କଟକ-ଭୁବନେଶ୍ବରେ ମୌସୁମୀ ବର୍ଷା

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱର ଓ ରୌପ୍ୟ ନଗରୀ କଟକରେ ଆଜି ସକାଳୁ ମଧ୍ୟମ ଧରଣର ବର୍ଷା ଅନୁଭୂତ ହୋଇଛି। ସକାଳୁ ଆକାଶ ମେଘାଚ୍ଛନ୍ନ ରହିବା ସହ ବିଭିନ୍ନ ସ୍ଥାନରେ ବର୍ଷା ଅନୁଭୂତ ହୋଇଛି। କଟକରେ ଗତକାଲି ରାତିରୁ ଝିପିଝିପି ବର୍ଷା ଲାଗିରହିଥିବା ବେଳେ ଭୁବନେଶ୍ୱରରେ ଆଜି ସକାଳୁ ବର୍ଷା ଲାଗିରହିଛି। ଫଳରେ ଗତ କିଛିଦିନ ଧରି ଅନୁଭୂତ ହେଉଥିବା ଗରମ ଓ ଗୁଳୁଗୁଳିରୁ ଲୋକମାନଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି ।
ଏହାକୁ ବର୍ଷର ପ୍ରଥମ ମୌସୁମୀ ବର୍ଷା ବୋଲି କୁହାଯାଉଛି । ବର୍ଷା ପ୍ରଭାବରେ ସହରର ତାପମାତ୍ରା ହ୍ରାସ ପାଇଥିବା ସହିତ ପରିବେଶ ମଧ୍ୟ ଶୀତଳ ହୋଇପଡ଼ିଛି। ତେବେ କିଛି ସ୍ଥାନରେ ରାସ୍ତା ଉପରେ ପାଣି ଜମିବା ଯୋଗୁଁ ଯାତାୟାତରେ ସାମାନ୍ୟ ବାଧା ସୃଷ୍ଟି ହୋଇଥିଲା। ସକାଳୁ ବର୍ଷା ଲାଗିରହିଥିବାରୁ କାର୍ଯ୍ୟାଳୟ ଓ ଶିକ୍ଷାନୁଷ୍ଠାନକୁ ଯାଉଥିବା ଯାତ୍ରୀ ଅନେକ ସମସ୍ୟାର ସମ୍ମୁଖୀନ ହୋଇଥିବା ଦେଖିବାକୁ ମିଳିଛି। ପାଣିପାଗ ବିଭାଗ ପକ୍ଷରୁ ଆଗାମୀ ୫ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି,ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଥିବା ସୂଚନା ମିଳିଛି।

  • Related Posts

    ତାମିଲନାଡୁ ଗ୍ୟାସ୍ ଲିକ୍ ଘଟଣା : ମୃତ ଓଡ଼ିଆ ଶ୍ରମିକଙ୍କ ସହାୟତା ରାଶିକୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧିକଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଥିଲେ।…

    Continue reading
    ଇଞ୍ଜିନିୟରମାନଙ୍କ ପାଇଁ ନୂଆ ବଦଳି ନୀତି ଲାଗୁ

    ବିଗତ କିଛିମାସ ଧରି ଭିଜିଲାନ୍ସ ଜାଲରେ ମାଳମାଳ ଇଞ୍ଜିନିୟର ଧରାପଡ଼ିବା ପରେ ରାଜ୍ୟ ସରକାର ଓଡ଼ିଶା ଇଞ୍ଜିନିୟରିଂ ସେବା(ଓଇଏସ) ଓ ଓଡ଼ିଶା ଡିପ୍ଲୋମା ଇଞ୍ଜିନିୟରିଂ ସେବା(ଓଡ଼ିଇଏସ) କ୍ୟାଡ଼ରର ଅଧିକାରୀମାନଙ୍କ ପାଇଁ ନୂଆ ବଦଳି ନୀତି ଲାଗୁ କରିଛନ୍ତି। ୨୦୧୯ ସେପ୍ଟେମ୍ବର ୨୪ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ