ଆଜି ଶପଥ ନେବେ ଡୋନାଲ୍ଡ ଟ୍ରମ୍ପ

ୱାଶିଂଟନ: ଆମେରିକାର ୪୭ତମ ରାଷ୍ଟ୍ରପତି ଭାବେ ଡୋନାଲ୍ଡ ଟ୍ରମ୍ପ ଆଜି ଶପଥ ନେବେ। ଭାରତୀୟ ସମୟ ରାତି ପ୍ରାୟ ୧୦ଟା ବେଳେ ଟ୍ରମ୍ପ ୟୁଏସ କ୍ୟାପିଟଲ ହାଉସ୍ରେ ଶପଥ ନେବେ । ମୁଖ୍ୟ ବିଚାରପତି ଜନ୍ ରବର୍ଟସ୍ ଡୋନାଲ୍ଡ ଟ୍ରମ୍ପଙ୍କୁ ଶପଥ ପାଠ କରାଇବେ। ଏଥର ପ୍ରବଳ ଥଣ୍ଡା ଯୋଗୁଁ ଖୋଲା ସ୍ଥାନରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ ନାହିଁ । ଶପଥ ଗ୍ରହଣ ଉତ୍ସବରେ ଆମେରିକାର ଦୁଇ ପୂର୍ବତନ ରାଷ୍ଟ୍ରପତିଙ୍କ ସମେତ ଦେଶ ବିଦେଶରୁ ଆମନ୍ତ୍ରିତ ବହୁ ନେତା ଏବଂ ଉଦ୍ୟୋଗପତି ଉପସ୍ଥିତ ରହିବେ। ଟ୍ରମ୍ପ ଦ୍ବିତୀୟଥା ପାଇଁ ରାଷ୍ଟ୍ରପତି ଭାବେ ଶପଥ ନେବାକୁ ଯାଉଥିବାରୁ ଅନେକ କିଛି ଭିନ୍ନ ଦେଖିବାକୁ ମିଳିବ ବୋଲି କୁହାଯାଇଛି। ଏଥିପାଇଁ କେବଳ ଆମେରିକା ନୁହେଁ, ଭାରତ ସମେତ ସାରା ବିଶ୍ୱର ଲୋକମାନେ ଟ୍ରମ୍ପଙ୍କ ଶପଥ ଗ୍ରହଣ ସମାରୋହକୁ ନେଇ ଉତ୍ସାହିତ ରହିଛନ୍ତି।
ସୂଚନା ଅନୁଯାୟୀ, ଆମେରିକାର ରାଷ୍ଟ୍ରପତିଙ୍କ ଦ୍ୱାରା ନିଆଯାଉଥିବା ଶପଥ ୩୫ଟି ଶବ୍ଦରେ ସଂଯୋଜିତ ହୋଇଥିବା ବେଳେ ଏହି ଶବ୍ଦଗୁଡ଼ିକ ଆମେରିକା ସମ୍ବିଧାନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ଯାହାକୁ ସମ୍ବିଧାନର ମୂଳ ଭାବନା ବୋଲି ମଧ୍ୟ ବିବେଚନା କରଯାଇଥାଏ। ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ ବେଳେ ଟ୍ରମ୍ପ ଦୁଇଟି ବାଇବେଲ ପଢିବେ ବୋଲି ଜଣାପଡ଼ିଛି। ଏଥିମଧ୍ୟରୁ ଗୋଟିଏ ତାଙ୍କ ମାଆ ଉପହାର ସ୍ୱରୂପ ଦେଇଥିଲେ। ଅନ୍ୟଟି ଲିଙ୍କନ୍ ବାଇବେଲ ବୋଲି କୁହାଯାଇଛି।
ଟ୍ରମ୍ପଙ୍କ ଶପଥ ଗ୍ରହଣ ପୂର୍ବରୁ ଆୟୋଜିତ ରାତ୍ରୀ ଭୋଜନରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଅଧ୍ୟକ୍ଷ ମୁକେଶ ଅମ୍ବାନୀ ଏବଂ ରିଲାଏନ୍ସ ଫାଉଣ୍ଡେସନର ଅଧ୍ୟକ୍ଷା ନୀତା ଅମ୍ବାନୀ ଯୋଗ ଦେଇଛନ୍ତି। ଏହି ସମୟରେ ଅମ୍ବାନୀ ଦମ୍ପତି ଟ୍ରମ୍ପଙ୍କୁ ଭେଟିିଥିଲେ। ଅମ୍ବାନୀ ପରିବାର ବ୍ୟତୀତ ଏମ୩ଏମ ଡେଭଲପର୍ସର ପରିଚାଳନା ନିର୍ଦ୍ଦେଶକ ପଙ୍କଜ ବଂଶଲ ଏବଂ ଟ୍ରାଇବେକା ଡେଭଲପର୍ସ ପ୍ରତିଷ୍ଠାତା କଳ୍ପେଶ ମେହେଟ୍ଟାଙ୍କ ଭଳି ଅନ୍ୟ ପ୍ରତିଷ୍ଠିତ ଭାରତୀୟ ଉଦ୍ୟୋଗପତି ମଧ୍ୟ ଏହି ଉତ୍ସବରେ ଯୋଗ ଦେଇଥିଲେ। ଏହି କାର୍ୟ୍ୟକ୍ରମରେ ଆହୁରି ଅନେକ ବଡ଼ ବଡ଼ ଶିଳ୍ପପତି ମଧ୍ୟ ଯୋଗ ଦେଇଥିଲେ। ଆମାଜନର ପ୍ରତିଷ୍ଠାତା ଜେଫ୍ ବେଜୋସ୍ ଏବଂ ମେଟା ସିଇଓ ମାର୍କ ଜୁକରବର୍ଗ ମଧ୍ୟ ଏହି କାର୍ୟ୍ୟକ୍ରମରେ ଉପସ୍ଥିତ ଥିଲେ। ସେହିପରି ଟେସଲା ଓ ଟ୍ବିଟରର ମୁଖ୍ୟ ଏଲନ ମସ୍କ ମଧ୍ୟ ଏହି ଡିନରରେ ଉପସ୍ଥିତ ଥିଲେ ।

  • Related Posts

    ଜଳିଗଲା ଘର: ଶାଶୁ ଏବଂ ବୋହୂ ଜୀବନ୍ତ ଦଗ୍ଧ

    ସୀତାପୁର: ଉତ୍ତର ପ୍ରଦେଶର ସୀତାପୁର ଜିଲ୍ଲାର ସଦରପୁର ଥାନା ଅଞ୍ଚଳର ସରାୟା ଚଲକାପୁର ଗାଁରେ ଶନିବାର ସନ୍ଧ୍ୟାରେ ଏକ ବଡ଼ ଦୁଃଖଦ ଘଟଣା ଘଟିଛି। ପ୍ରବଳ ଝଡ଼ ତୋଫାନ ମଧ୍ୟରେ ଏକ ଘରେ ନିଆଁ ଲାଗିଯାଇ ଦ୍ରୁତ ଗତିରେ ବ୍ୟାପି ଯାଇଥିଲା,…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ବର୍ଷକୁ ୨ଟି ଗ୍ୟାସ୍ ସିଲିଣ୍ଡର ମିଳିବ ମାଗଣା

    ନୂଆଦିଲ୍ଲୀ: ଆସାମ ବିଧାନସଭା ନିର୍ବାଚନ ପାଇଁ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ବଢ଼ିବାରେ ଲାଗିଛି। ଏଭଳି ସମୟରେ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଜନତାଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ନିର୍ବାଚନ ଜିତିବା ପରେ ବର୍ଷକୁ ଦୁଇଟି ଖଚଏ ସିଲିଣ୍ଡର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ