ଜଳିଗଲେ ଦଂପତି, ସ୍ତ୍ରୀ ମୃତ୍; ସ୍ୱାମୀ ଗୁରୁତର

ଖଲ୍ଲିକୋଟ:ଗଞ୍ଜାମଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ମଥୁରା ଗାଁରେ ପାରିବାରିକ କଳହକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ଘଟିଛି। ପେଟ୍ରୋଲ ଢାଳି ନିଆଁ ଲଗାଇବା ଘଟଣାରେ ସ୍ୱାମୀ-ସ୍ତ୍ରୀ ଗୁରୁତର ଭାବେ ପୋଡ଼ି ଯାଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଛି। ସ୍ୱାମୀଙ୍କ ଅବସ୍ଥା ଗୁରୁତର ରହିଛି। ମୃତା ହେଲେ ଅନିତା ପ୍ରଧାନ। ଗୁରୁତର ଅବସ୍ଥାରେ ଥିବା ସ୍ୱାମୀ ରମେଶ ପ୍ରଧାନଙ୍କୁ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ଚିକିତ୍ସା କରାଯାଉଛି।
ସୂଚନା ଅନୁଯାୟୀ, ରମ୍ଭା ଥାନା ଜଟିଆଖୋଲ ଗ୍ରାମର ଅନିତା ପ୍ରଧାନ ଦୁଇ ବର୍ଷ ପୂର୍ବେ ମଥୁରା ଗାଁର ରମେଶ ପ୍ରଧାନଙ୍କୁ ବିବାହ କରିଥିଲେ। ବିବାହ ପରଠାରୁ ଉଭୟଙ୍କ ମଧ୍ୟରେ ପାରିବାରିକ କଳହ ଲାଗି ରହୁଥିବା ପରିବାର ଲୋକ କହିଛନ୍ତି। ଗତକାଲି ରାତିରେ ଉଭୟଙ୍କ ମଧ୍ୟରେ ଝଗଡ଼ା ହେବା ପରେ ନିଆଁ ଲାଗି ଦୁହେଁ ପୋଡ଼ି ଯାଇଥିଲେ। ପରେ ସେମାନଙ୍କୁ ବ୍ରହ୍ମପୁର ମେଡିକାଲକୁ ନିଆଯାଇଥିଲା। ସେଠାରେ ଅନିତାଙ୍କ ମୃତ୍ୟୁ ହୋଇଥିବା ବେଳେ ରମେଶଙ୍କ ଅବସ୍ଥା ଏବେ ମଧ୍ୟ ସଙ୍କଟାପନ୍ନ ରହିଛି। ଏପଟେ ଅନିତାଙ୍କ ପରିବାର ଲୋକ ରମେଶ ପ୍ରଧାନଙ୍କ ନାମରେ ହତ୍ୟା ଅଭିଯୋଗ ଆଣିଛନ୍ତି। ଖବର ପାଇ ଖଲ୍ଲିକୋଟ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମାମଲାର ତଦନ୍ତ ଆରମ୍ଭ କରିଛି। ପୁଲିସର ତଦନ୍ତ ପରେ ଘଟଣାର ପ୍ରକୃତ କାରଣ ସ୍ପଷ୍ଟ ହେବ।

  • Related Posts

    କନ୍ଧମାଳରେ ହାତୀ ଆତଙ୍କ : ସ୍ୱତନ୍ତ୍ର ର‍୍ୟାପିଡ୍ ରେସ୍ପନ୍ସ ଟିମ୍ ଗଠନ ଦାବିରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର

    ଘୁ.ଉଦୟଗିରି: କନ୍ଧମାଳ ଜିଲ୍ଲାରେ ଦିନକୁ ଦିନ ବଢ଼ୁଥିବା ହାତୀ ଓ ବନ୍ୟଶୂକର ଉପଦ୍ରବ ଏବେ ସାଧାରଣ ଲୋକଙ୍କ ଜୀବନ ଓ ଜୀବିକା ପାଇଁ ଏକ ଗମ୍ଭୀର ସମସ୍ୟାର ରୂପ ନେଇଛି। ବିଶେଷକରି ଘୁ.ଉଦୟଗିରି, ଟିକାବାଲି ଓ ରାଇକିଆ ବ୍ଲକର ବନାଞ୍ଚଳ ସଂଲଗ୍ନ…

    Continue reading
    ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି: ରାଇକିଆରେ ଯୁବ ସ୍ୱାବଲମ୍ବୀ ସମ୍ବାଦ କାର୍ଯ୍ୟକ୍ରମ

    ରାଇକିଆ: ଓଡ଼ିଶା ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ପାଳିତ “ବିକାଶର ଧାରା, ଓଡ଼ିଶା ସାରା” ଅଭିଯାନର ଏକ ଅଂଶ ସ୍ୱରୂପ ରାଇକିଆ ବ୍ଲକ ପରିସରରେ ଯୁବ ସ୍ୱାବଲମ୍ବୀ ସମ୍ବାଦ କାର୍ଯ୍ୟକ୍ରମ ଉତ୍ସାହ ଓ ଆନନ୍ଦର ସହ ଅନୁଷ୍ଠିତ ହୋଇଯାଇଛି। ଯୁବପିଢ଼ିଙ୍କୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ