ହୀରାକୁଦ ଜଳଭଣ୍ଡାରରୁ ନିଷ୍କାସିତ ହେଲା ପ୍ରଥମ ବନ୍ୟାଜଳ

ସମ୍ବଲପୁର : ଆଜି ହୀରାକୁଦ ଜଳଭଣ୍ଡାରରୁ ଚଳିତବର୍ଷର ପ୍ରଥମ ଜଳ ନିଷ୍କାସିତ ହୋଇଛି। ସକାଳ ୧୧ଟା ପରେ ପାରମ୍ପରିକ ପୂଜାର୍ଚ୍ଚନା ପରେ ଗେଟ୍‌ ଖୋଲିଛି | ପରମ୍ପରା ଅନୁସାରେ ପ୍ରଥମେ ହୀରାକୁଦ ପଟୁ ୭ ନମ୍ବର, ପରେ ଆବଶ୍ୟକତା ଅନୁସାରେ ଅନ୍ୟ ଗେଟ୍‌ ଖୋଲାଯାଇଛି । ମିଳିଥିବା ସୂଚନା ମୁତାବକ ଆଜି ୪ଟି ଗେଟ(ବାମ ପାର୍ଶ୍ୱରୁ ୩ଟି, ଡାହାଣ ପାର୍ଶ୍ୱରୁ ୧ଟି) ଖୋଲାଯାଇଥିବାବେଳେ ୧ ଲକ୍ଷ କ୍ୟୁସେକଜଳ ନିଷ୍କାସିତ ହେବ । ଆଜି ସକାଳ ୬ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୪.୯୩ ଫୁଟ ରହିଛି | ୧ ଲକ୍ଷ ୪୧ ହଜାର ୪୩୮ କ୍ୟୁସେକ ପାଣି ହୀରାକୁଦକୁ ପ୍ରବେଶ କରୁଥିବାବେଳେ ସାଧାରଣତଃ ହୀରାକୁଦରୁ ଛଡ଼ାଯାଉଥିବା ବନ୍ୟାଜଳ ଖଇରମାଳ ଏବଂ ବରମୁଳ ପହଞ୍ଚିବା ପାଇଁ ୧୨ରୁ ୧୬ ଘଣ୍ଟା ଲାଗିଯାଏ। ୩୬ରୁ ୪୮ ଘଣ୍ଟା ମଧ୍ୟରେ ଏହା ମୁଣ୍ଡଳିରେ ପହଞ୍ଚିଥାଏ।

ଏଥିପାଇଁ ହୀରାକୁଦ ଗେଟ୍‌ ଖୋଲିବା ପୂର୍ବରୁ ସେଠାରେ ସତର୍କ ସୂଚନା ଜାରି କରାଯାଇଛି। ଉଲ୍ଲେଖଯୋଗ୍ୟ ଯେ ହୀରାକୁଦ ଜଳଭଣ୍ଡାରର ଅଚଳ କ୍ଷମତା (ଡେଡ୍‌‌ ଷ୍ଟୋରେଜ) ଜଳସ୍ତର ୫୯୦ ଫୁଟ ହୋଇଥିବା ବେଳେ ସର୍ବୋଚ୍ଚ ଜଳଧାରଣ କ୍ଷମତା ହେଉଛି ୬୩୦ ଫୁଟ। ବନ୍ୟା ନିୟନ୍ତ୍ରଣ ତଥା ବନ୍ଧର ସୁରକ୍ଷାକୁ ଦୃଷ୍ଟିରେ ରଖି ଗେଟ ଖୋଲାଯାଇଥାଏ। ବନ୍ୟାଜଳ ନିଷ୍କାସନକୁ ଦୃଷ୍ଟିରେ ରଖି ତଳମୁଣ୍ଡରେ ମହାନଦୀ ତଥା ଏହାର ଶାଖା ନଦୀଗୁଡ଼ିକରେ ଜଳସ୍ତର ବୃଦ୍ଧି ପାଇବ। ତେଣୁ, ନଦୀ ମଧ୍ୟକୁ ପ୍ରବେଶ ଓ ଅନ୍ୟାନ୍ୟ ବ୍ୟବହାର ପାଇଁ ଜନସାଧାରଣ ସତର୍କତା ଅବଲମ୍ବନ କରିବା ପାଇଁ ମହାନଦୀ ଅବବାହିକାର ମୁଖ୍ୟଯନ୍ତ୍ରୀ ପରାମର୍ଶ ଦେଇଛନ୍ତି।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ