ଆଜି ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା

କଟକ : ଆଜି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି)-୨୦୨୬ ଅନୁଷ୍ଠିତ ହେବ । ପେପର-୧ ପରୀକ୍ଷା ସକାଳ ୯ ଟାରୁ ଆରମ୍ଭ ହୋଇ ମଧ୍ୟାହ୍ନ ୧୧ ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ଚାଲିବ । ପେପର୨ ପରୀକ୍ଷା ଅପରାହ୍ନ ୨ ଟାରୁ ୪ ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ଚାଲିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି ।

ରାଜ୍ୟର ୩୦ଟି ଜିଲ୍ଲାରେ ୩୧୧ ଟି ସେଣ୍ଟର୍‌ରେ ଦୁଇଟି ଯାକ ପେପର୍‌ରେ ୯୭ ହଜାର ୧୫୦ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ ବୋଲି ବୋର୍ଡ ସୂତ୍ରରୁ ସୂଚନା ମିଳିଛି । ଏଥିରୁ ୧୩ ହଜାର ୫୮୪ ଜଣ ଇନ୍‌ସର୍ଭିସ୍‌ ଶିକ୍ଷକ ଥିବାବେଳେ ଅବଶିଷ୍ଟ ରେଗୁଲାର ପରୀକ୍ଷାର୍ଥୀ ରହିଛନ୍ତି । ୧୫୦ ନମ୍ବର ବିଶିଷ୍ଟ ଏହି ପରୀକ୍ଷା ଓଏମ୍‌ଆର୍‌ ସିଟ୍‌ରେ ହେବ । ଆବେଦନକାରୀଙ୍କ ମଧ୍ୟରୁ ପେପର ୧ ରେ ୨୮ ହଜାର ୮୨୧ ଜଣ ଏବଂ ପେପର-୨ରେ ୬୮ ହଜାର ୩୨୯ ଜଣ ପରୀକ୍ଷା ଦେଉଥିବା ସୂଚନା ମିଳିଛି । ପରୀକ୍ଷାରେ ଅନିୟମିତତା ରୋକିବା ପାଇଁ ରାଜ୍ୟର ୩୧୧ଟି ଯାକ ସେଣ୍ଟର୍‌ରେ କ୍ଲୋଜ୍‌ ସର୍କିଟ୍‌ କ୍ୟାମେରା ଖଞ୍ଜାଯାଇଛି । ପ୍ରତ୍ୟେକ ପରୀକ୍ଷାର୍ଥୀଙ୍କ ଉପରେ ସିସିଟିଭି ଫୋକସ୍‌ ରହିବ ବୋଲି ବୋର୍ଡ କର୍ତ୍ତୃପକ୍ଷ କହିଛନ୍ତି ।
ଏହି ଅବସରରେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ଭିଡିଓ କନ୍‌ଫରେନସିଂ ଯୋଗେ ୩୦ଟି ଯାକ ଜିଲ୍ଲା ଶିକ୍ଷାଧିକାରୀଙ୍କ ସହ ପରୀକ୍ଷା ପରିଚାଳନା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ପରୀକ୍ଷା କେନ୍ଦ୍ରର ଲାଇଭ୍‌ ଭିଡିଓ ଦେଖିବା ଲାଗି ବୋର୍ଡ କାର୍ଯ୍ୟାଳୟରେ ଏକ କମାଣ୍ଡ କଣ୍ଟ୍ରୋଲ୍‌ ରୁମ୍‌ ଖୋଲାଯାଇଛି । ବର୍ଷା ଲାଗି ରହିଥିବାରୁ ବିଜୁଳି ବିଭ୍ରାଟ ହେବାର ଆଶଙ୍କା ଥିବାରୁ ବିକଳ୍ପ ଭାବେ ପ୍ରତି କେନ୍ଦ୍ରରେ ଜେନେରେଟର ବନ୍ଦୋବସ୍ତ କରାଇବା ପାଇଁ ଡିଇଓମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ପେପର ୨ ପରୀକ୍ଷା ପାଇଁ ଗ୍ରାଜୁଏଟ ସିଟି ଓ ବିଇଡି ସାର୍ଟିଫିକେଟ୍‌ଧାରୀ ଆବେଦନ କରିଥିବା ବେଳେ ପେପର-୧ ପାଇଁ ଯୁକ୍ତ ଦୁଇ ସିଟି ସାର୍ଟିଫିକେଟ୍‌ଧାରୀ ଆବେଦନ କରିଛନ୍ତି।

  • Related Posts

    ପ୍ରଣବଙ୍କ ବିୟୋଗରେ ମୋହନଙ୍କ ଶୋକପ୍ରକାଶ

    ଭୁବନେଶ୍ୱର:ଆଉ ନାହାନ୍ତି ଓଡ଼ିଶା ସଂଗୀତ ଜଗତର ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ। ଆଜି ୮୮ ବର୍ଷ ବୟସରେ ସେ ସମସ୍ତଙ୍କୁ ଛାଡ଼ି ପରପାରିକୁ ଚାଲି ଯାଇଛନ୍ତି। ଓଡ଼ିଆ ସଙ୍ଗୀତ ଜଗତରେ ବେତାଜ ବାଦଶାହ ଭାବେ ସେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ।ଆଜି…

    Continue reading
    ପରଲୋକରେ ପ୍ରଣବ ପଟ୍ଟନାୟକ

    ଭୁବନେଶ୍ୱର: ଆଉ ନାହାନ୍ତି ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକ ।୮୮ ବର୍ଷ ବୟସରେ ସେ ଆଜି ଆଖି ବୁଜିଛନ୍ତି ।ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ଦିନ ୧୧.୩୦ରେ ତାଙ୍କର ପରଲୋକ ହୋଇଛି । ତାଙ୍କ ପରଲୋକ ଖବର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ