ବଜ୍ରପାତ:୧ ମୃତ୍ୟୁ, ୪ ଗୁରୁତର

ଦେବଗଡ଼ ଜ଼ିଲ୍ଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା କରଲଗା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଅନ୍ତେଷ୍ଟି କ୍ରିୟା ଭୋଜି ଖାଇ ଫେରୁଥିବା ବେଳେ ବଜ୍ରପାତ ମାରିବା ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଚାରି ଜଣ ଗୁରୁତର ହୋଇଛନ୍ତି। ସୂଚନା ଅନୁସାରେ ଆଜି ବରଖୋଳ ଗ୍ରାମରେ ଏକ ଅନ୍ତେଷ୍ଟି କ୍ରିୟା ଭୋଜି ଖାଇ ଫେରୁଥିବା ସମୟରେ ସେହି ଅଞ୍ଚଳରେ ପ୍ରବଳ ଘଡଘଡି ହୋଇଥିଲା। ଫଳରେ ଭୋଜି ଖାଇ ନିଜ ଘରକୁ ଫେରୁଥିବା ସମୟରେ ବଜ୍ରପାତ ମାରିବା ଫଳରେ ସାବିତ୍ରୀ ମୁଣ୍ଡା (୫୫) ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି। ପାଖରେ ଥିବା ବାସନ୍ତି ବାଲମୁଚ (୨୭),ରାଇମୁନି ମୁଣ୍ଡା (୨୮),ସିମା ମୁଣ୍ଡା(୨୫),ମାନି ଗାଗରାଇ(୩୫) ଗୁରୁତର ହୋଇଥିଲେ।ତେବେ ନିକଟରେ ଥିବା ଜନସାଧାରଣ ଦୌଡି ଆସି ଉଦ୍ଧାର କରିଥିଲେ। ସମସ୍ତଙ୍କୁ ଛେଣ୍ଡିପଦା ମେଡିକାଲକୁ ନିଆଯାଇଛି। ମୃତକଙ୍କ ଶବ ବ୍ୟବଚ୍ଛେଦ ପାଇଁ ଛେଣ୍ଡିପଦା ରଖାଯାଇଛି।ଅନ୍ୟ ଚାରି ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଅନୁଗୁଳ ପଠାଯାଇଛି।

  • Related Posts

    ରାଜଧାନୀରେ ବୁଲିଲା ଖଣ୍ଡା

    ଭୁବନେଶ୍ବର :ରାଜଧାନୀରେ ବୁଲିଲା ଖଣ୍ଡା। ଦୋକାନ ଭାଙ୍ଗିବା ସହ ବାପା ପୁଅଙ୍କୁ ହାଣିଲେ ଦୁର୍ବୃତ୍ତ। ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲ ପାଖ ବସ୍ତିରେ ୪ରୁ ୫ଜଣ ଦୁର୍ବୃତ୍ତ ଆସି ଆକ୍ରମଣ କରିଥିଲେ। ଆହତ ଦିଲ୍ଲିପ ଓ ରାଜେନ୍ଦ୍ରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଦୁର୍ବୃତ୍ତ…

    Continue reading
    ‘ରେଡ୍ ଫ୍ଲାଗ୍’ ଅନ୍ତର୍ଭୁକ୍ତ ହେବ ରାୟଗଡ଼ା ଭିଡ ହିଂସା

    ରାୟଗଡ଼ା: ‘ରେଡ୍ ଫ୍ଲାଗ୍’ ଅନ୍ତର୍ଭୁକ୍ତ ହେବ ରାୟଗଡ଼ା ଭିଡ ହିଂସା। ଏନେଇ ରାଜ୍ୟ ପୋଲିସ ମୁଖ୍ୟାଳୟକୁ ଅନୁରୋଧ କରାଯାଇଥିବା ସୂଚନା ଦେଇଛନ୍ତି ରାୟଗଡ଼ା ଏସପି ରାଜ ପ୍ରସାଦ। ଘଟଣାରେ ବର୍ତ୍ତମାନ ସୁଦ୍ଧା ୨୦ ଜଣଙ୍କୁ ଗିରଫ କରାଯାଇଛି। ବାକି ଅଭିଯୁକ୍ତଙ୍କୁ ଧରିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ