୧୦ ଦଫା ଦାବିରେ କାର୍ଯ୍ୟଛାଡ଼ ଆନ୍ଦୋଳନରେ ଡାକ୍ତର, ରାଇକିଆରେ ସ୍ୱାସ୍ଥ୍ୟସେବା ବ୍ୟାହତ

ରାଇକିଆ: ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ପୂରଣ ଦାବିରେ ରାଜ୍ୟବ୍ୟାପୀ ଆନ୍ଦୋଳନ ଡାକରାକୁ ସମର୍ଥନ ଜଣାଇ କନ୍ଧମାଳ ଜିଲ୍ଲାର ରାଇକିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ସମେତ ଇନ୍ଦ୍ରଗଡ଼, ବାଡ଼ଗଡ଼ ଓ ସୁଗଡ଼ବାଡ଼ି ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ଡାକ୍ତରମାନେ ମଙ୍ଗଳବାର କାର୍ଯ୍ୟଛାଡ଼ ଆନ୍ଦୋଳନରେ ସାମିଲ ହୋଇଛନ୍ତି।ଡାକ୍ତରମାନଙ୍କ ଆନ୍ଦୋଳନ ଯୋଗୁଁ ଅଞ୍ଚଳରେ ସ୍ୱାସ୍ଥ୍ୟସେବା ପ୍ରଭାବିତ ହୋଇଥିବା ବେଳେ ଚିକିତ୍ସା ପାଇଁ ଆସୁଥିବା ରୋଗୀମାନେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ବିଶେଷକରି ଗର୍ଭବତୀ ମହିଳା, ଶିଶୁ ଓ ଜରୁରୀକାଳୀନ ଚିକିତ୍ସା ଆବଶ୍ୟକ କରୁଥିବା ରୋଗୀମାନେ ଅଧିକ ଅସୁବିଧା ଭୋଗୁଥିବା ଦେଖିବାକୁ ମିଳିଛି।ଯେଉଁ ସ୍ୱାସ୍ଥ୍ୟ କେନ୍ଦ୍ରରେ ଆୟୁଷ ଡାକ୍ତର ନିଯୁକ୍ତ ଅଛନ୍ତି, ସେଠାରେ ସେମାନେ ରୋଗୀ ସେବା ଜାରି ରଖିଛନ୍ତି। ରାଇକିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଆୟୁଷ ଡାକ୍ତର ଡ଼ଃ ଅଞ୍ଜଳି ବାଳl ମିଶ୍ର ଏବଂ ଡ଼ଃ ଚନ୍ଦନା ମିଶ୍ର ରୋଗୀଙ୍କୁ ଚିକିତ୍ସା ସେବା ଯୋଗାଇ ଦେଉଛନ୍ତି।ଉଲ୍ଲେଖଯୋଗ୍ୟ ଯେ, ଜୁଲାଇ ୧ ତାରିଖ ଜାତୀୟ ଡାକ୍ତର ଦିବସ ଅବସରରେ ଏହି ରାଜ୍ୟବ୍ୟାପୀ ଆନ୍ଦୋଳନ ଅନୁଷ୍ଠିତ ହୋଇଛି। ଆନ୍ଦୋଳନ ସମୟରେ ଜନସାଧାରଣଙ୍କ ସହଯୋଗ କାମନା କରିଛି ଓଏମଏସଏ। ରାଇକିଆ ଗୋଷ୍ଠୀ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ଃ ଶ୍ରୀନିବାସ ପାତ୍ର କହିଛନ୍ତି ଯେ, ସଂଘର ଆନ୍ଦୋଳନକୁ ସମର୍ଥନ କରି ଡାକ୍ତରମାନେ କାର୍ଯ୍ୟଛାଡ଼ କରିଥିବା ବେଳେ ଜରୁରୀ ପରିସ୍ଥିତିରେ ଉପଲବ୍ଧ ବ୍ୟବସ୍ଥା ମାଧ୍ୟମରେ ରୋଗୀ ସେବା ଜାରି ରହିଛି। ସେ ଏଥିପାଇଁ ସାଧାରଣ ଲୋକଙ୍କ ସହଯୋଗ ମଧ୍ୟ କାମନା କରିଛନ୍ତି।
ରିପୋର୍ଟର ଦୁତି କୃଷ୍ଣ ପଣ୍ଡା

  • Related Posts

    puri temple ଆଜିଠୁ ଶ୍ରୀମନ୍ଦିରରେ ଆରମ୍ଭ ହେଲା ଝୁଲଣ ଯାତ୍ରା

    ପୁରୀ : ଆଜିଠୁ ମହାପ୍ରଭୁଙ୍କ ଝୁଲଣ ଯାତ । ଶ୍ରୀମନ୍ଦିର ସହିତ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ବାଡ଼ିରେ ଆଜିଠାରୁ ଆରମ୍ଭ ହୋଇଛି ଝୁଲଣ ଯାତ୍ରାର ମାହୋଲ । ଏହି ଯାତ୍ରା ସାତଦିନ ଧରି ଚାଲିବ। ଶ୍ରାବଣ ଶୁକ୍ଳ ଦଶମୀରୁ ଭାଦ୍ରବ…

    Continue reading
    ପାରିବାରିକ କଳହ, ବିଷ ପିଇଲେ ଦମ୍ପତି: ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

    ଭୁବନେଶ୍ୱର : ବିଷ ପିଇଦେଲେ ଦମ୍ପତି ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର । ଭୁବନେଶ୍ବର ଖଣ୍ଡଗିରି ଥାନା ବାରଭୁଜା ବସ୍ତିରେ ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ଗଞ୍ଜାମ କେନ୍ଦୁପଲ୍ଲି ଅଞ୍ଚଳର ସ୍ବପ୍ନା ପାତ୍ର । ଗୁରୁତର ଜିତେନ୍ଦ୍ର ପାତ୍ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ