ବର୍ଷା ଜାରି; ୫ ଜିଲ୍ଲାକୁ ରେଡ୍ ଆଲର୍ଟ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହାର ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଜାରି ରହିଥିବାବେଳେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ଆସନ୍ତା ୨୪ ଘଣ୍ଟା ପାଇଁ ବୌଦ୍ଧ, କନ୍ଧମାଳ, ସୁବର୍ଣ୍ଣପୁର, ସମ୍ବଲପୁର ଏବଂ ଅନୁଗୋଳ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି। ସେହିପରି ୮ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଓ ଅବଶିଷ୍ଟ ସମସ୍ତ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।ଏଥିସହ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳ ଏବଂ ସଂଲଗ୍ନ ସମୁଦ୍ର ଅଞ୍ଚଳରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏହାଫଳରେ ଆସନ୍ତା ୩ ଦିନ ସମୁଦ୍ର ଅଶାନ୍ତ ରହିବ ବୋଲି ସତର୍କ କରିଛି ପାଣିପାଗ ବିଭାଗ।ଅଶାନ୍ତ ସମୁଦ୍ରକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ସେହିପରି ଲୋକମାନଙ୍କୁ ପ୍ରବଳ ବର୍ଷା, ବଜ୍ରପାତ ଓ ଝଡ଼ ପବନ ସମୟରେ ସତର୍କ ରହିବା ସହ ପାଣିପାଗ ବିଭାଗର ପରାମର୍ଶ ମାନିବାକୁ ଅନୁରୋଧ କରାଯାଇଛି।

  • Related Posts

    ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନା ପରିବର୍ତ୍ତନ ଉଦ୍ୟମ ନେଇ ସାମ୍ବାଦିକ ସଂଘର ବିରୋଧ

    ଭୁବନେଶ୍ୱର: ରାଜ୍ୟରେ କାର୍ଯ୍ୟରତ ସାମ୍ୱାଦିକଙ୍କ ସ୍ୱାସ୍ଥ୍ୟ ସେବା ପାଇଁ “ଗୋପବନ୍ଧୁ ସାମ୍ୱାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା’ ରହିଛି । ହେଲେ ଏବେ ରାଜ୍ୟ ସରକାର ଏଥିରେ ପରିବର୍ତ୍ତନ କରିବାକୁ ମସୁଧା କରୁଛନ୍ତି । ସାମ୍ବାଦିକଙ୍କ ପାଇଁ ଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା…

    Continue reading
    ଭୁବନେଶ୍ୱରରେ ୧୩ତମ ବ୍ରିକ୍ସ ଶିକ୍ଷାମନ୍ତ୍ରୀ ସମ୍ମିଳନୀର ଉଦଘାଟିତ

    ଭୁବନେଶ୍ବର: ଭାରତର ବ୍ରିକ୍ସ ଅଧ୍ୟକ୍ଷତାରେ ଭୁବନେଶ୍ୱରରେ ଆୟୋଜିତ ୧୩ତମ ବ୍ରିକ୍ସ ଶିକ୍ଷାମନ୍ତ୍ରୀ ସମ୍ମିଳନୀର ଉଦ୍ଘାଟନୀ ଅଧିବେଶନ ଗୁରୁବାର ଅନୁଷ୍ଠିତ ହୋଇଛି । ସମ୍ମିଳନୀରେ ବ୍ରିକ୍ସ ସଦସ୍ୟ ଦେଶଗୁଡ଼ିକର ଶିକ୍ଷାମନ୍ତ୍ରୀ ଓ ପ୍ରତିନିଧିମାନେ ଯୋଗଦେଇ ଶିକ୍ଷା କ୍ଷେତ୍ରରେ ସହଯୋଗ, ନବସୃଜନ ଓ ସ୍ଥାୟୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ