ଗଞ୍ଜାମ ଜିଲ୍ଲାରେ ବିଜେପିକୁ ବଡ଼ ଝଟକା, ମିଶିଲେ ଶତାଧିକ ବିଜେପି ନେତା ଓ କର୍ମୀ

ଗଞ୍ଜାମ: ଗଞ୍ଜାମ ଜିଲ୍ଲାରେ ବିଜେପିକୁ ବଡ଼ ଝଟକା। ବିଜେଡିରେ ମିଶିଲେ ଗଞ୍ଜାମ ଜିଲ୍ଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀର ଅନେକ ପଞ୍ଚାୟତ ପ୍ରତିନିଧି। ବୁରୁପଡା ସରପଞ୍ଚ ସନ୍ତୋଷିନୀ ବେହେରାଙ୍କ ନେତୃତ୍ୱରେ ଶତାଧିକ ନେତା ଓ କର୍ମୀ ବିଜେପି ଛାଡ଼ି ବିଜେଡିରେ ସାମିଲ ହୋଇଛନ୍ତି। ସେମାନେ ନବୀନ ପଟ୍ଟନାୟକଙ୍କୁ ଆଜି ନବୀନ ନିବାସରେ ଭେଟି ନିଜ ମତ ଜଣାଇବାପରେ ଶଙ୍ଖ ଭବନରେ ବିଜେଡିରେ ମିଶିଛନ୍ତି। ହିଞ୍ଜିଳି ହେଉଛି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ମଣ୍ଡଳୀ। ଯେଉଁଠାରୁ ସେ ଲଗାତାର ୬ ଥର ବିଧାୟକ ଭାବେ ଜିତିଛନ୍ତି। ଗତ ନିର୍ବାଚନରେ ବି ହିଞ୍ଜିଳିବାସୀ ନବୀନଙ୍କ ଉପରେ ଆଶୀର୍ବାଦ ବର୍ଷା କରି ବିଧାୟକ କରିଛନ୍ତି। ସମସ୍ତଙ୍କୁ ଦଳୀୟ ସଭାପତି ନବୀନ ପଟ୍ଟନାୟକଙ୍କ ପକ୍ଷରୁ ସ୍ୱାଗତ କରିଛନ୍ତି ବିଜେଡି ସମନ୍ୱୟ କମିଟି ଅଧ୍ୟକ୍ଷ ଦେବୀ ମିଶ୍ର, କାର୍ଯ୍ୟକ୍ରମ ରୂପାନ୍ତର କମିଟି ଆବାହକ ସଞ୍ଜୟ ଦାସବର୍ମା ଓ ସଭ୍ୟ ସଂଗ୍ରହ କମିଟି ଆବାହକ ଅତନୁ ସବ୍ୟସାଚୀ ନାୟକ, ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟ। ସନ୍ତୋଷିନୀ ବେହେରା କହିଥିଲେ ଯେ, ଖୁସି ଲାଗୁଛି ବିଜେଡିରେ ସାମିଲ ହେଲୁ। ଗତ ୭ ମାସ ହେଲାଣି ବିଜେପି କିଛି କାମ କରୁନି ବୋଲି ବିଜେଡିରେ ସାମିଲ ହୋଇଥିବା ସେ କହିଛନ୍ତି।

  • Related Posts

    କ୍ୟାବିନେଟ: ହାଡ଼ୁଆ ଜଳ ସେଚନ ପ୍ରକଳ୍ପ ନେଇ ନିଆଗଲା ଏହି ନିଷ୍ପତ୍ତି

    ଭୁବନେଶ୍ୱର: ସରିଲା କ୍ୟାବିନେଟ ବୈଠକ । ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମୋଟ ୧୧ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ୫ଟି ବିଭାଗର ମୋଟ ୧୧ଟି ପ୍ରସ୍ତାବ କ୍ୟାବିନେଟ ବୈଠକରେ ଅନୁମୋଦନ ଲାଭ…

    Continue reading
    ପଞ୍ଚାୟତ ନିର୍ବାଚନ ପାଇଁ ସବୁ ଜିଲ୍ଲାପାଳଙ୍କୁ ଚିଠି

    ଭୁବନେଶ୍ୱର: ୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଆସନ ସଂରକ୍ଷଣ ପାଇଁ ଜିଲ୍ଲାପାଳମାନଙ୍କୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଚିଠି କରାଯାଇଛି । । ୱାର୍ଡମେମ୍ବର, ସରପଞ୍ଚ, ସମିତିସଭ୍ୟଙ୍କ ପାଇଁ ଆସନ ସଂରକ୍ଷଣ ନିର୍ଦ୍ଦେଶ ଦିଆଯାଇଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ