ମହାକୁମ୍ଭରେ ୧୮ ତମ୍ବୁ ପୋଡି ପାଉଁଶ

ପ୍ରୟାଗରାଜ : ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭରେ ରବିବାର ଅଘଟଣ ଘଟିଛି। ୧୯ ନମ୍ବର ସେକ୍ଟରସ୍ଥିତ ଗୋଟିଏ ତମ୍ବୁରେ ଗ୍ୟାସ ସିଲିଣ୍ଡରରେ ବିସ୍ଫୋରଣ ଘଟିବାରୁ ନିଆଁ ଲାଗିଥିଲା। ଆଖି ପିଛୁଳାକେ ଏହି ନିଆଁ ପାର୍ଶ୍ବବର୍ତ୍ତୀ ତମ୍ବୁଗୁଡିକୁ ବ୍ୟାପିଥିଲା। ଏଥିଯୋଗୁଁ ପ୍ରାୟ ୧୮ଟି ତମ୍ଭୁ ପୋଡି ପାଉଁଶ ହୋଇଯାଇଛି ବୋଲି ଆୟୋଜକ କମିଟି ପକ୍ଷରୁ କୁହାଯାଇଛି। କୁମ୍ଭସ୍ଥଳରେ ମୁତୟନ ଏକାଧିକ ଦମକଳ ଅବିଳମ୍ବେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାପଡିଛି। ପୁଲିସ ଓ ଦମକଳ ବାହିନୀକୁ ସହାୟତା କରିବାକୁ ଏନଡିଆରଏଫ୍‌ ଟିମ୍‌ ମଧ୍ୟ ସେଠାରେ ପହଞ୍ଚିଥିଲା। ପାଖାପାଖି ତମ୍ବୁଗୁଡିକରୁ ଶ୍ରଦ୍ଧାଳୁଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ତେବେ ଅଗ୍ନିକାଣ୍ଡରେ କେହି ମୃତାହତ ହୋଇନାହାନ୍ତି ବୋଲି ପ୍ରୟାଗରାଜ ଜୋନ୍‌ ପୁଲିସ ଏଡିଜି ଭାନୁ ଭାସ୍କର ସୂଚନା ଦେଇଛନ୍ତି। ଏପରିକି ଅଗ୍ନିକାଣ୍ଡ ସମୟରେ ପ୍ରୟାଗରାଜ ନିକଟସ୍ଥ ଗଙ୍ଗା ନଦୀ ପୋଲ ଦେଇ ଅତିକ୍ରମ କରୁଥିବା କେତେକ ଟ୍ରେନ୍‌ର ଯାତ୍ରୀ ଏହି ଘଟଣାର ଭିଡିଓ ଚିତ୍ର ଉତ୍ତୋଳନ କରି ସାମାଜିକ ଗଣମାଧ୍ୟମରେ ଅପ୍‌ଲୋଡ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ପ୍ରସଙ୍ଗରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ ଆଲୋଚନା କରିଛନ୍ତି। ଅପରପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶକ୍ରମେ ବରିଷ୍ଠ ଅଧିକାରୀ ଘଟଣାସ୍ଥଳକୁ ଯାଇ ସ୍ଥିତି ତଦାରଖ କରିଛନ୍ତି। ଏହା ଅତ୍ୟନ୍ତ ଦୁଃଖଦ ଘଟଣା ବୋଲି ମହାକୁମ୍ଭ ଆୟୋଜକ କମିଟିର ‘ଏକ୍ସ’ ପୋଷ୍ଟ୍‌ରେ କୁହାଯାଇଛି। ଏହି ଘଟଣାରେ ମହାକୁମ୍ଭକୁ ଆସିଥିବା ଶ୍ରଦ୍ଧାଳୁଙ୍କୁ ଆତଙ୍କିତ କରିଦେଇଛି। ତେବେ ମହାକୁମ୍ଭକୁ ଆସୁଥିବା ପ୍ରତ୍ୟେକ ଶ୍ରଦ୍ଧାଳୁଙ୍କ ସୁରକ୍ଷା ନିମନ୍ତେ ଆମେ ମା’ ଗଙ୍ଗାଙ୍କୁ ପ୍ରାର୍ଥନା କରୁଛୁ ବୋଲି ଆୟୋଜକ କମିଟିର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ଜାନୁଆରୀ ୧୩ରୁ ମହାକୁମ୍ଭ ଆରମ୍ଭ ହୋଇଥିବାବେଳେ ଏ ପର୍ୟ୍ୟନ୍ତ ୭.୭ କୋଟି ଶ୍ରଦ୍ଧାଳୁ ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇ ସାରିଲେଣି।

  • Related Posts

    ଜଳିଗଲା ଘର: ଶାଶୁ ଏବଂ ବୋହୂ ଜୀବନ୍ତ ଦଗ୍ଧ

    ସୀତାପୁର: ଉତ୍ତର ପ୍ରଦେଶର ସୀତାପୁର ଜିଲ୍ଲାର ସଦରପୁର ଥାନା ଅଞ୍ଚଳର ସରାୟା ଚଲକାପୁର ଗାଁରେ ଶନିବାର ସନ୍ଧ୍ୟାରେ ଏକ ବଡ଼ ଦୁଃଖଦ ଘଟଣା ଘଟିଛି। ପ୍ରବଳ ଝଡ଼ ତୋଫାନ ମଧ୍ୟରେ ଏକ ଘରେ ନିଆଁ ଲାଗିଯାଇ ଦ୍ରୁତ ଗତିରେ ବ୍ୟାପି ଯାଇଥିଲା,…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ବର୍ଷକୁ ୨ଟି ଗ୍ୟାସ୍ ସିଲିଣ୍ଡର ମିଳିବ ମାଗଣା

    ନୂଆଦିଲ୍ଲୀ: ଆସାମ ବିଧାନସଭା ନିର୍ବାଚନ ପାଇଁ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ବଢ଼ିବାରେ ଲାଗିଛି। ଏଭଳି ସମୟରେ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଜନତାଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ନିର୍ବାଚନ ଜିତିବା ପରେ ବର୍ଷକୁ ଦୁଇଟି ଖଚଏ ସିଲିଣ୍ଡର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ