ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ରାଇରଙ୍ଗପୁରରେ ହେବ ବିକାଶର ବର୍ଷା

ଭୁବନେଶ୍ବର: ଓଡ଼ିଶାରେ ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂରାଷ୍ଟ୍ରପତି ଦୌପଦୀ ମୁର୍ମୁ । ଏହି ଅବସରରେ ରାଇରଙ୍ଗପୁରରେ ଏକାଧିକ ମେଗା ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିବେ। କାର୍ଯ୍ୟକ୍ରମରେ ଓଡ଼ିଶାର ଶକ୍ତି, ସଡ଼କ, ପାନୀୟ ଜଳ, କ୍ରୀଡ଼ା ଏବଂ ଆଦିବାସୀ ଉନ୍ନୟନ କ୍ଷେତ୍ରର ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପକୁ ରାଷ୍ଟ୍ରକୁ ଉତ୍ସର୍ଗ କରାଯିବ।

ପ୍ରକଳ୍ପଗୁଡ଼ିକ ମଧ୍ୟରେ ଭାରତ କୋଲ ଗ୍ୟାସିଫିକେସନ ଆଣ୍ଡ କେମିକାଲ୍ସ ଲିମିଟେଡ୍ (BCGCL) ପ୍ରକଳ୍ପ, ଅପର ଇନ୍ଦ୍ରାବତୀ ୬୦୦ ମେଗାୱାଟ ପମ୍ପଡ୍ ଷ୍ଟୋରେଜ୍ ପ୍ରକଳ୍ପ, ଆଇବି ଥର୍ମାଲ ପାୱାର ଷ୍ଟେସନର ଦ୍ୱିତୀୟ ପର୍ଯ୍ୟାୟ ସମ୍ପ୍ରସାରଣ, ଭୁବନେଶ୍ୱରରେ ଏମଏସଡବ୍ଲୁ ସିବିଜି ପ୍ଲାଣ୍ଟ, କଟକ-ଭୁବନେଶ୍ୱର ସଂଯୋଗ ପାଇଁ ନୂତନ ବ୍ରିଜ୍ ନିର୍ମାଣ, ବିଭିନ୍ନ ଜାତୀୟ ରାଜପଥ ଓ ଗ୍ରାମୀଣ ସଡ଼କ ପ୍ରକଳ୍ପ ସାମିଲ ରହିଛି।

ସେହିପରି ୨୪ଟି ଅଟଳ ବସ୍ ଷ୍ଟାଣ୍ଡ, ୯ଟି ଅଟୋମେଟେଡ୍ ଟେଷ୍ଟିଂ ଷ୍ଟେସନ, ବାଲେଶ୍ୱର, କୋରାପୁଟ, ନୟାଗଡ଼ ସହ ବିଭିନ୍ନ ଜିଲ୍ଲାର ପାନୀୟ ଜଳ ପ୍ରକଳ୍ପ, ରାଇରଙ୍ଗପୁର ଇନଡୋର ବ୍ୟାଡମିଣ୍ଟନ କମ୍ପ୍ଲେକ୍ସ, ସ୍ପୋର୍ଟ୍ସ କମ୍ପ୍ଲେକ୍ସ ଓ ଟ୍ରାଇବାଲ ରିସର୍ଚ୍ଚ ସେଣ୍ଟରର ଉଦ୍ଘାଟନ ମଧ୍ୟ କରାଯିବ।

  • Related Posts

    ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆଇନଜୀବୀଙ୍କ ସହାୟତା ରାଶି ୪୦% ବୃଦ୍ଧି

    ଭୁବନେଶ୍ବର : ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ରାଜ୍ୟର ବିଭିନ୍ନ କୋର୍ଟରେ କାର୍ଯ୍ୟରତ ଆଇନଜୀବୀମାନଙ୍କ ସହାୟତା ପରିମାଣ ବୃଦ୍ଧି। ଅବସର ନେଇଥିବା କିମ୍ବା ଦେହାନ୍ତ ହେବା କ୍ଷେତ୍ରରେ ରାଜ୍ୟ କଲ୍ୟାଣ ପାଣ୍ଠିରୁ ପରିବାରକୁ ସହାୟତା ରାଶି ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ…

    Continue reading
    ତାମିଲନାଡୁ ଗ୍ୟାସ୍ ଲିକରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟଣା: CMRFରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା

    ଭୁବନେଶ୍ୱର: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ଘଟଣାରେ ସେ ଅତ୍ୟନ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ