ଏସସିବିରେ ଡାକ୍ତରଙ୍କୁ ଆକ୍ରମଣ

କଟକ : ଏସସିବି ମେଡିକାଲ କଲେଜରେ ପୁଣି ଜଣେ ଡାକ୍ତରଙ୍କୁ ଆକ୍ରମଣ ଅଭିଯୋଗ। କାଜୁଆଲଟି ମେଡିକାଲ ଅଫିସର ଡକ୍ଟର ଜ୍ୟୋତି ପ୍ରକାଶଙ୍କୁ ଆକ୍ରମଣ ହୋଇଛି। ଆକ୍ରମଣ ନେଇ ରୋଗୀଙ୍କ ସମ୍ପର୍କୀୟଙ୍କ ବିରୋଧରେ ଏତଲା ଦିଆଯାଇଛି। ଅଭିଯୁକ୍ତଙ୍କ ବିରୋଧରେ ଦୃଢ କାର୍ୟ୍ୟାନୁଷ୍ଠାନ ନହେଲେ ଡ଼ାକ୍ତରମାନେ ଆନ୍ଦୋଳନ ଚେତାବନୀ ଦେଇଛନ୍ତି।
ଅଭିଯୋଗ ଅନୁସାରେ, ରବିବାର ବିଳମ୍ବିତ ରାତିରେ ତିନି ଜଣ ବ୍ୟକ୍ତି କୁକୁର କାମୁଡ଼ାରେ ଆହତ ହୋଇ ଏସସିବି ଟ୍ରମା କାଜୁଆଲଟିକୁ ଆସିଥିଲେ। ଆହତ ବ୍ୟକ୍ତିମାନଙ୍କ ହାତ ଓ ଗାଲକୁ କୁକୁର କାମୁଡି ଦେଇଥିଲା। ତେବେ ଆହତ ଯୁବକମାନେ ନିଶାସକ୍ତ ଅବସ୍ଥାରେ ଥିଲେ। ଚିକିତ୍ସା ସମୟରେ ସେମାନେ କାଜୁଆଲଟି ମେଡିକାଲ ଅଫିସରଙ୍କୁ ଆକ୍ରମଣ କରିଥିଲେ। ଏନେଇ ମେଡିକାଲ ଫାଣ୍ଡିରେ ଏକ ଏତଲା ଦିଆଯାଇଛି। ଏହି ଘଟଣାର ପ୍ରତିବାଦ କରି ଆଜି ପିଜି ଡାକ୍ତର ମାନେ ପ୍ରତିକାତ୍ମକ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଯଦି ଅଭିଯୁକ୍ତମାନଙ୍କ ବିରୋଧରେ ଦୃଢ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାନଯାଏ, ତେବେ ଆଗକୁ ଡାକ୍ତରମାନେ ଆନ୍ଦୋଳନକୁ ବ୍ୟାପକ କରିବା ପାଇଁ ଚେତାବନୀ ଦେଇଛନ୍ତି। ଏହି ଘଟଣାରେ ଅଭିଯୁକ୍ତମାନଙ୍କୁ ପୋଲିସ ଅଟକ ରଖିଛି।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

    ଭବାନୀପାଟଣା: କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର ମୃତ୍ୟୁ ହେବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି । ନୁଆଗୁଡା ଗାଁ ର ମାନସିଂହ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ