ମୁଖ୍ୟମନ୍ତ୍ରୀଙ୍କ ଘୋଷଣା :ଖୁବଶୀଘ୍ର ଆଉ ତିନି ଆୟୁର୍ବେଦିକ ମେଡିକାଲ କଲେଜ

ଭୁବନେଶ୍ୱର:ଆୟୁଷ ସ୍ୱାସ୍ଥ୍ୟସେବା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ଗଜପତି, ମାଲକାନଗିରି ଏବଂ ରାୟଗଡ଼ା ଜିଲ୍ଲାରେ ୩ଟି ନୂଆ ଆୟୁର୍ବେଦିକ ମେଡିକାଲ କଲେଜ ପ୍ରତିଷ୍ଠା କରାଯିବ। ଜଟଣିର ବିଂଝଗିରିଠାରେ ୨୦ ଏକର ପରିମିତ ଅଞ୍ଚଳରେ ଏକ ଅତ୍ୟାଧୁନିକ ଯୋଗ ଓ ନେଚୁରୋପାଥି ଅନୁଷ୍ଠାନ ନିର୍ମାଣ ଚାଲିଥିବା ବେଳେ, ରାଇରଙ୍ଗପୁରଠାରେ କେନ୍ଦ୍ରୀୟ ଆୟୁର୍ବେଦିକ ମେଡିକାଲ କଲେଜର ଶିଳାନ୍ୟାସ କରାଯାଇଛି। ସରକାର ଯୋଗକୁ ବିଦ୍ୟାଳୟ ପାଠ୍ୟକ୍ରମ ଓ ଜନସ୍ୱାସ୍ଥ୍ୟ କାର୍ଯ୍ୟକ୍ରମରେ ସାମିଲ କରିବା ପାଇଁ ପଦକ୍ଷେପ ନେଉଥିବା ସେ ସୂଚନା ଦେଇଛନ୍ତି।

ରବିବାର ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମଠାରେ ଅନ୍ତର୍ଜାତୀୟ ଯୋଗ ଦିବସ-୨୦୨୬ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଏଥିରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ,ଶାରୀରିକ, ବୌଦ୍ଧିକ ଓ ଆଧ୍ୟାତ୍ମିକତାର ଏକ ଅପୂର୍ବ ସଙ୍ଗମ ହେଉଛି ଯୋଗ I ଯୋଗ କୌଣସି ନିର୍ଦ୍ଦିଷ୍ଟ ଧର୍ମ ମଧ୍ୟରେ ସୀମିତ ନୁହେଁ, ବରଂ ମାନବ ଚେତନାର ବିକାଶ ପାଇଁ ଏକ ବିଶ୍ୱବ୍ୟାପୀ ଅମୂଲ୍ୟ ଉପହାର।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟି ଯୋଗୁଁ ଯୋଗ ବିଶ୍ୱ ସ୍ତରରେ ସ୍ୱୀକୃତି ଲାଭ କରି ଭାରତର ସାଂସ୍କୃତିକ ଗୌରବକୁ ପ୍ରତିଷ୍ଠିତ । ଚଳିତ ବର୍ଷ ଯୋଗ ଦିବସର ବିଷୟବସ୍ତ “ନିରୋଗ ଓ ସୁସ୍ଥ ଜୀବନ ପାଇଁ ଯୋଗ”। ଏହା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବୟସ ବଢ଼ିବା ସହିତ ଶରୀରରେ ଦେଖାଦେଉଥିବା ବିଭିନ୍ନ ଶାରୀରିକ ଓ ମାନସିକ ଆହ୍ୱାନ, ଯେପରିକି ଉଚ୍ଚ ରକ୍ତଚାପ, ମଧୁମେହ, ଚିନ୍ତା ଓ ଏକାକୀପଣର ସହଜ ସମାଧାନ ଯୋଗ ଏବଂ ପ୍ରାଣାୟାମ ମାଧ୍ୟମରେ ସମ୍ଭବ। ରାଜ୍ୟର ବୟୋଜ୍ୟେଷ୍ଠ ନାଗରିକମାନଙ୍କ ସୁସ୍ଥତା ସମାଜ ପାଇଁ ଏକ ଅମୂଲ୍ୟ ସମ୍ପଦ ବୋଲି ସେ ମତବ୍ୟକ୍ତ କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଜିର ଡିଜିଟାଲ ଯୁଗରେ ମୋବାଇଲ ଓ ସୋସିଆଲ ମିଡିଆରେ ବ୍ୟସ୍ତ ରହୁଥିବା ଯୁବପିଢ଼ିଙ୍କୁ ମାନସିକ ଚାପମୁକ୍ତ ରହିବା ପାଇଁ ପ୍ରତିଦିନ ଅତିକମରେ ୨୦ ରୁ ୩୦ ମିନିଟ୍ ଯୋଗ କରିବାକୁ ପଡ଼ିବ ।

କଲିକତାରୁ ପ୍ରସାରିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୀଙ୍କ ଅନ୍ତର୍ଜାତୀୟ ଯୋଗ ଦିବସ ଉପଲକ୍ଷେ ଲାଇଭ୍ ଯୋଗ କାର୍ଯ୍ୟକ୍ରମରେ ଭର୍ଚୁଆଲ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ସାମିଲ ହୋଇଥିଲେ । ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ ପରେ ମୁଖ୍ୟମନ୍ତ୍ରୀ ନିଜେ ଷ୍ଟାଡିୟମରେ ଉପସ୍ଥିତ ସମସ୍ତ ବରିଷ୍ଠ ଅଧିକାରୀ, ଛାତ୍ରଛାତ୍ରୀ ଏବଂ ଯୋଗ ପ୍ରେମୀମାନଙ୍କ ଗହଣରେ ବସି ସାମୂହିକ ଭାବେ ପ୍ରତ୍ୟକ୍ଷ ଯୋଗାଭ୍ୟାସ କରିଥିଲେ । ଯୋଗ ମହୋତ୍ସବ ସମିତି ତରଫରୁ କାର୍ଯ୍ୟକ୍ରମକ ଆଲୋକ ଦାସ ଏବଂ ସତ୍ୟ ଶୋଭନ ମିଶ୍ର ପରିଚାଳନା କରୁଥିଲେ ।
କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା ତଥା ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଉନ୍ନୟନ କମିଶନର ଡିକେ ସିଂ ଏବଂ କ୍ରୀଡ଼ା ଓ ଯୁବସେବା ବିଭାଗ କମିଶନର ତଥା ଶାସନ ସଚିବ ଭୂପିନ୍ଦର ସିଂ ପୁନିଆ ଙ୍କ ସମେତ ଅନେକ ବରିଷ୍ଠ ଅଧିକାରୀ, କ୍ରୀଡ଼ାବିତ୍, ଓ ଗଣମାଧ୍ୟମର ପ୍ରତିନିଧିମାନେ ଉପସ୍ଥିତ ଥିଲେ ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ