ଜାତୀୟ ଶିକ୍ଷାନୀତି ପାଇଁ ଷ୍ଟିଅରିଂ କମିଟି ଗଠିତ

ଭୁବନେଶ୍ବର: ଓଡ଼ିଶାରେ ଜାତୀୟ ଶିକ୍ଷାନୀତି ଲାଗୁ ହେବା ପାଇଁ ଷ୍ଟିଅରିଂ କମିଟି ଗଠନ କରାଯାଇଛି। ଏନଇପି (ନ୍ୟାସନାଲ ଏଜୁକେସନାଲ ପଲିସି) କାର୍ୟ୍ୟକାରୀ କରିବାକୁ ରାଜ୍ୟ ସରକାର ଏହି କମିଟି ଗଠନ କରିଛନ୍ତି। ୧୬ ଜଣ ସଦସ୍ୟଙ୍କୁ ନେଇ ଷ୍ଟିଅରିଂ କମିଟି ଗଠିତ ହୋଇଛି।

କମିଟିର ଅଧ୍ୟକ୍ଷ ଭାବେ ପ୍ରଫେସର ନିତ୍ୟାନନ୍ଦ ପ୍ରଧାନଙ୍କୁ ନିଯୁକ୍ତ କରାଯାଇଛି। କମିଟିର ସଦସ୍ୟମାନେ ଜାତୀୟ ଶିକ୍ଷାନୀତି ଅନ୍ତର୍ଗତ ପାଠ୍ୟ ଖସଡା ପ୍ରସ୍ତୁତ କରିବେ। ଆସନ୍ତା ଶିକ୍ଷା ବର୍ଷରୁ ଜାତୀୟ ଶିକ୍ଷା ନୀତି ୨୦୨୦ ଲାଗୁ ହେବ। ପ୍ରାଥମିକସ୍ତରରେ ପିଲାଙ୍କ ଶିକ୍ଷାର ମାନଦଣ୍ଡ ଆଧାରରେ ପ୍ରତି ପଞ୍ଚାୟତରେ ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ନିର୍ମାଣ ହେବ । ଜାତୀୟ ଶିକ୍ଷାନୀତିରେ ଡିଜିଟାଲ ଶିକ୍ଷାକୁ ଗୁରୁତ୍ୱ ପ୍ରଦାନ କରାଯିବ। ବିଦ୍ୟାଳୟସ୍ତରରେ ଧନ୍ଦାମୂଳକ ଶିକ୍ଷାକୁ ପ୍ରାଧାନ୍ୟ ଦିଆଯିବ। ଏହା ଦ୍ବାରା ନିଯୁକ୍ତି ସୁଯୋଗ ବୃଦ୍ଧି ପାଇବ। ଏହା ସହିତ ଓଡ଼ିଆ ଭାଷା କଳା ଓ ସଂସ୍କୃତିକୁ ପାଠ୍ୟ ଖସଡ଼ାରେ ସାମିଲ କରାଯିବ।

ଆସନ୍ତା ଶିକ୍ଷାବର୍ଷରୁ ଏନଇପି ଆଧାରରେ ରାଜ୍ୟରେ ପଠାପଢ଼ା ଆରମ୍ଭ ହେବ। ଏନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଜାରି କରିଛନ୍ତି । ସେ କହିଛନ୍ତି ଯେ, ବାଲବାଟିକାରୁ ଏନଇପି ଆରମ୍ଭ ହେବ ।
ଜାନୁଆରୀ ୨୧,୨୨, ୨୩ରେ ଏନେଇ କର୍ମଶାଳା ଅନୁଷ୍ଠିତ ହେବ। ଏହା ଦ୍ବାରା ଓଡ଼ିଶାର ପାଠପଢାରେ ବୈପ୍ଳବିକ ପରିବର୍ତ୍ତନ ହେବ ବୋଲି ମନ୍ତ୍ରୀ କହିଛନ୍ତି।

  • Related Posts

    ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି, ଚଣ୍ଡୀ ପ୍ରସାଦ ଉତ୍କଳ ଓ ଅର୍କ କୁମାର ଦାସ ରେଭେନ୍ସାର କୁଳପତି

    ୦୬।୦୪।୨୦୨୬,ଭୁବନେଶ୍ୱର: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପଟି ଆଜି ୧୪ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି । ପ୍ରଫେସର ଡକ୍ଟର ଚଣ୍ଡୀ ପ୍ରସାଦ ନନ୍ଦଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟର କୁଳପତି ଓ ପ୍ରଫେସର ଅର୍କ କୁମାର ଦାସ ମହାପାତ୍ରଙ୍କୁ ରେଭେନ୍ସା ବିଶ୍ୱବିଦ୍ୟାଳୟର କୁଳପତି ଭାବେ…

    Continue reading
    ଆଇକାର୍ଡ ଦେଖାଇ ୫ କେଜିଆ ସିଲିଣ୍ଡର ନେବେ ଛାତ୍ରଛାତ୍ରୀ ଓ ଶ୍ରମିକ

    ଭୁବନେଶ୍ୱର,୦୬।୦୪।୨୦୨୬:୫ କେଜିଆ ଗ୍ୟାସ ସିଲିଣ୍ଡର ବ୍ୟାନ୍‌ ନେଇ ଖାଦ୍ୟଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଘୋଷଣା ସହରାଞ୍ଚଳରେ କମ୍ପନ ସୃଷ୍ଟି କରିଥିଲା । ବିଶେଷକରି ଛାତ୍ରଛାତ୍ରୀ ଓ ଶ୍ରମିକମାନେ ଚିନ୍ତାରେ ପଡ଼ି ଯାଇଥିଲେ । କିନ୍ତୁ ଆଜି ସେମାନଙ୍କୁ ଆଶ୍ୱସ୍ତି ମିଳିଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ