ୍କ ସହାୟତା ପରିମାଣ ବୃଦ୍ଧି। ଅବସର ନେଇଥିବା କିମ୍ବା ଦେହାନ୍ତ ହେବା କ୍ଷେତ୍ରରେ ରାଜ୍ୟ କଲ୍ୟାଣ ପାଣ୍ଠିରୁ ପରିବାରକୁ ସହାୟତା ରାଶି ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ…

    Continue reading
    ତାମିଲନାଡୁ ଗ୍ୟାସ୍ ଲିକରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟଣା: CMRFରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା

    ଭୁବନେଶ୍ୱର: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ଘଟଣାରେ ସେ ଅତ୍ୟନ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ