ଆୟ ବର୍ହିଭୂତ ସମ୍ପତ୍ତି : ଭିମସାର ଅଧୀକ୍ଷକ ଗିରଫ

ଭୁବନେଶ୍ଵର:ଆୟ ବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ବୁର୍ଲା ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର) ଅଧୀକ୍ଷକ ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କୁ ଗିରଫ କଲା ଭିଜିଲାନ୍ସ। ମଙ୍ଗଳବାର ଅଶ୍ୱିନୀଙ୍କର ବିଭିନ୍ନ ସ୍ଥାନରେ ଥିବା ଘରଗୁଡିକରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଥିଲା। ସମ୍ବଲପୁର ଭିଜିଲାନ୍ସ ସ୍ପେଶାଲ ଜଜଙ୍କ ଦ୍ୱାରା ଜାରି ସର୍ଚ୍ଚ ୱାରେଣ୍ଟ ଆଧାରରେ ସମ୍ବଲପୁର ଏବଂ ବରଗଡ ଜିଲାର ମୋଟ ୫ଟି ସ୍ଥାନରେ ଏହି ଖୋଳତାଡ କରାଯାଇଥିଲା।ତାଙ୍କ ପାଖରୁ ୩ଟି କୋଠା (୮୧୪୫ ବର୍ଗଫୁଟର ୧ଟି ବହୁମହଲା କୋଠା), ୧ ଷ୍ଟୋର ରୁମ୍, ୮୩ ଗ୍ରାମ ସୁନା, ୧୦ଟି ମୂଲ୍ୟବାନ ପ୍ଲଟ୍ ଜବତ କରଯାଇଛି।

ଏହି ଚଢ଼ାଉରେ ଭିଜିଲାନ୍ସର ୫ ଜଣ ଡିଏସପି, ୫ ଜଣ ଇନ୍ସପେକ୍ଟର ଏବଂ ୩ ଜଣ ଏଏସଆଇଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀ ସାମିଲ ରହିଥିଲେ। ବୁର୍ଲା ମେଡିକାଲ ଷ୍ଟାଫ କଲୋନୀରେ ଥିବା ସରକାରୀ କ୍ବାଟର, ବୁର୍ଲା ସୌରଭ ବିହାରରେ ନିର୍ମାଣାଧୀନ ଏକ ଚାରି ମହଲା କୋଠା, ବୁର୍ଲା ପଠାନବନ୍ଧରେ ଥିବା ଅନ୍ୟ ଏକ କୋଠା ଏବଂ ବରଗଡ଼ ଜିଲା ଗୋବିନ୍ଦପାଲିରେ ଥିବା ବାସଭବନ ସମେତ ବୁର୍ଲା ଭିମସାର କାର୍ଯ୍ୟାଳୟରେ ଥିବା ତାଙ୍କ ସରକାରୀ ଅଫିସ ପ୍ରକୋଷ୍ଠରେ ଭିଜିଲାନ୍ସ ଟିମ ପକ୍ଷରୁ ଯାଞ୍ଚ କରାଯାଇଥିଲା।

  • Related Posts

    puri temple ଆଜିଠୁ ଶ୍ରୀମନ୍ଦିରରେ ଆରମ୍ଭ ହେଲା ଝୁଲଣ ଯାତ୍ରା

    ପୁରୀ : ଆଜିଠୁ ମହାପ୍ରଭୁଙ୍କ ଝୁଲଣ ଯାତ । ଶ୍ରୀମନ୍ଦିର ସହିତ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ବାଡ଼ିରେ ଆଜିଠାରୁ ଆରମ୍ଭ ହୋଇଛି ଝୁଲଣ ଯାତ୍ରାର ମାହୋଲ । ଏହି ଯାତ୍ରା ସାତଦିନ ଧରି ଚାଲିବ। ଶ୍ରାବଣ ଶୁକ୍ଳ ଦଶମୀରୁ ଭାଦ୍ରବ…

    Continue reading
    ପାରିବାରିକ କଳହ, ବିଷ ପିଇଲେ ଦମ୍ପତି: ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

    ଭୁବନେଶ୍ୱର : ବିଷ ପିଇଦେଲେ ଦମ୍ପତି ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର । ଭୁବନେଶ୍ବର ଖଣ୍ଡଗିରି ଥାନା ବାରଭୁଜା ବସ୍ତିରେ ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ଗଞ୍ଜାମ କେନ୍ଦୁପଲ୍ଲି ଅଞ୍ଚଳର ସ୍ବପ୍ନା ପାତ୍ର । ଗୁରୁତର ଜିତେନ୍ଦ୍ର ପାତ୍ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ