ଖୋଲିଲା ମା’ ମଝିଘରିଆଣୀ ମନ୍ଦିରର ହୁଣ୍ଡି

ରାୟଗଡା: ଖୋଲିଲା ରାୟଗଡ଼ାର ଅଧିଷ୍ଠାତ୍ରୀଦେବୀ ମା’ ମଝିଘରିଆଣୀଙ୍କ ହୁଣ୍ଡି। ୫ ମାସ ପରେ ମନ୍ଦିରର ୯ଟି ଦାନ ହୁଣ୍ଡି ଖେଲାଯାଇ ଆରମ୍ଭ ହେଲା ଗଣତି। ସ୍ଥାନୀୟ ତହସିଲଦାରଙ୍କ ତତ୍ୱାବଧାନରେ ପୁଲିସ ର କଡ଼ା ସୁରକ୍ଷାରେ ହୁଣ୍ଡି ଟଙ୍କା ଗଣୁଛନ୍ତି ମନ୍ଦିର କର୍ତ୍ତୃପକ୍ଷ। ଗଣତିରେ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ ସହଯୋଗ କରୁଥିବା ବେଳେ ଗଣତି ଶେଷ ହେବା ପରେ ସମସ୍ତ ଅର୍ଥକୁ ଉକ୍ତ ବ୍ୟାଙ୍କରେ ପୈଠ କରାଯିବ । ଆଜିର ଗଣତି କାର୍ଯ୍ୟରେ ପ୍ରାୟ ୨୫୦ ଜଣ ମହିଳା ଓ ପୁରୁଷ ସ୍ବେଚ୍ଛାସେବୀ ଭାଗ ନେଇଥିଲେ ।

ସୂଚନା ଅନୁଯାୟୀ, ସୋମବାର ଦିନ ଖୋଲିଛି ମା’ ମଝିଘରିଆଣି ମନ୍ଦିରର ଦାନ ହୁଣ୍ଡି । ସ୍ଥାନୀୟ ତହସିଲଦାରଙ୍କ ତତ୍ୱାବଧାନରେ ପୋଲିସର କଡ଼ା ସୁରକ୍ଷାରେ ଚାଲିଛି ଗଣତି । ମନ୍ଦିର ପରିଚାଳନା କମିଟିର କର୍ମକର୍ତ୍ତାଙ୍କ ଉପସ୍ଥିତିରେ ୯ଟି ଦାନ ହୁଣ୍ଡିରୁ ସକାଳ ୧୦ଟା ୩୦ରୁ ଗଣତି ଆରମ୍ଭ ହୋଇଛି । ଏହି ଗଣତି କାମରେ ବିଭିନ୍ନ ସଂଗଠନର ମହିଳା ଓ ପୁରୁଷ ସ୍ୱେଚ୍ଛାସେବୀମାନଙ୍କୁ ନିୟୋଜିତ କରାଯାଇଛି । ଏହି ଗଣତି କାର୍ଯ୍ୟରେ ନିୟୋଜିତ ହୋଇ ନିଜକୁ ଭାଗ୍ୟବାନ ମନେ କରନ୍ତି ବୋଲି କହିଛନ୍ତି ମହିଳା ସଂଘର ସଦସ୍ୟମାନେ ।

ଗତ ୫ ମାସ ପୂର୍ବେ ଦାନ ହୁଣ୍ଡି ଖୋଲାଯାଇଥିବା ବେଳେ ସେଥିରୁ ନଗଦ ୧ କୋଟି ୫ ଲକ୍ଷ ୫୨ ହଜାର ୮୪୫ ଟଙ୍କା, ୨ କେଜି ୧୫୦ ଗ୍ରାମ ରୁପା ଓ ୩୦ ଗ୍ରାମ ସୁନା ବାହାରିବା ସହ ୨୩ଟି ବିଦେଶୀ ଓ ଅଚଳ ନୋଟ୍ ବାହାରିଥିଲା । ସଂଗ୍ରହ ସମସ୍ତ ଅର୍ଥ ଓ ସୁନା-ରୁପା ମନ୍ଦିର ପରିସରରୁ ମଝିଘରିଆଣୀ ଟ୍ରଷ୍ଟର ସ୍ବତନ୍ତ୍ର ବସ୍‌ରେ ବ୍ୟାଙ୍କକୁ ସ୍ଥାନାନ୍ତର କରାଯାଇଥିଲା ।ଦାନ ହୁଣ୍ଡିରୁ ବାହାରି ଥିବା ଅର୍ଥ ମନ୍ଦିରର ଉନ୍ନତି, ପରିଚାଳନା ସହ ବିଭିନ୍ନ ସାମାଜିକ କାର୍ଯ୍ୟରେ ଖର୍ଚ୍ଚ କରାଯାଇଥାଏ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ