ଅସମ୍ପୂର୍ଣ୍ଣ ହସ୍ପିଟାଲକୁ ଉଦଘାଟନ କରି ବାହାବା ନେଉଛି ବିଜେପି ସରକାର : ବିଜେଡି

ଭୁବନେଶ୍ୱର: ବିଜେପି ସରକାର ଓଡ଼ିଶାବାସୀଙ୍କ ପାଇଁ କାଳ ସାଜିଛି । ଲୋକେ ଉନ୍ନତ ସ୍ୱାସ୍ଥ୍ୟସେବା ପାଇବାରୁ ବଞ୍ଚିତ ହେଉଛନ୍ତି । ଯାହାର ଏକ ଜ୍ୱଳନ୍ତ ଚିତ୍ର ଗତକାଲି ସନ୍ଧ୍ୟାରେ ବାରିପଦାରେ ଘଟିଥିବା ଦୁର୍ଘଟଣାରୁ ଦେଖିବାକୁ ମିଳିଛି । ଦୁର୍ଘଟଣାରେ ୨ ଜଣ ମୃତୁ୍ୟବରଣ କରିଥିବା ବେଳେ ୯ ଜଣ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ସ୍ଥିତ ଏସସିବି ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ବାରିପଦା ସ୍ଥିତ ପିଆରଏମ୍ ମେଡିକାଲ କଲେଜ ଓ ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ଜଣଙ୍କ ଅମୂଲ୍ୟ ଜୀବନ ହାନୀକୁ ନେଇ ସରକାରଙ୍କୁ କଡ଼ା ସମାଲୋଚନା କରିଛି ବିଜୁ ଜନତା ଦଳ ।
ଆଜି ଦଳର ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଡ଼ ଲେନିନ ମହାନ୍ତି ଏକ ପ୍ରେସ ବିବୃତ୍ତିରେ କହିଥିଲେ ଯେ, ବିଜେପି ସରକାରର ତ୍ରୁଟିପୂର୍ଣ୍ଣ କାର୍ଯ୍ୟ ପାଇଁ ସ୍ୱାସ୍ଥ୍ୟସେବା ନ ମିଳିବାରୁ ଏକ ଅମୂଲ୍ୟ ଜୀବନ ଚାଲିଗଲା । ବିଜେଡି ସରକାର ସମୟରେ ବାରିପଦା ସ୍ଥିତ ରଙ୍ଗାମାଟିଆ ଠାରେ ନୂତନ ହସ୍ପିଟାଲ୍ କ୍ୟାମ୍ପସ କାର୍ଯ୍ୟ ଆରମ୍ଭ ହୋଇଥିଲା । ଯାହାକୁ ଗତ ୨୦୨୪ ମସିହାରେ ତକ୍ରାଳୀନ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଉଦ୍ଘାଟନ କରିଥିଲେ । ଗତ ସାଧାରଣ ନିର୍ବାଚନରେ ବିଜେପି କ୍ଷମତାକୁ ଆସିବା ପରେ ଏହାକୁ ସମ୍ପୂର୍ଣ୍ଣ ନ କରି ବନ୍ଦ ରଖିଥିଲା । ଅସମ୍ପୂର୍ଣ୍ଣ ଅବସ୍ଥାରେ ଥିବା ପିଆରଏମ ମେଡିକାଲ କଲେଜ ଓ ହସ୍ପିଟାଲରେ ରଙ୍ଗ ମାରି ଲୋକ ଦେଖାଣିଆ ଭାବେ ୨୦୨୬ରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାକୁ ଉଦଘାଟନ କରିଛନ୍ତି ।
ଡ଼ ମହାନ୍ତି ଆହୁରି କହିଥିଲେ ଯେ, ମେଡିକାଲରେ ଚିକିତ୍ସିତ ହେଉଥିବା ରୋଗୀ ମାନଙ୍କୁ ଉନ୍ନତ ସ୍ୱାସ୍ଥ୍ୟସେବା ମିଳିପାରୁନାହିଁ । ହସ୍ପିଟାଲରେ ଡାକ୍ତରଙ୍କ ସମେତ ଅନ୍ୟାନ୍ୟ ସ୍ୱାସ୍ଥ୍ୟ କର୍ମଚାରୀଙ୍କ ଘୋର ଅଭାବ ରହିଛି । ରୋଗ ନିରୂପଣ ଓ ଯାଞ୍ଚ ନିମନ୍ତେ ହସ୍ପିଟାଲରେ ସିଟି ସ୍କାନ, ଅଲଟ୍ରା ସାଉଣ୍ଡ ସମେତ ଅନ୍ୟାନ୍ୟ ଦରକାରୀ ମେସିନ ଉପଲବ୍ଧ ନାହିଁ । ରୋଗ ନିରୂପଣ ପାଇଁ ରଙ୍ଗମାଟିଆରୁ ପ୍ରାୟ ୧୫ କିମି ଦୂର ବାରିପଦା ସ୍ଥିତ ଜିଲ୍ଲା ମୁଖ୍ୟ ହସ୍ପିଟାଲକୁ ଯିବାକୁ ପଡୁଛି । ସେହିପରି ରକ୍ତଭଣ୍ଡାର ନଥିବାରୁ ଗୁରୁତର ରୋଗୀ ମାନଙ୍କୁ ରକ୍ତ ପାଇଁ ଜିଲ୍ଲା ମୁଖ୍ୟ ହସ୍ପିଟାଲକୁ ଯିବାକୁ ପଡୁଛି । ଉକ୍ତ ସମସ୍ତ କାର୍ଯ୍ୟ ପାଇଁ ୨ରୁ ୩ ଘଣ୍ଟା ସମୟ ଲାଗୁଥିବାରୁ ଗତକାଲି ଦୁର୍ଘଟଣାରେ ଗୁରୁତର ଆହତ ମାନଙ୍କୁ ସଠିକ୍ ଚିକିତ୍ସା ସୁବିଧା ନ ମିଳିବାରୁ ଜଣଙ୍କ ଜବୀନ ଚାଲିଗଲା । ମେଡିକାଲରେ ସ୍ୱାସ୍ଥ୍ୟସେବା ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଛି । ସେହିପରି ସହରରୁ ଦୂରରେ ହସ୍ପିଟାଲ ଥିବାରୁ ଯୋଗାଯୋଗର କୌଣସି ବ୍ୟବସ୍ଥା ନାହିଁ । ଅହଙ୍କାରୀ ବିଜେପି ସରକାର ଅସମ୍ପୂର୍ଣ୍ଣ ହସ୍ପିଟାଲକୁ ଉଦଘାଟନ କରି ବାହାବା ନେଉଛି । କେବଳ କାନ୍ଥରେ ରଙ୍ଗ ମାରିଦେଲେ ଚିକିତ୍ସା ବ୍ୟବସ୍ଥାରେ ସୁଧାର ଆସିବନି । ଉନ୍ନତ ସ୍ୱାସ୍ଥ୍ୟସେବା ଯୋଗାଇବା ପାଇଁ ଡବଲ ଇଞ୍ଜିନ ସରକାର ପଦକ୍ଷେପ ଗ୍ରହଣ କରନ୍ତୁ, ନଚେତ ଆଗକୁ ରାଜ୍ୟବାସୀଙ୍କ ସ୍ୱାର୍ଥ ପାଇଁ ବିଜେଡି ରାଜରାସ୍ତାକୁ ଓହ୍ଲାଇବ ।

  • Related Posts

    ସଂସଦର ସମୟ ନଷ୍ଟ ହେବା ଯୋଗୁଁ ୨୧୬ କୋଟି କ୍ଷତି : ଅପରାଜିତା

    ସଂସଦରେ ହଙ୍ଗାମା ଓ କାର୍ଯ୍ୟଦିବସ ନଷ୍ଟକୁ ନେଇ ବଡ଼ ବୟାନ ଦେଇଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ସଂସଦ ଯେଉଁଭଳି ଭାବେ ଚାଲିଲା, ତାହା ଅତ୍ୟନ୍ତ ନୈରାଶ୍ୟଜନକ ବୋଲି କହିଛନ୍ତି ଅପରାଜିତା । ତାଙ୍କ କହିବା ଅନୁସାରେ, ସଂସଦର ମୂଲ୍ୟବାନ…

    Continue reading
    ବିଜେପି ବିଧାୟକଙ୍କ ଦୋଷକୁ ରାଜ୍ୟ ସରକାର ଘଣ୍ଟ ଘୋଡାଉଛନ୍ତି: ବିଜେଡି

    ଭୁବନେଶ୍ୱର: କଟକ ସଦର ବିଧାୟକ ପ୍ରକାଶ ସେଠୀଙ୍କ ଦ୍ୱାରା ଦୁର୍ବ୍ୟବହାର ଅଭିଯୋଗ ଆଣି ରେଭେନ୍ସା ବିଶ୍ୱ ବିଦ୍ୟାଳୟରେ ସମୂହ ଇସ୍ତଫା ଦେଇଥିବା ତିରିଶ ଜଣ ୱାର୍ଡେନ ଓ ଡେପୁଟି “ୱାର୍ଡେନଙ୍କ ସ୍ଥାନରେ ନୂତନ ଚିପ୍ ୱାଡେନ, ୱାର୍ଡେନ ଓ ଡେପୁଟି ୱାର୍ଡେନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ