ମାଟିଆପଡ଼ା ଆର୍‌ଓବିର ସ୍ଥିତି ସମୀକ୍ଷା କଲେ ପ୍ରମୁଖ ଶାସନ ସଚିବ

ଭୁବନେଶ୍ୱର/ପୁରୀ: ଚଳିତ ରଥଯାତ୍ରାରେ ଲକ୍ଷାଧିକ ଶ୍ରଦ୍ଧାଳୁ ଓ ଭକ୍ତ ପୁରୀ ଆସିବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଗମନାଗମନକୁ ଶୃଙ୍ଖଳିତ ଓ ସୁବ୍ୟବସ୍ଥିତ କରି ସମସ୍ତଙ୍କୁ ଏକ ସୁଖଦ ଅନୁଭୂତି ଦେବା ଉପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି । ଏହି ପରିପ୍ରେକ୍ଷୀରେ ଏହାର ସଫଳ କାର୍ଯ୍ୟାନ୍ୱୟନ ନିମନ୍ତେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ମଧ୍ୟ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ପୁରୀ ସହରକୁ ପ୍ରବେଶ ଓ ପ୍ରସ୍ଥାନ କ୍ଷେତ୍ରରେ ମାଟିଆପଡ଼ା ଆର୍‌ଓବିର ପ୍ରମୁଖ ଭାଗୀଦାରି ରହିଛି । ଏଣୁ ଚଳିତ ରଥଯାତ୍ରା ପୂର୍ବରୁ ମାଟିଆପଡ଼ା ଆର୍‌ଓବିର ନିର୍ମାଣ କାର୍ଯ୍ୟ ଶେଷ କରି ଜନସାଧାରଣଙ୍କ ବ୍ୟବହାର ଉପଯୋଗୀ କରିବା ପାଇଁ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ ନିୟମିତ ପୁରୀ ଗସ୍ତ କରି କାର୍ଯ୍ୟର ଅଗ୍ରଗତି ଓ ସ୍ଥିତିର ସମୀକ୍ଷା କରୁଛନ୍ତି ।

ଏହି କ୍ରମରେ ଗତକାଲି ସଚିବ ଶ୍ରୀ ସିଂହ ମାଟିଆପଡ଼ା ଗସ୍ତ କରି ନିର୍ମାଣ ସ୍ଥଳୀ ପରିଦର୍ଶନ କରିବା ସହ ଦାୟିତ୍ୱରେ ଥିବା ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି । ବର୍ତ୍ତମାନ ସୁଦ୍ଧା ବୋ-ଷ୍ଟିଙ୍ଗ୍‌ ଗାର୍ଡରର ଲଞ୍ଚିଂ କାର୍ଯ୍ୟ ସଫଳତାର ସହ ସଂପୂର୍ଣ୍ଣ ହୋଇଥିବାବେଳେ ବୋ-ଷ୍ଟିଙ୍ଗ୍‌ ଗାର୍ଡର ଉପରେ ଡେକ୍‌ ସ୍ଲାବ୍‌ କାଷ୍ଟିଂ କାର୍ଯ୍ୟକୁ ଯଥାଶୀଘ୍ର ସଂପୂର୍ଣ୍ଣ କରିବା ପାଇଁ ସଚିବ ଶ୍ରୀ ସିଂହ ନିର୍ଦ୍ଦେଶ ଦେଇଛନ୍ତି । ଏଥି ସହିତ ଅବଶିଷ୍ଟ ଗୋଟିଏ ପିଏସ୍‌ସି ଗାର୍ଡର ସ୍ପାନ୍‌ର ଲଞ୍ଚିଂ ଏବଂ ଡେକ୍‌ ସ୍ଲାବ୍‌ କାଷ୍ଟିଂ ଶୀଘ୍ର ଶେଷ କରିବା ଉପରେ ସେ ଗୁରୁତ୍ୱ ଦେଇଥିଲେ ।

ରଥଯାତ୍ରା ପୂର୍ବରୁ ଆର୍‌ଓବି ସର୍ଭିସ୍‌ ରୋଡ୍‌ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ କରି ଯାତାୟତ ଉପଯୋଗୀ କରିବା ଏବଂ ନିର୍ମାଣ ସାମଗ୍ରୀ ଓ ଆବର୍ଜନା ହଟାଇ ଆର୍‌ଓବି ସ୍ଥଳକୁ ସ୍ୱଚ୍ଛ, ସୁରକ୍ଷିତ ଓ ସୁବ୍ୟବସ୍ଥିତ କରିବା ପାଇଁ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ବରିଷ୍ଠ ଅଧିକାରୀ ଓ ନିର୍ମାଣ ସଂସ୍ଥାକୁ ନିର୍ଦ୍ଦେଶ ଦେଇଛନ୍ତି ।

ଏହି ପରିଦର୍ଶନ ସମୟରେ ମୁଖ୍ୟଯନ୍ତ୍ରୀ (ଜାତୀୟ ରାଜପଥ), ଅଧୀକ୍ଷଣ ଯନ୍ତ୍ରୀ (ଏନ୍‌ଏଚ୍‌ ଡିଭିଜନ୍‌) ଏବଂ ନିର୍ମାଣ ଦାୟିତ୍ୱରେ ଥିବା ଅଧିକାରୀମାନେ ଉପସ୍ଥିତ ଥିଲେ ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ