କାଠଯୋଡ଼ି ରେଳ ସେତୁରୁ ଖସିପଡ଼ି ଫ୍ଲାଗମ୍ୟାନ ମୃତ

କଟକ: କଟକର କାଠଯୋଡ଼ି ନଦୀ ଉପରେ ଥିବା ରେଳ ସେତୁରେ ଘଟିଛି ଏକ ଦୁଃଖଦ ଘଟଣା । ଡ୍ୟୁଟିରେ ଥିବାବେଳେ ପ୍ରାୟ ୫୦ ଫୁଟ୍ ଉଚ୍ଚତାରୁ ତଳକୁ ଖସିପଡ଼ି ଜଣେ ରେଳବାଇ ଫ୍ଲାଗମ୍ୟାନଙ୍କ ମୃତ୍ୟୁ ଘଟିଛି । ଏହି ଘଟଣା ପରେ ରେଳବାଇ କର୍ମଚାରୀ ମହଳ ଓ ମୃତକଙ୍କ ପରିବାରରେ ଶୋକର ଛାୟା ଖେଳିଯାଇଛି । ମୃତକ ହେଲେ ଯାଜପୁର ଜିଲ୍ଲାର ସୁବାସ ରାହୁଲ । ସେ ରେଳବାଇରେ ଫ୍ଲାଗମ୍ୟାନ୍ ଭାବେ କାର୍ଯ୍ୟରତ ଥିଲେ । ସୂଚନା ଅନୁସାରେ, କାଠଯୋଡ଼ି ରେଳ ସେତୁ ନିକଟରେ ସେ ନିଜ କାର୍ଯ୍ୟରେ ନିୟୋଜିତ ଥିବା ସମୟରେ ହଠାତ୍ ଅସାବଧାନତା ବଶତଃ ସନ୍ତୁଳନ ହରାଇ ପ୍ରାୟ ୫୦ ଫୁଟ୍ ତଳକୁ ଖସି ପଡ଼ିଥିଲେ ।

ଘଟଣା ଘଟିବା ପରେ ସହକର୍ମୀ ଓ ସ୍ଥାନୀୟ ଲୋକମାନେ ତୁରନ୍ତ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ନିକଟସ୍ଥ ମେଡିକାଲକୁ ପଠାଇଥିଲେ । ହେଲେ ଗୁରୁତର ଆଘାତ ଯୋଗୁଁ ଚିକିତ୍ସାଧୀନ ଅବସ୍ଥାରେ ସେ ପ୍ରାଣ ହରାଇଥିବା ସୂଚନା ମିଳିଛି । ତାଙ୍କ ମୃତ୍ୟୁ ଖବର ପ୍ରଚାର ହେବା ପରେ ପରିବାର ଲୋକଙ୍କ ମଧ୍ୟରେ କାନ୍ଦବୋବାଳି ପଡ଼ିଯାଇଛି । ପ୍ରାଥମିକ ତଦନ୍ତରୁ ଡ୍ୟୁଟି ସମୟରେ ଅସାବଧାନତା କିମ୍ବା ସନ୍ତୁଳନ ହରାଇବା ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି । ତେବେ ଘଟଣାର ପ୍ରକୃତ କାରଣ ଜାଣିବା ପାଇଁ ରେଳବାଇ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି ।

  • Related Posts

    SIR କାମ ଚାପରେ ଜୀବନ ହାରିଲେ ପ୍ରଧାନଶିକ୍ଷକ!

    ବୌଦ୍ଧ: ବୌଦ୍ଧ ଜିଲା ଡିମିରିଖୋଲ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। SIR କାମ ଚାପରେ ଜଣେ ପ୍ରଧାନଶିକ୍ଷକ ଜୀବନ ହାରିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ବୌଦ୍ଧ ଡିମିରିଖୋଲ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶୟନ ସାହୁ। ସେ SIR କାମରେ…

    Continue reading
    ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି: ୩୨ ମୂଲ୍ୟବାନ ପ୍ଲଟ, ୨ ଫାର୍ମ ହାଉସ ଠାବ

    ଜୟପୁର : କୋରାପୁଟ କୋଟପାଡ଼ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟ ନାରାୟଣ ସେଠୀଙ୍କ ଅମାପ ସମ୍ପତ୍ତି। ମାଳ ମାଳ ପ୍ଲଟ୍, ବିଡା ବିଡ଼ା ଟଙ୍କା, ପୁଳା ପୁଳା ସୁନା ଗହଣା ଏବଂ ଗଣ୍ଡା ଗଣ୍ଡା ହାତୀ ମୂର୍ତ୍ତି। ଘରେ ରେଡ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ