ଖର୍ଚ୍ଚକୁ ତ୍ୱରାନ୍ୱିତ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟ ମନ୍ତ୍ରୀ ପରିଷଦର ଏକ ବୈଠକ ସୋମବାର ଖାରବେଳ ଭବନରେ ବସିଥିଲା । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ୨୦୨୪-୨୫ ବଜେଟରେ ବରାଦ ଅର୍ଥର ବିନିଯୋଗ ନେଇ ସମୀକ୍ଷା ହୋଇଥିଲା । ଯେଉଁ ବିଭାଗ ଏ ଯାଏ କମ୍‌ ଖର୍ଚ୍ଚ କରିଛନ୍ତି, ସେହିସବୁ ବିଭାଗ ଖର୍ଚ୍ଚକୁ ତ୍ୱରାନ୍ୱିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସ୍ୱାସ୍ଥ୍ୟ ସେବା ଓ ଭିତ୍ତିଭୂମିର ଉନ୍ନତି, ସାମାଜିକ ସୁରକ୍ଷା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଆୟୁଷ୍ମାନ ଭାରତ ଯୋଜନା, ଗ୍ରାମ୍ୟ ପାନୀୟ ଜଳ ଯୋଗାଣ କାର୍ୟ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରାଯାଇଥିଲା ।

ଚଳିତ ଆର୍ଥିକ ବର୍ଷ ଶେଷ ହେବାକୁ ଆଉ ମାତ୍ର ଅଢ଼େଇ ମାସ ବାକି । ବହୁ ବିଭାଗ ବଜେଟ ପାଣ୍ଠି ଖର୍ଚ୍ଚରେ ପଛୁଆ ଅଛନ୍ତି । ଏଥିପାଇଁ ବିଭାଗୀୟ ମନ୍ତ୍ରୀମାନେ ଯତ୍ନବାନ ହୁଅନ୍ତୁ । ଆଗାମୀ ବଜେଟ୍‌ ପୂର୍ବରୁ ଶତ ପ୍ରତିଶତ ବରାଦ ପାଣ୍ଠି ଖର୍ଚ୍ଚ କରିବାକୁ ଉଦ୍ୟମ କରନ୍ତୁ । ରାଜ୍ୟ ମନ୍ତ୍ରିମଣ୍ଡଳର ସହଯୋଗୀମାନଙ୍କୁ ଏମିତି ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଅଧିକ ଦାୟିତ୍ୱ ଏବଂ ନିଷ୍ଠାର ସହ କାମ କରିବାକୁ ମନ୍ତ୍ରୀମାନଙ୍କୁ କହିଛନ୍ତି । ସଚିବମାନଙ୍କୁ ଆହ୍ୱାନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଚିରାଚରିତ ଢାଞ୍ଚା ଓ ଯୋଜନାରୁ ଆମକୁ ବାହାରିବାକୁ ହେବ । ସଚିବମାନେ ନିଜ ବିଭାଗରେ ଦୀର୍ଘମିଆଦି ଭିତ୍ତିରେ ନୂଆ ଜନକଲ୍ୟାଣ ଯୋଜନା କାର୍ୟ୍ୟକାରୀ କରିବାକୁ ଆନ୍ତରିକତା ଦେଖାନ୍ତୁ ।

ପୂର୍ତ୍ତ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ରାସ୍ତା ଓ ସେତୁ ନିର୍ମାଣର ଅଗ୍ରଗତି ସହ ଓଡ଼ିଶାରେ ଜାତୀୟ ରାଜପଥର ଉନ୍ନତିକରଣ ସମ୍ପର୍କରେ ଆଲୋଚନା କରାଯାଇଥିଲା । କୃଷି ବିଭାଗ ତରଫରୁ ଶୀତଳଭଣ୍ଡାର ଖୋଲିବା, ବିଦ୍ୟାଳୟ ଉନ୍ନତିକରଣ, ଜଳସମ୍ପଦ ବିଭାଗ ପ୍ରକଳ୍ପ କାର୍ୟ୍ୟର ଅଗ୍ରଗତି ସମ୍ପର୍କରେ ବିଶଦ ଆଲୋଚନା ହୋଇଥିଲା । ସୁଭଦ୍ରା ଯୋଜନାରେ ପ୍ରଥମ କିସ୍ତିର ୪ର୍ଥ ପର୍ୟ୍ୟାୟ ହିତାଧିକାରୀଙ୍କୁ ଅର୍ଥ ପ୍ରେରଣ ସହ ଆଗାମୀ ୨ୟ କିସ୍ତି ପ୍ରଦାନ ସମ୍ପର୍କିତ ଆଲୋଚନା କରାଯାଇଥିଲା । ରାଜ୍ୟରେ ପୁଲିସ ସେବା ସୁଦୃଢ଼ୀକରଣ ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଛି । ଆସନ୍ତା ୨୨ରେ ରାଜ୍ୟ କ୍ୟାବିନେଟ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ରାଜ୍ୟ ସ୍ୱାର୍ଥ ସମ୍ବଳିତ ବିଭିନ୍ନ ପ୍ରସଙ୍ଗରେ ଏ ବୈଠକରେ ଆଲୋଚନା ହେବ ।

ମୁଖ୍ୟମନ୍ତ୍ରୀ ସଚିବମାନଙ୍କୁ ନୂଆ ନୂଆ କାର୍ୟ୍ୟକ୍ରମ କରିବାକୁ ପରାମର୍ଶ ଦେଇ କହିଲେ, ବହୁ ବିଭାଗ ଭଲ କାମ କରିଛନ୍ତି । ମୋଟାମୋଟି ଭାବେ କାର୍ୟ୍ୟ ଓ ଖର୍ଚ୍ଚ ଠିକ୍‌ ଚାଲିଛି । ଆଗାମୀ ୨ ମାସ ମଧ୍ୟରେ ବଜେଟ ପୂର୍ବରୁ ବିଭାଗଗୁଡ଼ିକ ଶତ ପ୍ରତିଶତ ଖର୍ଚ୍ଚ ଲକ୍ଷ୍ୟ ହାସଲ ପ୍ରୟାସ କର । ବିକଶିତ ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ ୨୦୩୬ ପାଇଁ ୩ ଲକ୍ଷ ୨୦ ହଜାର ପ୍ରସ୍ତାବ ଆସିଛି । ଆମେ ସେଥିରୁ ଭଲ ପ୍ରସ୍ତାବ ଗ୍ରହଣ କରିପାରିବା । ଏହି ଅବସରରେ ଉତ୍କର୍ଷ ଓଡ଼ିଶା ଆୟୋଜନ ଏବଂ ଓଡ଼ିଶାରେ ପୁଞ୍ଜିନିବେଶ ପ୍ରତିଶ୍ରୁତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ ।

ବୈଠକରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ମନ୍ତ୍ରୀ ଗଣ, ମୁଖ୍ୟ ଶାସନ ସଚିବଙ୍କ ସହ ଉନ୍ନୟନ କମିଶନର, ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ଅନ୍ୟ ସମସ୍ତ ବିଭାଗର ସଚିବମାନେ ଉପସ୍ଥିତ ଥିଲେ ।

  • Related Posts

    ବିପଦସଙ୍କୁଳ କାଠ ପୋଲ ଭରଷାରେ ଦେସିଙ୍କୁଳି ଗ୍ରାମବାସୀ

    ଦେବଗଡ଼:ନିର୍ବାଚନ ପରେ ନିର୍ବାଚନ ଯାଉଛି ସତ କିନ୍ତୁ ଜିଲ୍ଲାରେ ବଦଳୁନି ଗ୍ରାମାଞ୍ଚଳର ଗମନାଗମନର ଚିତ୍ର।ନାଳ ଉପରେ ଥିବା ପୁରୁଣା ପୋଲଟି ବହୁ ବର୍ଷ ହେବ ବର୍ଷାରେ ଧୋଇ ଯିବାରୁ ଭୁସୁଡି ପଡିବା ସହିତ ନାଳ ଉପରେ ପୋଲ ନିର୍ମାଣ କରିବା ପାଇଁ…

    Continue reading
    ବିଭିନ୍ନ ପ୍ରମୁଖ ଯୋଜନାର ସମନ୍ୱୟରେ ସୁଦୃଢ଼ ହେବ ସ୍କୁଲ ଶିକ୍ଷା ବ୍ୟବସ୍ଥା- ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ, ମଇ ୨୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ଅଭିଯାନ’ ଅଧୀନରେ ପାଣ୍ଠି ପ୍ରଦାନ ଏବଂ ଏହାର ବିନିଯୋଗ ନେଇ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ