କେମ୍ପର ଧକ୍କାରେ ବାଇକ ଆରୋହୀ ମୃତ

ଦେବଗଡ:ବାରକୋଟ ଥାନାଚଂଳର ରାଜ୍ୟ ରାଜପଥ ୧୦ର ଇନ୍ଦ୍ରାଣୀଝରଣ ଗ୍ରାମ ନିକଟରେ କେମ୍ପର ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ‌ହେଲେ ବାରକୋଟ ଥାନାଚଂଳର ଡଅଁରା ଗ୍ରାମର ଜିତେନ ଦାସ( ୪୭)। ସୂଚନା ଅନୁଯାୟୀ,ଜିତେନ ନିଜ ବାଇକ( ଓଡି ୩୫ ସି ୦୭୪୬) ଯୋଗେ ଗତକାଲି ରାତିରେ କାମ ସାରି ନିଜ ଘରକୁ ଫେରୁଥିଲେ। ତେବେ ଲହୁଣୀପଡା ପଟୁ ବାରକୋଟ ଅଭିମୁଖେ ଆସୁଥିବା କେମ୍ପର(ଓଡି ୧୪ ଏଏ ୦୮୮୫) ଇନ୍ଦ୍ରାଣୀଝରଣ ଗ୍ରାମ ନିକଟରେ ବାଇକରେ ଯାଉଥିବା ଜିତେନ ଧକ୍କା ଦେଇଥିଲା। ଫଳରେ ଜିତେନ ରାସ୍ତାରେ ଛିଟିକି ପଡିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ବାସିନ୍ଦା ଉଦ୍ଧାର କରି ପ୍ରଥମେ ବାରକୋଟ ମେଡିକାଲ ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। କିନ୍ତୁ ଡାକ୍ତର ଜିତେନକୁ ମୃତ ଘୋଷଣା କରିଥିଲେ। ସୂଚନାପାଇ ବାରକୋଟ ଥାନା ପୁଲିସ ଶବ ଜବତ କରିବା ସହ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

  • Related Posts

    ସାମ୍ବାଦିକଙ୍କ ସ୍ୱାସ୍ଥ୍ୟକୁ ନେଇ ସରକାର ଦାୟିତ୍ୱବାନ ଅଛନ୍ତି: ସ୍ଵାସ୍ଥ୍ୟ ମନ୍ତ୍ରୀ

    ଭୁବନେଶ୍ଵର : ଆୟୁଷ୍ମାନ ଭାରତ ସହ ସାମ୍ବାଦିକ ସ୍ଵାସ୍ଥ୍ୟ ବୀମା ମିଶିବା ଘଟଣା। ଅସନ୍ତୋଷ ପ୍ରକାଶ ପରେ ପ୍ରତିକ୍ରିୟା ରଖିଲେ ସ୍ଵାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ସେ କହିଛନ୍ତି ଯେ, ଆୟୁଷ୍ମାନ ଯୋଜନାରେ ସାମ୍ବାଦିକଙ୍କୁ ସାମିଲ କରିବା ନେଇ ପ୍ରକ୍ରିୟା ଆରମ୍ଭ…

    Continue reading
    ରାଜଧାନୀରେ ବର୍ଷା, ମଧୁସୂଦନ ନଗରରେ ସର୍ବାଧିକ ୧୦୭ ମିମି ରେକର୍ଡ

    ଭୁବନେଶ୍ବର : ଗତକାଲି ରାତିଠାରୁ ଭୁବନେଶ୍ୱରେ ପ୍ରବଳରୁ ଅତି ପ୍ରବଳ ବର୍ଷା ରେକର୍ଡ ହୋଇଛି । ଫଳରେ ରାଜଧାନୀର ଚାରିଆଡ଼େ ପାଣି ଭର୍ତ୍ତି ହୋଇ ଯାଇଛି । ଭୁବନେଶ୍ୱରରେ ସକାଳ ସାଢେ ୫ଟା ସୁଦ୍ଧା ୯୭.୨ ମିଲିମିଟର ବର୍ଷା ରେକର୍ଡ ହୋଇଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ