ଅସ୍ମିତା ଖେଲୋ ଇଣ୍ଡିଆ ମହିଳା ଫୁଟବଲ୍ ଲିଗ୍

ଦେବଗଡ଼: ଜିଲ୍ଲା ପ୍ରଶାସନ ଓ ଜିଲ୍ଲା କ୍ରୀଡା ସଂସଦ ପକ୍ଷରୁ ଆଜି ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଅସ୍ମିତା ଖେଲୋ ଇଣ୍ଡିଆ ମହିଳା ଫୁଟବଲ୍ ଲିଗ୍ ଅନୁଷ୍ଠିତ ହୋଇଯାଇଛି। ପ୍ରତିଯୋଗିତାରେ ଜିଲ୍ଲାର ୪ ଟି ଦଳ ଝାରମୁଣ୍ଡା କ୍ଲବ୍,କେଆଇସି ତିଲେଇବଣି ପ୍ରଧାନପାଟ କ୍ଲବ୍ ଓ ମନୋରମା କ୍ଲବ ଅଂଶଗ୍ରହଣ କରିଥିଲେ। ଜିଲ୍ଲା କ୍ରୀଡ଼ା ଅଧିକାରୀ ହେମନ୍ତ ସିଂଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ କବୀନ୍ଦ୍ର ସାହୁ ମୁଖ୍ୟଅତିଥି,ଏସପି କିଶୋର ଚନ୍ଦ୍ର ମୁଣ୍ଡ,ଜିଲ୍ଲା ଉପ ନିବନ୍ଧକ ପ୍ରଦ୍ୟୁମ୍ନ ଦାସ, ଜିଲ୍ଲା କ୍ରୀଡା ସଂସଦର ଉପସଭାପତି ସତ୍ୟନାରାୟଣ ମିଶ୍ର ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ପ୍ରତିଯୋଗିତାକୁ ଉଦଘାଟନ କରିଥିଲେ। ପ୍ରତିଯୋଗିତାରେ ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ଵାଳ,ପୂର୍ବ ବିଧାୟକ ତଥା ସାଂସଦଙ୍କ ପ୍ରତିନିଧି ସୁବାସ ଚନ୍ଦ୍ର ପାଣିଗ୍ରାହୀ ସ୍ବତନ୍ତ୍ର ଅତିଥିଭାବେ ଯୋଗଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ। ପ୍ରଥମ ମ୍ୟାଚରେ କେଆଇସି ତିଲେଇବଣି ସହିତ ପ୍ରଧାନପାଟ କ୍ଲବ୍ ଦେବଗଡ଼ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ମ୍ୟାଚରେ କେଆଇସି ତିଲେଇବଣି ବିଜୟୀ ହୋଇଥିଲା। ଦ୍ବିତୀୟ ମ୍ୟାଚ ଝାରମୁଣ୍ଡା କ୍ଲବ ସହିତ ମନୋରମା କ୍ଲବ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ମ୍ୟାଚରେ ମନୋରମା କ୍ଲବ ବିଜୟୀ ହୋଇଥିଲା।ସୌରଭ ନାୟକ,ମୁକୁନ୍ଦ ବେହେରା,ପ୍ରଦୀପ କିସାନ,ବୁଲି ମୁଣ୍ଡା,ରିନା ମୁଖୀ ଖେଳକୁ ପରିଚାଳନା କରିଥିଲେ। ଉଦଯାପନୀ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରେବେକା ବିଲୁଙ୍ଗ ମୁଖ୍ୟଅତିଥି,ଭାରପ୍ରାପ୍ତ ପୌର ନିର୍ବାହୀ ଅଧିକାରୀ କଳିଙ୍ଗ ଆଶିଷ ଶତପଥି, ଜିଲ୍ଲା କ୍ରୀଡା ସଂସଦର ଉପସଭାପତି ଶ୍ରୀ ମିଶ୍ର,ଜିଲ୍ଲା କ୍ରୀଡ଼ା ସଂସଦର ସମ୍ପାଦକ ଧୀରେନ୍ଦ୍ର ନାୟକ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଚାମ୍ପିଅନ ମନୋରମା କ୍ଲବ ଓ ଉପବିଜେତା କେଆଇସି ତିଲେଇବଣିକୁ ପୁରସ୍କୃତ କରିଥିଲେ।କାର୍ଯ୍ୟକ୍ରମକୁ ଡିଆଇପିଆରଓ ମନୋରଞ୍ଜନ ସୂତାର ପରିଚାଳନା କରିଥିଲେ।

  • Related Posts

    ରାଇକିଆ ବସ୍‌ଷ୍ଟାଣ୍ଡ ଓ ମଣ୍ଡାକିଆରେ ‘ନମୋ ସେବା ଗାଥା’ ପରିବେଷଣ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଚାଲିଥିବା ‘ସେବା ସଂକଳ୍ପ ଅଭିଯାନ-୨୦୨୬’ ଅବସରରେ ‘ନମୋ ସେବା ଗାଥା’ ପଥପ୍ରାନ୍ତ ନାଟକ ପରିବେଷଣ କରାଯାଇଛି। ଏହି ଅଭିଯାନ ଅନ୍ତର୍ଗତ ସାରା ରାଜ୍ୟର ବିଭିନ୍ନ…

    Continue reading
    “ଦାଦନ ଶ୍ରମିକ”ଙ୍କ ମରଶରୀର ଗାଁକୁ ଆଣିବା ପାଇଁ ଜିଲ୍ଲାପାଳଙ୍କ ନିକଟରେ ସହାୟତା ପାଇଁ ‘ସ୍ୱାକ’ର ପ୍ରୟାସ

    ରାଇକିଆ: କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡ଼ି ବ୍ଲକ ଅନ୍ତର୍ଗତ କାଟିଙ୍ଗିଆ ପଞ୍ଚାୟତର ଆଡ଼ିବଙ୍ଗା ଗ୍ରାମର ଦାଦନ ଶ୍ରମିକ ଶ୍ରୀ ସନ୍ତୋଷ ମଲ୍ଲିକ (୪୬)ଙ୍କ କେରଳ ରାଜ୍ୟରେ ଆଜି ସକାଳେ ହଠାତ୍ ମୃତ୍ୟୁ ଘଟିଛି। ତାଙ୍କ ମରଶରୀର କେରଳର କନ୍ନୁର ଜିଲ୍ଲାର ଏକ ସରକାରୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ