ନିର୍ମାଣ ବିଭାଗର ଅସଂପୂର୍ଣ୍ଣ ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟର ବିକାଶକୁ ତ୍ୱରାନିତ କରିବାପାଇଁ ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା କରି ଜମି ଅଧିଗ୍ରହଣ, ଜଙ୍ଗଲଜମି ଅନୁମୋଦନ ଏବଂ ବିନିଯୋଗ ପ୍ରଦାନ ସମସ୍ୟାର ସମାଧାନଗୁଡ଼ିକ ଉପରେ ମୁଖ୍ୟଯନ୍ତ୍ରୀ ଏବଂ ଅଧିକ୍ଷଣ ଯନ୍ତ୍ରୀମାନେ ଗୁରୁତ୍ବ ପ୍ରଦାନ କରିବାକୁ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ପରାମର୍ଶ ଦେଇଛନ୍ତି।
ଲୋକସେବାଭବନରେ ବୁଧବାର ଅନୁଷ୍ଠିତ ସମୀକ୍ଷା ବୈଠକରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଅଧ୍ୟକ୍ଷତା କରି କହିଛନ୍ତି, ବିଗତ ଦୁଇବର୍ଷ ମଧ୍ୟରେ ବିଭାଗୀୟ ଅଧିକାରୀ ଏବଂ ଇଂଜିନିୟରମାନଙ୍କ ପ୍ରୟାସ ଯୋଗୁଁ ଅନେକ ବୃହତ ପ୍ରକଳ୍ପର ନିର୍ମାଣ ଶେଷ ହୋଇଛି। ଅନେକ ପ୍ରକଳ୍ପ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ପ୍ରକ୍ରିୟାକୁ ଅଧିକ ତ୍ୱରିତ ଗତିରେ ଆଗକୁ ନେବାକୁ ପଡ଼ିବ। ଏଥି ସହିତ ଦୀର୍ଘ ଦିନ ଧରି ପଡିରହିଥିବା ପ୍ରକଳ୍ପକୁ ଆଗେଇ ନେବା ସହ ଧାର୍ଯ୍ୟ ସମୟ ସୀମା ମଧ୍ୟରେ ପ୍ରକଳ୍ପ ଅର୍ଥ ବ୍ୟୟ କରିବା ଉପରେ ସେ ଗୁରୁତ୍ୱ ଦେଇଥିଲେ I ମୁଖ୍ୟଯନ୍ତ୍ରୀଙ୍କ ସମେତ ଅଧିକ୍ଷଣ ଯନ୍ତ୍ରୀମାନେ ନିୟମିତ ଅଞ୍ଚଳ ପରିଦର୍ଶନ ପ୍ରତି ମାସରେ କାର୍ଯ୍ୟର ଅଗ୍ରଗତି ଏବଂ ସମସ୍ୟା ସମାଧାନ ନେଇ ବୈଠକ କରିବାକୁ ମନ୍ତ୍ରୀ ପରାମର୍ଶ ଦେଇଥିଲେ ।
ବୈଠକରେ ଡିଭିଜନ୍‌ଗୁଡ଼ିକର ବିଭିନ୍ନ ପ୍ରକଳ୍ପ ପାଇଁ ହୋଇଥିବା ବ୍ୟୟ, ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି, ବିଭିନ୍ନ ସମସ୍ୟାର ସମାଧାନ ଓ ଆଧୁନିକ ଜ୍ଞାନକୌଶଳର ଉପଯୋଗ ସାଙ୍ଗକୁ ଓସ୍ୱାସ୍‌ ଓ ୱାମିସ୍‌ ଭଳି ସଫଟୱାର୍ ବ୍ୟବହାର ଉପରେ ବିଭଗୀୟ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂହ ଆଲୋଚନା କରିଥିଲେ।

ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଇଆଇସି ତଥା ସ୍ୱତନ୍ତ୍ର ଶାସନ ସଚିବ ଇଂ. ଲକ୍ଷ୍ମୀକାନ୍ତ ପାଢ଼ୀ, ଅର୍ଥ ପରାମର୍ଶଦାତା ରତିକାନ୍ତ ମହାପାତ୍ର, ଇଆଇସି (ସିଭିଲ୍‌) ଇଂ ସତ୍ୟବ୍ରତ ବେହେରା, ଇଆଇସି (ରାସ୍ତା) ଇଂ ଧ୍ୟାନଚାନ୍ଦ ନାୟକ, ମୁଖ୍ୟଯନ୍ତ୍ରୀ ଇଂ ପ୍ରିୟବ୍ରତ ସାମନ୍ତରାୟ, ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଇଂ ମନୋଜ ମହାନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ