ଯୁବକଙ୍କୁ ହତ୍ୟା ପରେ ନଦୀରେ ପିଙ୍ଗି ଦେଲେ

ନୟାଗଡ଼: ଯୁବକ ନିଖୋଜ। ପିଟିପିଟି ହତ୍ୟା ପରେ ଶବକୁ ନଦୀରେ ପିଙ୍ଗି ଦିଆଯାଇଥିବା ଅଭିଯୋଗ। ନୟାଗଡ଼ ସଦରଥାନା ଡାଳିଆମଡା ଗାଁରୁ ଆସିଛି ଏଭଳି ଅଭିଯୋଗ। ଡାଳିଆମଡା ଗାଁର ଚିରଞ୍ଜିବୀ ସାହୁଙ୍କ ପୁଅ ଅଭିମନ୍ୟୁ ଗତକାଲି ଗାଁର ଏକ ଦୋକାନକୁ ଔଷଧ କିଣିବାକୁ ଯାଇଥିଲେ। ପୂର୍ବ ଶତ୍ରୁତା କାରଣରୁ ଦୋକାନ ସାମ୍ନାରୁ ଗାଁର ଅନ୍ୟ କିଛି ବ୍ୟକ୍ତି ତାଙ୍କ ହାତ ଗୋଡ଼ ବାନ୍ଧି ଉଠାଇ ନେଇଥିଲେ। ଗାଁ କ୍ଲବ ଘରକୁ ନେଇ ସେଠାରେ ତାଙ୍କୁ ନଳକୂପ ଚାବିରେ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ଯୁବକଙ୍କୁ ମୃତ୍ୟୁ ପରେ ଶବକୁ ନିକଟସ୍ଥ ନଦୀରେ ଫିଙ୍ଗା ଯାଇଥିବା ଅଭିଯୋଗ ହୋଇଛି।
ସଦରଥାନା ପୁଲିସ ସାଇଣ୍ଟିଫିକ୍ ଟିମ୍ ଓ ଡଗ ସ୍କ୍ବାର୍ଡ ଜରିଆରେ ତଦନ୍ତ ଆରମ୍ଭ କରିଛି। କ୍ଲବ ଘରୁ ନଳକୂପ ପାଇପ୍ ଜବତ କରାଯାଇଛି। କ୍ଲବ ଘର କାନ୍ଥରେ ରକ୍ତ ଛିଟା ଲାଗିଥିବା ଦେଖିବାକୁ ମିଳିଛି। ଘଟଣା ସ୍ଥଳରେ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଜ୍ୟୋତି ରଞ୍ଜନ ସାମନ୍ତରାୟ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ନିଖୋଜ ଯୁବକଙ୍କ ଶବ ମିଳିପାରିନାହିଁ।

  • Related Posts

    ପ୍ରଣବଙ୍କ ବିୟୋଗରେ ମୋହନଙ୍କ ଶୋକପ୍ରକାଶ

    ଭୁବନେଶ୍ୱର:ଆଉ ନାହାନ୍ତି ଓଡ଼ିଶା ସଂଗୀତ ଜଗତର ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ। ଆଜି ୮୮ ବର୍ଷ ବୟସରେ ସେ ସମସ୍ତଙ୍କୁ ଛାଡ଼ି ପରପାରିକୁ ଚାଲି ଯାଇଛନ୍ତି। ଓଡ଼ିଆ ସଙ୍ଗୀତ ଜଗତରେ ବେତାଜ ବାଦଶାହ ଭାବେ ସେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ।ଆଜି…

    Continue reading
    ପରଲୋକରେ ପ୍ରଣବ ପଟ୍ଟନାୟକ

    ଭୁବନେଶ୍ୱର: ଆଉ ନାହାନ୍ତି ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକ ।୮୮ ବର୍ଷ ବୟସରେ ସେ ଆଜି ଆଖି ବୁଜିଛନ୍ତି ।ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ଦିନ ୧୧.୩୦ରେ ତାଙ୍କର ପରଲୋକ ହୋଇଛି । ତାଙ୍କ ପରଲୋକ ଖବର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ