ପ୍ରକାଶ ପାଇଲା ଯୁକ୍ତ ଦୁଇ ମେରିଟ ଲିଷ୍ଟ: ଆଗରେ ରେଭେନ୍ସା

ଭୁବନେଶ୍ଵର : ପ୍ରକାଶ ପାଇଲା ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା ମେରିଟ ଲିଷ୍ଟ। ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ, ପକ୍ଷରୁ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ଯୁକ୍ତ ଦୁଇ ଇ-ନାମଲେଖାର ପ୍ରଥମ ପର୍ଯ୍ୟାୟ ମନୋନୟନ ପ୍ରକ୍ରିୟା ଶେଷ ହୋଇଛି। ଏଥିରେ ମୋଟ ୪,୬୧,୩୨୫ ଆବେଦନକାରୀଙ୍କ ମଧ୍ୟରୁ ପ୍ରାୟ ୯୩.୦୪ ପ୍ରତିଶତ ଅର୍ଥାତ୍ ୪,୨୯,୨୧୯ ଛାତ୍ରଛାତ୍ରୀ ଯୋଗ୍ୟ ବିବେଚିତ ହୋଇଛନ୍ତି। କଟ୍-ଅଫ୍ ମାର୍କରେ ଆଗରେ ରେଭେନ୍ସା ରହିଛି।
ଏହି ମନୋନୀତ ଶିକ୍ଷାର୍ଥୀଙ୍କ ମଧ୍ୟରେ କଳାରେ ୨,୭୬,୯୨୫, ବିଜ୍ଞାନରେ ୧,୨୧,୪୯୪, ବାଣିଜ୍ୟରେ ୧୯,୮୪୪, ଉପଶାସ୍ତ୍ରୀରେ ୬,୧୩୪, ଧନ୍ଦାମୂଳକ ଶିକ୍ଷାରେ ୪,୮୨୨ ଜଣ ରହିଛନ୍ତି। ସେହିଭଳି ୨,୦୦,୪୯୩ ଛାତ୍ର ଥିବାବେଳେ ୨,୨୮,୬୭୫ ଛାତ୍ରୀ ଏବଂ ୫୧ ଜଣ ଅନ୍ୟାନ୍ୟ ବର୍ଗର ଛାତ୍ରଛାତ୍ରୀ ଅଛନ୍ତି। ଏଥିସହ ମୋଟ ମନୋନୀତଙ୍କ ମଧ୍ୟରୁ ୨, ୭୪,୪୫୪ ଜଣଙ୍କୁ ସେମାନଙ୍କର ପ୍ରଥମ ପସନ୍ଦର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ମିଳିଥିବା ବେଳେ ୩୨,୧୦୬ ଜଣ ପ୍ରଥମ ପର୍ଯ୍ୟାୟରେ ଅନୁପଯୁକ୍ତ ରହି ଦ୍ୱିତୀୟ ଓ ସ୍ପଟ୍ ସିଲେକ୍ସନ ପାଇଁ ସୁଯୋଗ ପାଇବେ।

ବିଭିନ୍ନ ବିଭାଗର କଟ୍-ଅଫ୍ ମାର୍କକୁ ଦେଖିଲେ, କଟକର ରେଭେନ୍ସା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କଳାରେ ୮୧%, ବାଣିଜ୍ୟରେ ୮୨.୪୦% ଏବଂ ବିଜ୍ଞାନରେ ସର୍ବାଧିକ ୯୩.୪୦% କଟ୍-ଅଫ୍ ସହ ଶୀର୍ଷରେ ରହିଛି। ଯେଉଁଠି ଧନ୍ଦାମୂଳକ ଶିକ୍ଷାରେ କଳାହାଣ୍ଡି ଧର୍ମଗଡ଼ର ସରକାରୀ ଭୋକେସନାଲ୍ ବିଦ୍ୟାଳୟ ୭୪.୬୭%, ଉପଶାସ୍ତ୍ରୀରେ କନ୍ଧମାଳ ଚକାପାଦର ଗୁରୁକୁଳ ସଂସ୍କୃତ ବିଦ୍ୟାଳୟ ୫୭% ନିଜ ନିଜ ବର୍ଗରେ ଆଗୁଆ ରହିଛନ୍ତି। ଏହାସହ ବିଏସଇ ଓଡ଼ିଶାରୁ ଆବେଦନ କରିଥିବା ୪,୨୬,୪୦୬ ପରୀକ୍ଷାର୍ଥୀଙ୍କ ମଧ୍ୟରୁ ୩,୯୫,୬୮୧ ଜଣ ଏହି ରାଉଣ୍ଡରେ ସ୍ଥାନ ପାଇଛନ୍ତି। ଆସନ୍ତା ଜୁଲାଇ ୨୩ ତାରିଖରୁ ରାଜ୍ୟର ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁକ୍ତ ଦୁଇ ପ୍ରଥମ ବର୍ଷ ଶ୍ରେଣୀ ଗୃହ ପାଠପଢ଼ା ଆରମ୍ଭ ହେବାକୁ ଯାଉଥିବା ଜଣାପଡ଼ିଛି।

  • Related Posts

    ହୀରାକୁଦ: ଖୋଲିଲା ଆଉ ୫ଟି ଗେଟ୍

    ସମ୍ବଲପୁର: ବଢ଼ୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। ଜଳସ୍ତର ବୃଦ୍ଧି ଯୋଗୁଁ ହୀରାକୁଦର ଆଉ ୫ଟି ଗେଟ୍ ଖୋଲାଯାଇଛି। ପୂର୍ବରୁ ୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିବା ବେଳେ ଏବେ ମୋଟ ୭ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି। ଏଥିରେ…

    Continue reading
    ରିଜର୍ଭ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର

    ଢେଙ୍କାନାଳ: ଢେଙ୍କାନାଳ ରିଜର୍ଭପୁଲିସରେ କାର୍ଯ୍ୟରତ କନଷ୍ଟେବଳ ଶଙ୍କର ପ୍ରଧାନଙ୍କ ମୃତଦେହକୁ ସୋମବାର ଟାଉନଥାନା ପୁଲିସ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଛି । ଏ ନେଇ ଟାଉନଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି। ଗଜପତି ଅଞ୍ଚଳର ଶଙ୍କର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ