ଆହୁରି ଘନୀଭୂତ ହେବ ଲଘୁଚାପ

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ଜାରି ରହିଛି ତୁହାକୁ ତୁହା ବର୍ଷା । ଗତ ୨୪ ଘଣ୍ଟା ଭିତରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଢାଳିଛି । ପାଣିପାଗ ପୂର୍ବାନୁମାନ ଯାହା, ଲଘୁଚାପ ଆହୁରି ଘନୀଭୂତ ହେବ । ଏହା ପ୍ରଭାବରେ ଆସନ୍ତା ୫/୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଲଗାଣ ବର୍ଷା ସମ୍ଭାବନା ଅଛି । ଏହା ପରେ ବର୍ଷା ପ୍ରକୋପ କମିବ । କିନ୍ତୁ, ପାଗ ପୂରା ଶୁଖିଯିବନି । କିଛି କିଛି ସ୍ଥାନରେ ବର୍ଷା ରହିବ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।
ଆଗାମୀ ୨ ଦିନ ଭିତରେ ଏହା ଆହୁରି ଘନୀଭୂତ ହେବା ସମ୍ଭାବନା ଅଛି । ଏପଟେ ଓଡ଼ିଶାରେ ମୌସୁମୀ ପୂରା ସକ୍ରିୟ ରହିଛି । ଗତ ୨୪ ଘଣ୍ଟା ଭିତରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହୋଇଥିବାବେଳେ ବରଗଡ଼, ସମ୍ବଲପୁର, ସୋନପୁର, କନ୍ଧମାଳ, ବଲାଙ୍ଗୀର, ମାଲକାନଗିରି, କେନ୍ଦୁଝର, ଝାରସୁଗୁଡ଼ା ଓ କଟକର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି । ଲଗାଣ ବର୍ଷା ଯୋଗୁ ମାଲକାନଗିରି କାଲିମେଳାର ପିତାପଲ୍ଲୀଘାଟୀରେ ପାହାଡ଼ରୁ ମାଟି ଅତଡ଼ା ଧସିଛି । ରାସ୍ତାରେ ଗଛ, ମାଟି, ପଥର ପଡ଼ି ରହିବାରୁ ୫ଟି ଗାଁକୁ ସନ୍ଧ୍ୟା ପର୍ଯ୍ୟନ୍ତ ସଡ଼କ ଯୋଗାଯୋଗ ବିଚ୍ଛିନ୍ନ ଥିଲା । କୋରାପୁଟର ଲମତାପୁଟରେ ବି ଲଗାଣ ବର୍ଷାରେ ରାସ୍ତାରେ ମାଟି ଅତଡ଼ା ଧସିବା ସହ ବହୁ ଗଛ ଉପୁଡ଼ି ପଡ଼ିଛି । କନ୍ଧମାଳରେ ପ୍ରବଳ ବର୍ଷା ଯୋଗୁ ଦୁଇଦିନ (ଗୁରୁବାର, ଶୁକ୍ରବାର) ସ୍କୁଲ ଛୁଟି ଘୋଷଣା କରାଯାଇଛି । ସୋନପୁରରେ ବର୍ଷା ପାଣି ଗୁଣ୍ଡିଚା ମନ୍ଦିରରେ ପ୍ରବେଶ କରିଛି । ଭୁବନେଶ୍ୱରରେ ମଧ୍ୟ ବିଭିନ୍ନ ରାସ୍ତାରେ ଆଜି ପାଣି ଚାଲିଥିଲା । କଟକ ଭୁଆଶୁଣିପଡ଼ାରେ ପ୍ରବଳ ବର୍ଷା ପାଇଁ ୬ ଲେନ୍‌ ରାସ୍ତା ଦବିଥିବା ଖବର ଆସିଛି ।

ପାଣିପାଗ ବିଭାଗ ଆକଳନ କରିଛି, ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିବ । ଆସନ୍ତା ଦୁଇଦିନ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ । ଶୁକ୍ରବାର କୋରାପୁଟ, ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ରେଡ୍‌ ୱାର୍ଣ୍ଣିଂ ଜାରି ହୋଇଛି । କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, ଗଜପତିରେ ପ୍ରବଳରୁ ପ୍ରବଳତର ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଏବଂ ବ ପ୍ରବଳ ବର୍ଷା ସମ୍ଭାବନା ଯୋଗୁ ବାଲେଶ୍ୱର, କଟକ, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼ରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୪ ତାରିଖରେ କୋରାପୁଟ ଓ ମାଲକାନଗିରିରେ ରେଡ୍‌ ୱାର୍ଣ୍ଣିଂ ଏବଂ ଉପକୂଳ ଓଡ଼ିଶା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।
୬ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳରେ ୪୦ରୁ ୬୦ କିମି ପବନ ଆଶଙ୍କା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ଆଗାମୀ ଦୁଇ ସପ୍ତାହ ପାଇଁ ଜାରି ପୂର୍ବାନୁମାନରେ କୁହାଯାଇଛି, ୩ରୁ ୧୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିସ୍ତାରିତ ଭାବେ ପ୍ରବଳ ବର୍ଷା ହୋଇପାରେ । ୧୦ ତାରିଖରୁ ୧୬ ତାରିଖ ଭିତରେ ପ୍ରବଳ ବର୍ଷା ସମ୍ଭାବନା ନଥିଲେ ମଧ୍ୟ ସ୍ୱାଭାବିକ ବର୍ଷା ହୋଇପାରେ ।

  • Related Posts

    ରାଜ୍ୟରେ ମହଜୁଦ ରହିଛି ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର

    ଭୁବନେଶ୍ୱର: ସାର କଳାବଜାରୀ ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ । ରାଜ୍ୟରେ ବର୍ତ୍ତମାନ ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର ମହଜୁଦ ରହିଛି । ମୋଟ୍ ମହଜୁଦରୁ ୨ ଲକ୍ଷ ୬ ହଜାର ୩୬୮ ଟନ୍ ସାର ପ୍ରାଥମିକ…

    Continue reading
    ନିଯୁକ୍ତି ମେଳା : ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ରାଜ୍ୟର ଯୁବପିଢ଼ିଙ୍କୁ ରୋଜଗାର ସୁଯୋଗ ପ୍ରଦାନ ଓ ସରକାରୀ ସେବାରେ ନିଯୁକ୍ତିକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହୋଇଛି। ଏହି ଅବସରରେ ୧୩୨୬ ଜଣ ନବନିଯୁକ୍ତ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି।ରାଜ୍ୟ ସରକାରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ