ଏଣିକି ପ୍ରଥମ ଶ୍ରେଣୀରେ ନାମ ଲେଖା ପାଇଁ ୬ବର୍ଷ ବୟସ ହେବା ଜରୁରୀ

ଭୁବନେଶ୍ୱର: ପିଲାଙ୍କୁ ୬ବର୍ଷ ବୟସ ହୋଇନଥିଲେ ଏଣିକି ପ୍ରଥମଶ୍ରେଣୀରେ ନାମ ଲେଖାଇବାକୁ ଅନୁମତି ମିଳିବ ନାହିଁ । ଆସନ୍ତା ଶିକ୍ଷାବର୍ଷ ୨୦୨୫-୨୬ ମସିହାରୁ ରାଜ୍ୟରେ ଏହି ନୂଆ ନିୟମ ଲାଗୁ ହେବ। ଏହାସହିତ ସବୁ ପ୍ରାଥମିକ ସ୍କୁଲରେ ‘ଶିଶୁ ବାଟିକା’ ଖୋଲିବ ଯେଉଁଠି ୫-୬ବର୍ଷ ବୟସର ପିଲାମାନଙ୍କୁ ‘ପ୍ରି ସ୍କୁଲ ଶିକ୍ଷା’ରେ ନାମ ଲେଖାଇବାର ସୁଯୋଗ ମିଳିବ । ଆସନ୍ତା ଶିକ୍ଷାବର୍ଷରୁ ରାଜ୍ୟ ସରକାର ଏଭଳି କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ କାର୍ୟ୍ୟକାରୀ ପାଇଁ ପଦକ୍ଷେପ ନେଇଛନ୍ତି ।

ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ‘ଜାତୀୟ ଶିକ୍ଷା ନୀତି-୨୦୨୦’ର ପ୍ରାବଧାନ ଅନୁସାରେ ରାଜ୍ୟ ସରକାର ଆସନ୍ତା ୨୦୨୫-୨୬ ଶିକ୍ଷାବର୍ଷରୁ ପ୍ରଥମ ଶ୍ରେଣୀରେ ନାମ ଲେଖାଇବାକୁ ଥିବା ପିଲାଙ୍କ ବୟସ ୬ବର୍ଷ ହୋଇଥିବା ଜରୁରୀ। ଶିକ୍ଷାବର୍ଷର ସେପ୍ଟେମ୍ବର ପହିଲା ସୁଦ୍ଧା ପିଲାର ବୟସ ୬+ ହେବା ଆବଶ୍ୟକ । ସେହିପରି ୨୦୨୫-୨୬ ଶିକ୍ଷାବର୍ଷରୁ ସମସ୍ତ ପ୍ରାଥମିକ ସ୍କୁଲରେ ଅତିରିକ୍ତ ପ୍ରି ସ୍କୁଲ ଶ୍ରେଣୀ ଖୋଲିବ । ଯାହାକି ‘ଶିଶୁବାଟିକା’ ନାମରେ ନାମିତ ହେବ ଓ ସେଠାରେ ୫-୬ବର୍ଷ ବୟସର ପିଲାମାନେ ନାମଲେଖାଇ ପାରିବେ।

ଉଲ୍ଲେଖଯୋଗ୍ୟ,ଗତ ସପ୍ତାହରେ ରାଜ୍ୟରେ ‘ଜାତୀୟ ଶିକ୍ଷା ନୀତି-୨୦୨୦’କୁ କାର୍ୟ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ।

  • Related Posts

    ଦ୍ରୁତ ଗତିରେ ଆଗଉଛି ଓଡ଼ିଶାର ଶିଳ୍ପାୟନ ପ୍ରକ୍ରିୟା : ମୁଖ୍ୟମନ୍ତ୍ରୀ

    ମୁମ୍ବାଇ/ଭୁବନେଶ୍ୱର:ମୁମ୍ବାଇର ବମ୍ବେ ଏକ୍ସିବିସନ୍ ସେଣ୍ଟରଠାରେ ‘ଇଣ୍ଡିଆ କେମ୍ ୨୦୨୬’ (India Chem 2026)ର ୧୪ତମ ସଂସ୍କରଣ ଉଦ୍‌ଘାଟିତ ହୋଇଯାଇଛି। କେନ୍ଦ୍ର ରସାୟନ ଓ ସାର ମନ୍ତ୍ରଣାଳୟ ଏବଂ ଫିକି (FICCI)ର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି ତିନିଦିନିଆ ଶିଳ୍ପ ମହାକୁମ୍ଭରେ ଯୋଗଦେଇ…

    Continue reading
    ଆଜିଠୁ ଶ୍ରୀମନ୍ଦିରରେ ମହାକାର୍ତ୍ତିକ ନୀତି

    ପୁରୀ,: ଗୁରୁବାର ଆଶ୍ୱିନ ଶୁକ୍ଳପକ୍ଷ ଏକାଦଶୀରୁ ଶ୍ରୀମନ୍ଦିରରେ ମହାକାର୍ତ୍ତିକ ନୀତିର ଶୁଭାରମ୍ଭ ହେବ । ଏହି ଅବସରରେ ଶ୍ରୀବିଗ୍ରହ ରାଧାଦାମୋଦର ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ । ଠାକୁରଙ୍କୁ ସ୍ୱତନ୍ତ୍ର ବାଳଭୋଗ ଅର୍ପଣ କରାଯିବ । ଶ୍ରୀମନ୍ଦିର ନୀତି ନିର୍ଘଣ୍ଟ ଅନୁସାରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି