ବର୍ଷାରେ ମୁମ୍ବାଇ ବେହାଲ: ଚାରିମହଲା ଘର ଭୁଶୁଡ଼ି ୬ ମୃତ

ମୁମ୍ବାଇ: ମୁମ୍ବାଇର ମାନଖୁର୍ଦ ଅଞ୍ଚଳରେ ଏକ ଚାରିମହଲା ଘର ଭୁଶୁଡ଼ିବା ଯୋଗୁ ୬ ଜଣଙ୍କ ମୃତ୍ୟୁ ଘଟିଛି । ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଚାପି ହୋଇ ୬ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଜଣେ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୪ ମହିଳା ଅଛନ୍ତି ।
ବିଏମ୍‌ସି ଅଧିକାରୀଙ୍କ ଅନୁସାରେ, ରବିବାର ରାତି ପ୍ରାୟ ୮ଟା ୩୦ରେ ମାନଖୁର୍ଦ ଅନ୍ତର୍ଗତ ଜନତା ନଗରସ୍ଥିତ ହନୁମାନ ମନ୍ଦିର ପଛ ‘ଚାଲ୍ ନମ୍ବର-୫’ରେ ଘଟିଛି । ଏହି ଚାଲ୍ (ଘର)ର ଭଗ୍ନାବଶେଷ ମଧ୍ୟରେ ଫସି ୬ ଜଣ ପ୍ରାଣ ହରାଇଛନ୍ତି । ଲଗାଣ ବର୍ଷା ଯୋଗୁ ଘରଟିର କିଛି ଅଂଶ ଭୁଶୁଡ଼ି ପଡ଼ିଥିଲା । ଘଟଣା ପରେ ଅଗ୍ନିଶମ ବିଭାଗ, ପୁଲିସ, ବିଏମ୍‌ସି ୱାର୍ଡ କର୍ମଚାରୀ ଏବଂ ୧୦୮ ଆମ୍ବୁଲାନ୍ସ ପହଞ୍ଚିଥିଲା । ଭଗ୍ନାବଶେଷ ମଧ୍ୟରୁ ଲୋକଙ୍କ ଉଦ୍ଧାର ଅଭିଯାନ ଆରମ୍ଭ ହୋଇଥିଲା । ୬ ଜଣଙ୍କୁ ମୃତାବସ୍ଥାରେ ଉଦ୍ଧାର କରାଯାଇଥିଲା । ମୃତକଙ୍କ ମଧ୍ୟରେ ୪ ଜଣ ମହିଳା ଅଛନ୍ତି ।

ମୁମ୍ବାଇରେ ମୁସଳଧାରାରେ ବର୍ଷା ଯୋଗୁ ଜୀନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ ପ୍ରାୟ ୧ ଘଣ୍ଟା ପର୍ଯ୍ୟନ୍ତ ବିମାନ ଚଳାଚଳ ପ୍ରଭାବିତ ହୋଇଛି । ଅନେକ ରାସ୍ତା ବୁଡ଼ିଯାଇଛି । ସହରସାରା ଗଛ ଉପୁଡ଼ିବା ଘଟଣା ବି ସାମ୍ନାକୁ ଆସିଛି । ପାଣିପାଗ ବିଭାଗ ମୁମ୍ବାଇ ଲାଗି ରେଡ୍ ଆଲର୍ଟ ଜାରି କରିଥିଲା । ଅତ୍ୟଧିକ ବର୍ଷା ନେଇ ବି ସତର୍କ କରାଇଥିଲା । ୨୪ ଘଣ୍ଟା ମଧ୍ୟରେ ମୁମ୍ବାଇରେ ୨୦୦ ମିମିରୁ ଅଧିକ ବର୍ଷା ରେକର୍ଡ କରାଯାଇଛି । କିଛି ସ୍ଥାନରେ ଏହା ୩୦୦ ମିମିଠାରୁ ଅଧିକ ହୋଇଛି

  • Related Posts

    ମନ୍ଦିରରେ ଦଳାଚକଟା: ୭ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

    ବିହାରର ଲକ୍ଷୀସରାଇ ଜିଲ୍ଲାସ୍ଥିତ ଅଶୋକ ଧାମ ମନ୍ଦିରରେ ସୋମବାର ଦଳାଚକଟାରେ ୭ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି। ପ୍ରାରମ୍ଭିକ ସୂଚନା ଅନୁଯାୟୀ, ଏକ ବିଦ୍ୟୁତ୍ ତାର ଛିଣ୍ଡିଯିବାରୁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା…

    Continue reading
    ହୋଟେଲରେ ଅଗ୍ନିକାଣ୍ଡ, 7 ମୃତ

    କଲିକତା : ଆଜି ସକାଳୁ ପଶ୍ଚିମବଙ୍ଗ ବୀରଭୂମିର ତାରାପୀଠରେ ଏକ ଘରୋଇ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣାରେ 7 ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରାଯାଇ ରାମପୁରହାଟ ମେଡିକାଲ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ