ପାଠ୍ୟପୁସ୍ତକ ତ୍ରୁଟିରେ ବଡ଼ ଷଡ଼ଯନ୍ତ୍ର ସନ୍ଦେହ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପ୍ରଥମରୁ ଅଷ୍ଟମ ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କଡ଼ା ଆଭିମୁଖ୍ୟ । ସମସ୍ତ ତ୍ରୁଟି ବହି ପ୍ରତ୍ୟାହାର ନେଇ ନିର୍ଦ୍ଦେଶ ।ଛାତ୍ରଛାତ୍ରୀଙ୍କୁ ବଣ୍ଟା ଯାଇଥିବା ସମସ୍ତ ପାଠ୍ୟପୁସ୍ତକକୁ ଫେରାଇ ନେବେ ସରକାର । ନୂଆ ବହି ଆସିଲେ ପିଲାଙ୍କୁ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଗୁରୁବାର ପାଠ୍ୟପୁସ୍ତକ ତ୍ରୁଟିର ତଦନ୍ତ ରିପୋର୍ଟ ସିଏମଓରେ ପହଞ୍ଚିଥିଲା । ଏହାକୁ ପୁଙ୍ଖାନୁପୁଙ୍ଖ ତର୍ଜମା କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏଥିରେ ବଡ଼ ଷଡ଼ଯନ୍ତ୍ର ହୋଇଥିବା ନେଇ ସନ୍ଦେହ କରାଯାଉଛି । ତେଣୁ ପାଣ୍ଡୁଲିପି ପ୍ରସ୍ତୁତି, ଯାଞ୍ଚ ଓ ମୁଦ୍ରଣ ଯାଏଁ ସମସ୍ତ ପ୍ରକ୍ରିୟା ଯାଞ୍ଚ ହେବ । ଏହି ଷଡ଼ଯନ୍ତ୍ରରେ ଯେଉଁମାନେ ଲିପ୍ତ ଥିବେ ସେମାନଙ୍କ ବିରୋଧରେ କଠୋର କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏମିତି କି ଦୋଷୀଙ୍କ ଠାରୁ ତ୍ରୁଟି ବହିର ମୂଲ୍ୟ ଆଦାୟ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି ।

ପ୍ରଥମରୁ ଅଷ୍ଟମ ଶ୍ରେଣୀ ବହିରେ ୧୬୭୮ଟି ଭୁଲ୍‌ ପ୍ରସଙ୍ଗରେ ୧୭ ତାରିଖରେ ଖୋଦ୍‌ ମୁଖ୍ୟମନ୍ତ୍ରୀ ଏହାକୁ ନେଇ ଲୋକସେବା ଭବନରେ ବୈଠକ କରି ତ୍ରୁଟି ବହିକୁ ନେଇ ବିରକ୍ତ ହେଲେ । ଏଥିସହ ତଦନ୍ତ କମିଟି କରି ୭ଦିନରେ ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଲେ । ଏହାର ଦିନକ ପରେ ଅର୍ଥାତ୍‌ ୧୮ ତାରିଖରେ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ୩ଜଣିଆ କମିଟି ଗଠନ ହେଲା । ନିର୍ଦ୍ଦେଶ ଥିଲା ୭ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବେ । ତେବେ ଗୁରୁବାର ରାତିରେ କମିଟି ତଦନ୍ତ ରିପୋର୍ଟକୁ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇଛି । ଏଥିରେ ବଡ଼ ଷଡ଼ଯନ୍ତ୍ର ହୋଇଥିବା ସିଏମ୍ ମୋହନ ମାଝୀ କହିଛନ୍ତି ।

  • Related Posts

    ବାପ ଝିଅଙ୍କ ଉପରେ ଚଢିଗଲା ଆମ ବସ

    ଭୁବନେଶ୍ୱର: ସ୍ମାର୍ଟସିଟିର ଲାଇଫ ଲାଇନ୍ କୁହାଯାଉଥିବା ‘ଆମ ବସ’ ଏବେ ସରକାରଙ୍କ ପାଇଁ ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ଆମ ବସ୍‌ର ପୁଣି ଆତଙ୍କ । ମଞ୍ଚେଶ୍ୱର ଅଞ୍ଚଳରେ ବାପ ଝିଅଙ୍କ ଉପରେ ଚଢିଗଲା ଆମ ବସ। ସ୍କୁଲ ସାରି…

    Continue reading
    ତାମିଲନାଡୁ ଗ୍ୟାସ ଲିକ୍‌ ଅଘଟଣ : ସୁରକ୍ଷିତ ଫେରିଲେ ୬୨ ଓଡ଼ିଆ ଶ୍ରମିକ

    ଭୁବନେଶ୍ୱର: ତାମିଲନାଡୁ ଗ୍ୟାସ୍ ଟ୍ରାଜେଡି ପରେ ଭୟ ଓ ଅନିଶ୍ଚିତତା ମଧ୍ୟରେ ରହିଥିବା ଓଡ଼ିଆ ପ୍ରବାସୀ ଶ୍ରମିକଙ୍କୁ ସୁରକ୍ଷିତ ଭାବେ ରାଜ୍ୟକୁ ଫେରାଇ ଆଣିବାରେ ସଫଳ ହୋଇଛନ୍ତି ସରକାର। ଚେନ୍ନାଇରୁ ଟ୍ରେନ୍‌ ଯୋଗେ ୬୨ ଜଣ ଓଡ଼ିଆ ପ୍ରବାସୀ ଶ୍ରମିକ ଆଜି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ