ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଅପମାନଜନକ ଟିପ୍ପଣୀ: ସାଇବର ଥାନାରେ ଏତଲା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବିରୋଧରେ ସାମାଜିକ ଗଣମାଧ୍ୟମରେ ଦିଆଯାଇଥିବା ଆପତିଜନକ ମନ୍ତବ୍ୟକୁ ଓଡ଼ିଶାବାସୀ କଦାପି ସହ୍ୟ କରିପାରିବେ ନାହିଁ । ନିଜକୁ ସାମ୍ବାଦିକ ବୋଲି ପରିଚୟ ଦେଇ ସାମାଜିକ ଗଣମାଧ୍ୟମରେ ପୋଷ୍ଟିଂ କରୁଥିବା ଶ୍ରୀ ସୁନୀଲ ଜେନା ନାମକ ବ୍ୟକ୍ତିଜଣକ ରାଜ୍ୟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କୁ ବଦ୍‌ନାମ କରିବା ଉଦ୍ଦେଶ୍ୟରେ ସାମାଜିକ ଗଣମାଧ୍ୟମରେ ଅନେକ ଅପଶବ୍ଦ ବ୍ୟବହାର କରି ଗାଳିଗୁୁଲଜ କରୁଛନ୍ତି । ଅସାମ୍ବିଧାନିକ ଶବ୍ଦ ସହ ଅପମାନଜନକ ଓ ଅଶ୍ଳୀଳ ମନ୍ତବ୍ୟ ଦେଇ ମିଥ୍ୟା ଓ ବିଭ୍ରାନ୍ତୀକର ତଥ୍ୟ ସବୁ ପୋଷ୍ଟ କରୁଛନ୍ତି, ଯାହା ଏକ ଦଣ୍ଡନୀୟ ଅପରାଧ । ସାମ୍ବାଦିକତାର ମୂଲ୍ୟବୋଧ ଜାଣି ନଥିବା ଏଭଳି ବ୍ୟକ୍ତିଜଣକ ସାମାଜିକ ଗଣମାଧ୍ୟମରେ ଅସାମ୍ବିଧାନିକ, ଅପମାନଜନକ, ଅଶ୍ଳୀଳ ଏବଂ ମିଥ୍ୟା ଓ ବିଭ୍ରାନ୍ତୀକର ତଥ୍ୟ ପୋଷ୍ଟ କରି ସମାଜରେ ଅପ୍ରୀତିକର ବାତାବରଣ ସୃଷ୍ଟି କରୁଛନ୍ତି । ଆଜିର ଡିଜିଟାଲ ଯୁଗରେ ଏଭଳି କାର୍ଯ୍ୟ ଆଦୈା ଗ୍ରହଣୀୟ ନୁହେଁ ବୋଲି ରାଜ୍ୟ ଉପସଭାପତି ଡ. ଯତୀନ ମହାନ୍ତି କହିଛନ୍ତି ।
ଗଣମାଧ୍ୟମକୁ ସୁଚନା ଦେଇ ଡ. ମହାନ୍ତି କହିଛନ୍ତି ଯେ, ସାମାଜିକ ଗଣମାଧ୍ୟମରେ ଏଭଳି ମିଥ୍ୟା ଓ ବିଭ୍ରାନ୍ତିକର ତଥ୍ୟ ପୋଷ୍ଟ କରି ମୁଖ୍ୟମନ୍ତ୍ରୀଙ୍କ ନିର୍ମଳ ଭାବମୂର୍ତିକୁ ନଷ୍ଟ କରିବାକୁ ଅପଚେଷ୍ଠା କରୁଥିବା ବ୍ୟକ୍ତିଙ୍କ ବିରୋଧରେ ସାଇବର ଆଇନ ଅନୁସାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଉ । ସାମ୍ବାଦିକ ବୋଲି ନିଜକୁ ପରିଚୟ ଦେଇ ସାମ୍ବାଦିକତା ପେଶାକୁ ବଦ୍‌ନାମ କରୁଥିବା ଏଭଳି ବ୍ୟକ୍ତିଙ୍କୁ ଉପଯୁକ୍ତ ଦଣ୍ଡ ମିଳିବା ନିହାତି ଆବଶ୍ୟକ । ଏ ସଂପର୍କରେ ଆଜି ଭୁବନେଶ୍ୱର ସାଇବର ଥାନାରେ ସୁନୀଲ ଜେନାଙ୍କ ବିରୋଧରେ ବିଜେପି ତରଫରୁ ଏତଲା ଦିଆଯାଇଛି ଏବଂ ଏତଲା ଆଧାରରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିନିଧିଦଳକୁ ଥାନାଧିକାରୀ ପ୍ରତିଶୃତି ଦେଇଥିବାର ଡ.ମହାନ୍ତି ସୂଚନା ଦେଇଛନ୍ତି ।
ଏହି ପ୍ରତିନିଧିମଣ୍ଡଳୀରେ ରାଜ୍ୟ ଉପସଭାପତି ଡ. ଯତୀନ ମହାନ୍ତିଙ୍କ ସମେତ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀ ଜଗନ୍ନାଥ ପ୍ରଧାନ, ରାଜ୍ୟ ଗଣମାଧ୍ୟମ ସଂଯୋଜକ ଶ୍ରୀ ସୁଜିତ୍ କୁମାର ଦାସ, ଲିଗାଲ ସେଲ ରାଜ୍ୟ ସଂଯୋଜକ ଶ୍ରୀ ଜୟନ୍ତ ଜେନା ଓ ଭୁବନେଶ୍ୱର ଜିଲ୍ଲା ଉପସଭାପତି ଶ୍ରୀ ସୁଶାନ୍ତ ଜେନାଙ୍କ ସମେତ ଅନେକ କାର୍ଯ୍ୟକର୍ତା ଉପସ୍ଥିତ ଥିଲେ ।

  • Related Posts

    ସଂସଦର ସମୟ ନଷ୍ଟ ହେବା ଯୋଗୁଁ ୨୧୬ କୋଟି କ୍ଷତି : ଅପରାଜିତା

    ସଂସଦରେ ହଙ୍ଗାମା ଓ କାର୍ଯ୍ୟଦିବସ ନଷ୍ଟକୁ ନେଇ ବଡ଼ ବୟାନ ଦେଇଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ସଂସଦ ଯେଉଁଭଳି ଭାବେ ଚାଲିଲା, ତାହା ଅତ୍ୟନ୍ତ ନୈରାଶ୍ୟଜନକ ବୋଲି କହିଛନ୍ତି ଅପରାଜିତା । ତାଙ୍କ କହିବା ଅନୁସାରେ, ସଂସଦର ମୂଲ୍ୟବାନ…

    Continue reading
    ବିଜେପି ବିଧାୟକଙ୍କ ଦୋଷକୁ ରାଜ୍ୟ ସରକାର ଘଣ୍ଟ ଘୋଡାଉଛନ୍ତି: ବିଜେଡି

    ଭୁବନେଶ୍ୱର: କଟକ ସଦର ବିଧାୟକ ପ୍ରକାଶ ସେଠୀଙ୍କ ଦ୍ୱାରା ଦୁର୍ବ୍ୟବହାର ଅଭିଯୋଗ ଆଣି ରେଭେନ୍ସା ବିଶ୍ୱ ବିଦ୍ୟାଳୟରେ ସମୂହ ଇସ୍ତଫା ଦେଇଥିବା ତିରିଶ ଜଣ ୱାର୍ଡେନ ଓ ଡେପୁଟି “ୱାର୍ଡେନଙ୍କ ସ୍ଥାନରେ ନୂତନ ଚିପ୍ ୱାଡେନ, ୱାର୍ଡେନ ଓ ଡେପୁଟି ୱାର୍ଡେନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ