
ଦେବଗଡ଼:ଜିଲ୍ଲା ପ୍ରଶାସନ ପକ୍ଷରୁ ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଜି ପ୍ରଧାନପାଟ ରୋଡସ୍ଥିତ କଲ୍ୟାଣ ମଣ୍ଡପରେ ଜିଲ୍ଲା ସ୍ତରୀୟ ପ୍ରଦର୍ଶନୀ ମେଳା ଉଦଘାଟିତ ହୋଇଯାଇଛି। ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ରାଜେନ୍ଦ୍ର ମିଞ୍ଜଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ କବୀନ୍ଦ୍ର ସାହୁ ମୁଖ୍ୟଅତିଥି,ଏସପି କିଶୋର ଚନ୍ଦ୍ର ମୁଣ୍ଡ,ଅତିରିକ୍ତ ଜିଲ୍ଲାପାଳ ରେବେକା ବିଲୁଙ୍ଗ,ପୂର୍ବ ବିଧାୟକ ତଥା ସାଂସଦଙ୍କ ପ୍ରତିନିଧି ସୁବାସ ଚନ୍ଦ୍ର ପାଣିଗ୍ରାହୀ,ଭାରପ୍ରାପ୍ତ ପୌରାଧ୍ୟକ୍ଷ ପ୍ରଜିତ ଭୋଜ,ଜିଲ୍ଲା ବିଜେପି ସଭାପତି ଅରୁଣ ସାହୁ,ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ପ୍ରଶାନ୍ତ ବେହେରା,ବିଧାୟକଙ୍କ ପ୍ରତିନିଧି ଚନ୍ଦ୍ରଶେଖର ଭୁକ୍ତା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଜିଲ୍ଲାସ୍ତରୀୟ ପ୍ରଦର୍ଶନୀ ମେଳାକୁ ଉଦଘାଟନ କରିଥିଲେ।ରାଜ୍ୟ ସରକାରଙ୍କର ଦୁଇ ବର୍ଷ ପୂର୍ତ୍ତି ଅବସରରେ ଜିଲ୍ଲାରେ ହୋଇଥିବା ବିକାଶ ଓ ଜିଲ୍ଲାର କେମିତି ଅଧିକ ବିକାଶ କରାଯାଇପାରିବ ସେ ସଂପର୍କରେ ଅତିଥିମାନେ ନିଜର ବକ୍ତବ୍ୟ ରଖିଥିଲେ। ପ୍ରଦର୍ଶନୀ ମେଳାରେ ବିଭିନ୍ନ ବିଭାଗର ୧୭ଟି ଷ୍ଟଲ ଖୋଲା ଯାଇଛି।ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।କାର୍ଯ୍ୟକ୍ରମରେ ଜିଲ୍ଲାସ୍ତରୀୟ ଅଧିକାରୀ,ସ୍ଵୟଂ ସହାୟକ ଗୋଷ୍ଠୀର ମହିଳା ଓ ଜନସାଧାରଣ ଉପସ୍ଥିତ ଥିଲେ।


